ରାସ୍ତାକଡ଼ରେ ଛିଡା ହୋଇଥିବା ଗାଡିକୁ ଧକ୍କା ଦେଲା ୧୦୮ ଆମ୍ବୁଲାନ୍ସ

ଛେଣ୍ଡିପଦା,୨୮।୫(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ତିପଦା ଥାନା କୋଶଳା ଦେଇ ଯାଇଥିବା ୬୩ନଂ ରାଜ୍ୟ ରାଜପଥର କୋଶଳା ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ୨ ପିକଅପ୍‌ ଭ୍ୟାନକୁ ଧକ୍କା ଦେଲା ୧୦୮ ଆମ୍ବୁଲାନ୍ସ। ଏହି ଦୁର୍ଘଟଣାରେ ୩ ଜଣ ଆମ୍ବୁଲାନ୍ସ କର୍ମଚାରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସୂଚନାଯୋଗ୍ୟ, ୧୦୮ଟି ଆମ୍ବୁଲାନ୍ସଟି ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀକୁ ଛାଡି ବାଗେଡିଆ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରକୁ ଫେରୁଥିବା ବେଳେ କୋଶଳା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖ ରାସ୍ତାକଡ଼ରେ ଛିଡା ହୋଇଥିବା ଦୁଇଟି ପିକଅପ୍‌ ଗାଡିକୁ ଧକ୍କା ଦେଇଥିଲା। ଏହି ଦୁର୍ଘଟଣାରେ ପିକଅପ୍‌ ଗାଡି ୨ଟି ସମ୍ପୁର୍ଣ୍ଣ ଚୁରମାର ହୋଇଯାଇଥିବା ବେଳେ ୧୦୮ ଆମ୍ବୁଲାନ୍ସରେ ଥିବା ୩ଜଣ କର୍ମଚାରୀଙ୍କ ମଧ୍ୟରୁ ଚାଳକ ଓ ଫାର୍ମାଷିଷ୍ଟ ସମାନ୍ୟ ଆହତ ହୋଇଛନ୍ତି। ସେହିପରି ହେଲ୍‌ପର ଜିତେନ୍ଦ୍ର ବେହେରା ଗୁରୁତର ଆହତ ହୋଇଥିବା ଜଣାପଡିଛି। ଖବରପାଇ ଘଟଣାସ୍ଥଳରେ ଛେଣ୍ତିପଦା ପୋଲିସ ଆହତ ହେଲପରଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ମେଡିକାଲକୁ ପଠାଇଛି। ଅପରପକ୍ଷେ ଆମ୍ବୁଲାନ୍ସର ଅନ୍ୟ ଦୁଇ କର୍ମଚାରୀଙ୍କୁ ଥାନାରେ ଅଟକ ରଖି ପୋଲିସ ପଚରାଉଚରା ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri