ନବରଙ୍ଗପୁର,୧୨ା୨(ବି.ପ୍ର.): କାମଳ ରୋଗରେ ଆକ୍ରାନ୍ତ ରୋଗୀଙ୍କୁ ଦେଶୀ ଚିକିତ୍ସା ପାଇଁ ଅଟୋରେ ନେଉଥିବା ସମୟରେ ରାସ୍ତାରେ ମୃତ୍ୟୁ ଘଟିଥିଲା ା ଅଟୋ ଚାଳକ ମୃତଦେହ ନେଇ ପାରିବେ ନାହିଁ ବୋଲି କହିଥିଲେ। ଅଟୋ ଚାଳକ ମାନବିକତା ଭୁଲିଯାଇ ମୃତଦେହକୁ ରାସ୍ତାରେ ଛାଡି ଚାଲି ଯାଇଥିଲେ। ଏଭଳି ଏକ ଘଟଣା ନବରଙ୍ଗପୁର ଜିଲା କୋଷାଗୁମୁଡା ବ୍ଲକରେ ଦେଖା ଦେଇଛି।
କୋଷାଗୁମୁଡା ବ୍ଲକ କୋଟାଗାଁ ପଞ୍ଚାୟତ ଅଧୀନ ତାରାଗାଁର ଉଷା ଭତରା(୨୧)ଙ୍କ ଶରୀର ଅସୁସ୍ଥ ଥିବାରୁ ବି.ଏମ. ସେମଳା ଗାଁରେ ଥିବା ବାପା ଘରେ ରହୁଥିଲେ । ସେ କାମଳ ରୋଗରେ ଆକ୍ରାନ୍ତ ଥିବା ଜାଣିବା ପରେ ପରିବାର ଲୋକ ବିଭିନ୍ନ ଡାକ୍ତରଖାନା ନେଇ ଚିକିତ୍ସା କରାଇଥିଲେ। ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ନ ଘଟିବାରୁ ଛତିଶଗଡ ବସ୍ତର ଜିଲା ଅଧୀନ ଆଡବାଲଠାରେ ଦେଶୀ ଚିକିତ୍ସା ପାଇଁ ଏକ ଅଟୋରେ ନେଉଥିଲେ। ବଡ ଆମ୍ବଡା ଗାଁ ରାସ୍ତା ନିକଟରେ ଉଷାଙ୍କ ମୃତ୍ୟୁ ଘଟିଥିଲା। ମୃତଦେହ ଅଟୋରେ ନେବେ ନାହିଁ ବୋଲି ଅଟୋ ଚାଳକ କହି ରାସ୍ତା କଡରେ ହିଁ ଓହ୍ଲାଇ ଦେଇଥିଲେ। ମୃତଦେହ ଘରକୁ କିପରି ନେବେ ସେଥିପାଇଁ ପରିବାର ଲୋକ ବ୍ୟତିବ୍ୟସ୍ତ ହୋଇପଡିଥିଲେ। ପରେ ସ୍ଥାନୀୟ ବାସିନ୍ଦା କୋଷାଗୁମୁଡା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଯୋଗାଯୋଗ କରିବା ପରେ ମହାପ୍ରୟାଣ ଗାଡିକୁ ଡକାଇଥିଲେ। ମହାପ୍ରୟାଣ ଗାଡି ପହଞ୍ଚି ମୃତଦେହ ବି.ଏମ. ସେମଳାରେ ନେଇ ଛାଡିଥିଲା।
ହୋମଷ୍ଟେ ଆବେଦନକାରୀଙ୍କୁ ଭୁବନେଶ୍ୱର ଡାକରା: ମିଳିଲା ଅସ୍ଥାୟୀ ପଞ୍ଜୀକରଣ ପ୍ରମାଣପତ୍ର
ଦାରିଙ୍ଗବାଡ଼ି, ୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନକ୍ଷେତ୍ର ଭାବେ ବିକଶିତ କରିବାକୁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଏହା ଦ୍ୱାରା ଦେଶ ଓ ବିଦେଶରୁ…
ଦେବଗଡ଼ରେ ଭୂମିକମ୍ପ: ଥରିଲା ସହର, ଘରୁ ବାହାରି ଆସିଲେ ଲୋକେ
ଦେବଗଡ଼,୨୯ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଭୂମିକମ୍ପ । ରିଆମାଳ ବ୍ଳକ ଚଡେଇମରା ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ସୋମବାର ରାତି ପ୍ରାୟ ୧୦ଟା…
ଏଣିକି ବିନା ପ୍ରେସକ୍ରିପ୍ସନରେ ମିଳିବନି ଏସିଡିଟି ଔଷଧ, CDSCO ଜାରି କଲା ନୂଆ ସର୍ତ୍ତ
ନୂଆଦିଲ୍ଲୀ,୨୯।୯: ଏସିଡିଟି ହେଲେ ଏଣିକି ମେଡିକାଲ ଷ୍ଟୋରରୁ ନିଜ ଇଚ୍ଛାରେ ଔଷଧ କିଣିବା ସହଜ ହେବ ନାହିଁ। ନୂଆ ନିୟମ ଅନୁସାରେ, ଡାକ୍ତରଙ୍କ ପରାମର୍ଶ କିମ୍ବା ପ୍ରେସକ୍ରିପ୍ସନ…
ଇଏ କି ଭକ୍ତ-୨
ଗଣେଶ ପୂଜାରୁ ପାର୍ବଣ ଋତୁ ଆରମ୍ଭ ହୋଇଯାଇଛି। ଓଡ଼ିଶାର ଖୋର୍ଦ୍ଧା ଜିଲାର ଜଟଣୀରେ ୨୬ ସେପ୍ଟେମ୍ବରରେ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା ଚାଲୁଥିବା ବେଳେ ଏକ ବ୍ୟାଙ୍କ୍ର ତାଜା…
ନାଥଙ୍କ ଆଫିଡାଭିଟ ଆଣିଲା ନୂଆମୋଡ଼: ଡିଜିପି ଚୟନ ପ୍ରସଙ୍ଗକୁ ନେଇ…
ଭୁବନେଶ୍ୱର,୨୯ା୯(ସୁନିତ୍ ମିଶ୍ର):ଓଡ଼ିଶାର ନୂଆ ଡିଜିପି ଚୟନ ପ୍ରସଙ୍ଗକୁ ନେଇ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ଏହି ବିଷୟକୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି ଜାରି ରହିଛି।…
କେନ୍ଦ୍ର-ସିବିଏସ୍ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ୬ଷ୍ଠ ଶ୍ରେଣୀ ପିଲାଙ୍କୁ ୩ ଭାଷା ନୀତିରୁ…
ନୂଆଦିଲ୍ଲୀ,୨୯।୯(ପି.ଟି.): କେନ୍ଦ୍ର ସରକାରଙ୍କ ୩ ଭାଷା ନୀତିରୁ ୭ମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ବାଦ୍ ଦିଆଯାଇଥିବାବେଳେ ବର୍ତ୍ତମାନର ୬ଷ୍ଠ ଶ୍ରେଣୀ ପିଲାଙ୍କୁ ମଧ୍ୟ ଉକ୍ତ ନୀତିରୁ ବାଦ୍ ଦେବା…
ବନ୍ୟା ପାଇଁ ଡଙ୍ଗାରେ ଗଲେ ବର: ବନ୍ୟାଜଳରେ ବୁଡ଼ିରହିଛି ବିଭିନ୍ନ ପଞ୍ଚାୟତ
ଭୋଗରାଇ,୨୯ା୯(ପ୍ରଦୀପ ଦାସ):ସୁବର୍ଣ୍ଣରେଖା ନଦୀରେ ଆସିଛି ଚତୁର୍ଥ ବନ୍ୟା। ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ବିଭିନ୍ନ ପଞ୍ଚାୟତ ବନ୍ୟାଜଳରେ ବୁଡ଼ିରହିଛି। ଘରୁ ଗୋଡ଼ କାଢ଼ିଲେ ଅକାତକାତ ପାଣି। ଯାତାୟାତ…
ଅକ୍ଟୋବରଠୁ ୩ ରାଶିଙ୍କୁ କଲବଲ କରିବେ କେତୁ! ଦେଖାଯିବ ଆର୍ଥିକ ସଙ୍କଟ, ଯାହା ଇନ୍କମ କରିବେ ସବୁ ଚାଲିଯିବ…
ଭୁବନେଶ୍ୱର: ଆସନ୍ତା ଅକ୍ଟୋବର ମାସରେ କେତୁଙ୍କ ଚଳନରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁସାରେ, ୩ ଅକ୍ଟୋବର ୨୦୨୬ରେ କେତୁ ମଘା ନକ୍ଷତ୍ରର…

