ରାସ୍ତାରେ ଯମ, କରୋନା

ଢେଙ୍କାନାଳ ଅଫିସ, ୨୯।୪ – ‘ମୁଁ ହେଉଛି ଯମରାଜ। ଆଜି ମଇଁଷି ଆଣିନି। ମୋ ସାଙ୍ଗରେ କରୋନା ଆଣିଛି। ଟିକେ ଫାଙ୍କା ପାଇଲେ କରୋନା ମାଡ଼ି ବସିବ।’ ମଙ୍ଗଳବାର ଏପରି ସତର୍କବାଣୀ ଶୁଣିବାକୁ ମିଳିଥିଲା ଢେଙ୍କାନାଳ ସହରରେ। ଲକ୍‌ଡାଉନ ନିୟମ ଭଙ୍ଗକରି ରାସ୍ତାରେ ବୁଲୁଥିବା ବଗୁଲିଆଙ୍କୁ ଯମରାଜ ଏବଂ କରୋନା ବେଶଧାରୀ କଳାକାର ଏଭଳି ଅଭିନବ ଢଙ୍ଗରେ ସତର୍କ କରାଇଥିଲେ। ନୋଭେଲ କରୋନା ଭାଇରସ୍‌ କବଳରୁ ସୁରକ୍ଷିତ ରହିବାକୁ ଢେଙ୍କାନାଳ ବିଜୁ ଜନତା ଦଳ ପକ୍ଷରୁ ଏପରି ଅଭିନବ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିବାବେଳେ ଏହାକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି।
ବିଧାୟକ ସୁଧୀର କୁମାର ସାମଲଙ୍କ ଉପସ୍ଥିତିରେ ଯମରାଜ ବେଶରେ ଦେବାଶିଷ ମିଶ୍ର ଏବଂ କରୋନା ବେଶରେ ବିନୋଦ ମହାନ୍ତି ସ୍ଥାନୀୟ ରଥଗଡ଼ାଠାରୁ ବାଜିଚୌକ ଯାଏ ଚାଲିଚାଲି ଜନସାଧାରଣଙ୍କୁ ସଚେତନ କରାଇଥିଲେ। କରୋନା ସଂକ୍ରମଣ ରୋକିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତ୍ୱ ରକ୍ଷା କରିବା, ଜରୁରୀ କାର୍ଯ୍ୟ ନ ଥିଲେ ପଦାକୁ ନ ବାହାରିବା, ସାବୁନରେ ହାତକୁ ଭଲଭାବେ ଧୋଇବା, ଲକ୍‌ଡାଉନ୍‌ ନିୟମ କଡ଼ାକଡ଼ି ଭାବେ ପାଳନ କରିବା ପାଇଁ ସେମାନେ ନିବେଦନ କରିଥିଲେ। ସାମାନ୍ୟ ଭୁଲ୍‌ ପାଇଁ କରୋନା ସମସ୍ତଙ୍କୁ ଗ୍ରାସ କରିବ ବୋଲି କଳାକାରମାନେ ଚେତାବନୀ ଦେଇଥିଲେ। ବାଜିଚୌକ୍‌ରେ ଏହି କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଥିଲା। ଏହି ଅବସରରେ କରୋନା ଯୋଦ୍ଧା ଟାଉନ ଥାନାଧିକାରୀ ଜ୍ଞାନରଞ୍ଜନ ସାମଲଙ୍କ ସମେତ ଗଣମାଧ୍ୟମ ପ୍ରତିନିଧିଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ବିଜେଡି ନେତା ନରୋତ୍ତମ ସାହୁ, ଇନ୍ଦ୍ରମଣି ବେହେରା, ସାଇଶ୍ରୀ ପଟ୍ଟନାୟକ, ସାଗରିକା ମିଶ୍ର, ଦେବୀ ପ୍ରସାଦ ଭୂତିଆ, ସୁରଜ ମହାପାତ୍ର, ଶ୍ରୀକାନ୍ତ ଧଳ, ନିରାକାର ରାଉତ, ଅବିନାଶ ଜେନା, ଶଶିକାନ୍ତ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ। ଏହାପରେ ଜିଲା କାର୍ଯ୍ୟାଳୟରେ ଦୁଇ କଳାକାର ଅଭିନୟ ମାଧ୍ୟମରେ ଅଧିକାରୀ ଏବଂ କର୍ମଚାରୀଙ୍କୁ ସଚେତନ କରାଇଥିଲେ। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା, ଅତିରିକ୍ତ ଜିଲାପାଳ ଭବେଶ ନାୟକ, ପୌର ନିର୍ବାହୀ ଅଧିକାରୀ ଅତନୁ ସାମନ୍ତ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?