ରାସ୍ତାରେ ଯୁବତୀଙ୍କୁ ପ୍ରେମ ନିବେଦନ ମହଙ୍ଗା ପଡ଼ିଲା, ଗ୍ରାମବାସୀ ଧରି ନିର୍ଧୁମ ଛେଚିଲେ

ଛେଣ୍ଡିପଦା,୨୬।୯(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଅଞ୍ଚଳର ଜନୈକ ଯୁବକ ରାସ୍ତାରେ ଜଣେ ସ୍କୁଲ ଛାତ୍ରୀଙ୍କୁ ପ୍ରେମ ନିବେଦନ କରି ନିର୍ଧୁମ ଛେଚା ଖାଇଛନ୍ତି।

ସୂଚନାନୁଯାୟୀ, ବିଦ୍ୟାଳୟକୁ ଜନୈକ ଛାତ୍ରୀ ଯିବା ସମୟରେ କୋଶଳା ଗାଁର ଜଣେ ଯୁବକ ଛାତ୍ରୀଙ୍କୁ ରାସ୍ତାରେ ଅଟକାଇ ପ୍ରେମ ନିବେଦନ କରିଥିଲେ। ଯୁବକଙ୍କ ଏଭଳି ଆଚରଣ ଦେଖି ଛାତ୍ରୀଜଣଙ୍କ ଯୁବକଙ୍କୁ ଗାଳି କରୁଥିଲେ। ଏହାକୁ ନେଇ ଛାତ୍ରୀ ଓ ଯୁବକ ମଧ୍ୟରେ ଝଗଡ଼ା ହୋଇଥିଲା। ଏହାଦେଖି ସ୍ଥାନିୟ ଲୋକମାନେ ସେଠାରେ ରୁଣ୍ଡ ହୋଇ ଘଟଣାର ସତ୍ୟତା ଜାଣିବା ପରେ ଉକ୍ତ ଯୁବକଙ୍କୁ କାବୁ କରି ନେବା ସହିତ ନିର୍ଧୁମ ଛେଚି ଥିଲେ। ଏଥିସହ ଯୁବକଙ୍କ ବାପାକୁ ଖବର ଦେଇଥିଲେ। ଖବରପାଇ ବାପା ଘଟଣାସ୍ଥଳରେ ପୁଅର ଏପରି କାର୍ଯ୍ୟକୁ ନେଇ ଗ୍ରାମବାସୀଙ୍କୁ ଭୁଲ ମାଗିଥିଲେ। ଆଗକୁ ପୁଅ ଏଭଳି ଆଚରଣ କରିବ ନାହିଁ ବୋଲି ପ୍ରତିଶ୍ରୁତି ଦେଇ ପୁଅ ସାଙ୍ଗରେ ନେଇ ଯାଇଥିଲେ। ଏଭଳି ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ଏ ନେଇ ଥାନାରେ କୈାଣସି ମାମଲା ରୁଜୁ ହୋଇ ନ ଥିବା ଛେଣ୍ଡିପଦା ପୋଲିସ ପ୍ରକାଶ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖ ମରଣଯନ୍ତା: ଗଳା ଫାଶ ସାଜିଛି ‘ଲୁହା ଜାଲି’, ପ୍ରଶାସନ ନିଦାବିଷ୍ଣୁ

ଥୁଆମୂଳ ରାମପୁର, ୧୯।୩ (ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ମୁଖ୍ୟ ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

ସୁରେଶ ରେଡ୍ଡି ହେଲେ ଭାଜପା ଯୁବ ମୋର୍ଚ୍ଚାର ରାଜ୍ୟ ସଂଯୋଜକ: ଛତ୍ରପୁର ଅଞ୍ଚଳରେ ଉତ୍ସାହ

ଛତ୍ରପୁର, ୧୯।୩ (ଦିଲ୍ଲୀପ ସାମଲ): ଭାରତୀୟ ଜନତା ପାର୍ଟି (ଭାଜପା) ଯୁବ ମୋର୍ଚ୍ଚାର ସଂଗଠନକୁ ଅଧିକ ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଛତ୍ରପୁରର…

ଅକାଳରେ ଚାଲିଗଲା ସିଆର୍‌ପିଏଫ୍‌ ଯବାନଙ୍କ ଜୀବନ: ରାୟଗଡ଼ା ଚତୁର୍ଥ ବାଟାଲିୟନରେ ଶୋକର ଛାୟା

ରାୟଗଡ଼ା, ୧୯।୩ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାରେ ମ୍ୟାଲେରିଆର ପ୍ରାଦୁର୍ଭାବ ଜଣେ କର୍ତ୍ତବ୍ୟରତ ସିଆରପିଏଫ (CRPF) ଯବାନଙ୍କ ଜୀବନ ନେଇଛି। ମୃତ ଯବାନ ଜଣକ ହେଉଛନ୍ତି…

ତାରାତାରିଣୀ ପୀଠରେ ବାସନ୍ତିକ ନବରାତ୍ରୀ ଉତ୍ସବ ଆରମ୍ଭ: ବେଦମନ୍ତ୍ରରେ ପ୍ରକମ୍ପିତ ରତ୍ନଗିରି ପାହାଡ଼

ପୁରୁଷୋତ୍ତମପୁର,୧୯।୩(ସବିତା ମିଶ୍ର): ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଶକ୍ତିପୀଠ ତଥା ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଗୁରୁବାର ରାତିରୁ ମହାସମାରୋହରେ ଆରମ୍ଭ ହୋଇଛି ବାସନ୍ତିକ…

ବରଗଡ଼ ତହସିଲ ଅଞ୍ଚଳରେ ଅବାଧରେ ଚାଲିଛି ମାଟି ଚୋରାଚାଲାଣ, ହାତ ବାନ୍ଧି ବସିଛି ଖଣି ବିଭାଗ, ଜିଲାପାଳଙ୍କୁ…

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ)- ବରଗଡ଼ ତହସିଲ ଅନ୍ତର୍ଗତ କଟାପାଲି, ବରଗାଁ ଅଞ୍ଚଳରେ ଅବାଧରେ ମାଟି ଚୋରାଚାଲାଣ ହେଉଛି। ଅଭିଯୋଗ ସତ୍ତ୍ୱେ ସ୍ଥାନୀୟ ଖଣି ବିଭାଗର ଅଧିକାରୀମାନେ କାର୍ଯ୍ୟାନୁଷ୍ଠାନ ନେବା…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା, ମଣ୍ଡିରେ ଭିଜିଲା ଧାନ

ମାଥିଲ,୧୯।୩(ସୁବାଷ ଚନ୍ଦ୍ର ଖୁଡୁପିଆ) ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ବର୍ଷା ଯୋଗୁ ମାଲକାନଗିରି ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri