ରାସ୍ତାରେ ଶିଶୁପୁତ୍ର ଜନ୍ମଦେଲେ ମହିଳା, ଚିକିତ୍ସା ଅବହେଳା ପ୍ରତିବାଦରେ ରାସ୍ତାରୋକୋ

ରଘୁନାଥପୁର, ୭। ୬ (ଡି.ଏନ.ଏ.) : ଜଗତ୍‌ସିଂହପୁର ଜିଲା ରଘୁନାଥପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗୁରୁବାର ଜଣେ ଗର୍ଭବତୀଙ୍କୁ ଚିକିତ୍ସା ସୁବିଧା ନ ମିଳିବାରୁ ସେ ଘରକୁ ଫେରିବା ବାଟରେ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ତେଣୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର, କର୍ମଚାରୀଙ୍କ ଦାୟିତ୍ୱହୀନତାକୁ ଦାୟୀ କରି ସ୍ଥାନୀୟ ଲୋକେ ଗୁରୁବାର ସନ୍ଧ୍ୟା ୬ଟାରୁ କଟକ-ପାରାଦୀପ ରାସ୍ତାକୁ ରଘୁନାଥପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ଅବରୋଧ କରିଥିଲେ। ପ୍ରକାଶ ଯେ, ରଘୁନାଥପୁର ବ୍ଲକ ଚାନ୍ଦପୁର ଗଁାର ବୁଦ୍ଧିଆ ବେସ୍ରାଙ୍କ ସ୍ତ୍ରୀ ଜ୍ୟୋତ୍ସ୍ନା ପ୍ରସବ ଯନ୍ତ୍ରଣା ଯୋଗୁ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆସିଥିଲେ। ଅପରାହ୍ନ ୨ଟାରେ ଡାକ୍ତର କାଜଲ ପ୍ରଧାନ, ଗାୟତ୍ରୀ ସାଇଲକ୍ଷ୍ମୀ ଏବଂ ନର୍ସ ପୁଷ୍ପାଞ୍ଜଳି ଜେନା ଡ୍ୟୁଟିରେ ଥିଲେ। ତେବେ ଡାକ୍ତରଙ୍କୁ ନ ପାଇ ବୁଦ୍ଧିଆ ତାଙ୍କ ସ୍ତ୍ରୀକୁ ନର୍ସଙ୍କ ପାଖକୁ ନେଇ ଯାଇଥିଲେ। ସେଠାରେ ନର୍ସ ଡାକ୍ତରଙ୍କୁ ନ ଡାକି ଗର୍ଭବତୀଙ୍କୁ ଜଗତ୍‌ସିଂହପୁର ନେଇଯିବାକୁ କହିଥିଲେ। ତେବେ ଅର୍ଥ ଅଭାବରୁ ବୁଦ୍ଧିଆ ତାଙ୍କ ସ୍ତ୍ରୀଙ୍କୁ ଘରକୁ ଫେରାଇ ଆଣିବା ବାଟରେ ରାସ୍ତାରେ ପୁତ୍ର ସନ୍ତାନ ଜନ୍ମ ହୋଇଥିଲା। ପରେ ସ୍ଥାନୀୟ ଲୋକଙ୍କ ଉଦ୍ୟମରେ ୧୦୨ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇ ଚିକିତ୍ସା ଯୋଗାଇ ଦିଆଯାଇଛି। ଏ ସମ୍ପର୍କରେ ମୁଖ୍ୟ ଚିକିତ୍ସାଧୀକାରୀ ସୁକାନ୍ତ କୁମାର ଦଳାଇଙ୍କୁ ପଚାରିବାରେ ସେ ଏକ ମିଟିଂରେ ଥିବା କହିଥିଲେ। ରାତି ସାଢେ ୧୦ ପର୍ଯ୍ୟନ୍ତ ରାସ୍ତା ଅବରୋଧ ଜାରି ରହିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ: ୨ଟି କୋଚ୍‌ରେ ଲାଗିଗଲା ନିଆଁ, ଭିତରେ ଥିଲେ…

ନୂଆଦିଲ୍ଲୀ,୧୭।୫: ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ। ଦିଲ୍ଲୀ-ନିଜାମୁଦ୍ଦିନ ଯାଉଥିବା ଏହି ଟେନ ଦୁଇଟି କୋଚରେ ଅଗ୍ନିକାଣ୍ଡ ଘଟି ଆତଙ୍କ ସୃଷ୍ଟି ହୋଇଛି। ରବିବାର ସକାଳେ ଏହି ଘଟଣା ଆଲୋଟ…

ସୁଧୁରୁନି ତୈଳ ସ୍ଥିତି, ବଢ଼ିଲାଣି କଳାବଜାର

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର): ଓଡ଼ିଶାରେ ଦେଖା ଦେଇଥିବା ତୈଳ ସଙ୍କଟ ସ୍ଥିତିରେ ଶନିବାର ସୁଦ୍ଧା ସୁଧାର ଆସିପାରି ନାହିଁ। ଭୁବନେଶ୍ୱରଠାରୁ ଆରମ୍ଭ କରି ରାଜ୍ୟର ଅନ୍ୟ ଜିଲାଗୁଡ଼ିକରେ…

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

୫ଟଙ୍କା ଶସ୍ତା ହେଲା ପେଟ୍ରୋଲ; ଏହି ସରକାର କମାଇଲେ ତେଲଦାମ୍‌

ଇସଲାମାବଦ,୧୬।୫: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଅନେକ ଦେଶକୁ ପ୍ରଭାବିତ କରୁଛି। ଯେତେବେଳେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପରିବର୍ତ୍ତନ ଘଟେ, ଏହାର ତୁରନ୍ତ ପ୍ରଭାବ ସାଧାରଣ ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri