Posted inଖେଳ

ରାହାନେଙ୍କ ଲାଗି ଇଚ୍ଛୁକ ଦିଲ୍ଲୀ କ୍ୟାପିଟାଲ୍ସ

ନୂଆଦିଲ୍ଲୀ,୧୨।୮- ଅଜିଙ୍କ୍ୟ ରାହାନେ ଆଇପିଏଲ ଫ୍ରାଞ୍ଚାଇଜ ରାଜସ୍ଥାନ ରୟାଲ୍ସର ଅନ୍ୟତମ ଦକ୍ଷ ଖେଳାଳି। ସେ ପରବର୍ତ୍ତୀ ସିଜନରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପାଇଁ ଖେଳିପାରନ୍ତି। ଏଥିନେଇ ରାଜସ୍ଥାନ ଫ୍ରାଞ୍ଚାଇଜ ପକ୍ଷରୁ ଦିଆଯାଇଥିବା ପ୍ରସ୍ତାବକୁ ଦିଲ୍ଲୀକୁ ଗ୍ରହଣ କରିବାକୁ ପଡ଼ିବ ବୋଲି ସୂତ୍ରରୁ ଜଣାପଡ଼ିଛି। ଡିସି ଦଳରେ ରାହାନେଙ୍କୁ ସାମିଲ କରିବାକୁ ଇଚ୍ଛୁକ। କିନ୍ତୁ ଏବେ ଏ ସମ୍ପର୍କରେ କିଛି ସ୍ପଷ୍ଟ କହି ହେବନାହିଁ। ସେ ରାଜସ୍ଥାନ ଫ୍ରାଞ୍ଚାଇଜର ଆମ୍ବାସାଡର ହୋଇଥିଲେ ମଧ୍ୟ ତାଙ୍କୁ ନେଇ ଆଲୋଚନା ଚାଲିଛି। ଯଦି ରାହାନେ ଡିସି ଦଳରେ ସାମିଲ ହୁଅନ୍ତି, ତେବେ ଏହା ଫ୍ରାଞ୍ଚାଇଜ ପାଇଁ ବଡ଼ ସଫଳତା ହେବ। ଗତ ସଂସ୍କରଣରେ ଦଳ ଶିଖର ଧାଓ୍ବନଙ୍କୁ ସନରାଇଜର୍ସ ହାଇଦ୍ରାବାଦଠାରୁ ଆଣିଥିଲା। ଧାଓ୍ବନ ୨୦୧୯ ଆଇପିଏଲରେ ୫ ଅର୍ଦ୍ଧଶତକ ସହ ୫୨୧ ରନ୍‌ କରିଥିଲେ। ତାଙ୍କ ଯୋଗୁ ଦଳ ୨୦୧୨ଠାରୁ ପ୍ରଥମ ଥର ପାଇଁ ଆଇପିଏଲ ପ୍ଲେଅପ୍‌ରେ ପ୍ରବେଶ କରିିଥିଲା। ଅନ୍ୟପକ୍ଷରେ ରାହାନେ ଆଇପିଏଲ ଆରମ୍ଭରୁ ଖେଳୁଛନ୍ତି। ୨୦୦୮ ଓ ୨୦୦୯ ସିଜନରେ ସେ ମୁମ୍ବାଇ ଇଣ୍ଡିଆନ୍ସ ଦଳରେ ଖେଳୁଥିଲେ। ୨୦୧୧ରେ ରାଜସ୍ଥାନ ରୟାଲ୍ସ ଦଳରେ ଯୋଗ ଦେବା ପୂର୍ବରୁ ୨୦୧୦ରେ ଖେଳି ନ ଥିଲେ। ରାଜସ୍ଥାନ ଦଳ ଦୁଇ ବର୍ଷ ବାସନ୍ଦାଦେଶବେଳେ ସେ ପୁଣେ ଫ୍ରାଞ୍ଚାଇଜ ପାଇଁ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri