Posted inଖେଳ

ରାହୁଲ, ଶ୍ରେୟାସଙ୍କ ଅର୍ଦ୍ଧଶତକ:ବାଂଲାଦେଶକୁ ୧୭୫ ରନ୍‌ର ଟାର୍ଗେଟ ଦେଲା ଭାରତ

ନାଗପୁର,୧୦।୧୧: ବାଂଲାଦେଶ ବିପକ୍ଷ ତୃତୀୟ ଟି-୨୦ରେ ଭାରତ ଭମଣକାରୀ ଦଳକୁ ୧୭୫ ରନର ଟାର୍ଗେଟ ଦେଇଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ ହରାଇ ୧୭୪ ରନ୍‌ ସଂଗ୍ରହ କରିଛି। ବାଂଲାଦେଶ ଅଧିନାୟକ ମହମଦୁଲ୍ଲା ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଭାରତ ପ୍ରଥମେ ବ୍ୟାଟିଂ କରି ଦ୍ୱିତୀୟ ଓଭରରେ ଅଧିନାୟକ ରୋହିତ ଶର୍ମାଙ୍କୁ ହରାଇଥିଲା। ସେ ମାତ୍ର ୨ ରନ୍‌ କରିଥିଲେ। ଅନ୍ୟତମ ଓପନର ଶିଖର ଧାଓ୍ବନ ମଧ୍ୟ ବେଶୀ ସମୟ କ୍ରିଜରେ ରହି ନ ପାରି ୧୯ ରନରେ ଆଉଟ୍‌ ହୋଇଥିଲେ। ପରେ କେ.ଏଲ୍‌ ରାହୁଲ ପାଳିକୁ ସମ୍ଭାଳି ଥିଲେ। ସେ ୩୨ଟି ବଲରୁ ୫୨ ରନ୍‌ କରି ଆଉଟ୍‌ ହୋଇଥିଲେ। ପରେ ଶ୍ରେୟାସ ଆୟାର ୩୩ଟି ବଲରେ ବିସ୍ଫୋରକ ୬୨ ରନ କରି ଦଳକୁ ଏକ ସମ୍ମାନଜନକ ସ୍କୋର ପାଖରେ ପହଞ୍ଚାଇଥିଲେ। ସୂଚନାଯୋଗ୍ୟ, ସିରିଜ ୧-୧ରେ ବରାବର ଥିବାରୁ ଉଭୟ ଦଳ ପାଇଁ ଏହି ମ୍ୟାଚ୍‌ଟି ଅଧିକ ଗୁରୁତ୍ୱବହନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସବୁ ଦେଶ ସବୁଠୁ ଅଧିକ କିଣନ୍ତି ଅସ୍ତ୍ରଶସ୍ତ୍ର, ଜାଣନ୍ତୁ କେତେ ନମ୍ବରରେ ରହିଛି ଭାରତ

ନୂଆଦିଲ୍ଲୀ,୨ା୧: ଷ୍ଟକ୍‌ହୋମ ଇଣ୍ଟରନ୍ୟାଶନାଲ ପିସ୍‌ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ୍‌ (SIPRI)ର ସଦ୍ୟତମ ରିପୋର୍ଟ ଅନୁଯାୟୀ, ବିଶ୍ୱ ଅସ୍ତ୍ରଶସ୍ତ୍ର ବାଣିଜ୍ୟ ଉପରେ ଆଲୋକପାତ କରିଛି। ରିପୋର୍ଟ ଅନୁଯାୟୀ, ୨୦୨୦ରୁ...

ଶ୍ରୀମନ୍ଦିର ନୀତିକ୍ରାନ୍ତିରେ ବିଭ୍ରାଟ, ସକାଳ ୯ଟା ୪୫ରେ ହେଲା ପତିତପାବନଙ୍କ ଆଳତି

ପୁରୀ ୨/୨( ଅଜିତ୍ କୁମାର ମହାନ୍ତି ):  ପୁରୀ ଶ୍ରୀମନ୍ଦିର ନୀତିକ୍ରାନ୍ତିରେ ପୁଣି ବିଭ୍ରାଟ ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ପ୍ରଶାସନ ମହାପ୍ରଭୁଙ୍କ ନୀତିକୁ ଗୁରୁତ୍ଵ ଦେଇ...

‘ମୁଁ ନୁହେଁ, ସେ ମୋତେ ଭେଟିବାକୁ ଆସିଥିଲେ…’ ଜୟଶଙ୍କରଙ୍କ କରମର୍ଦ୍ଦନକୁ ନେଇ ଗର୍ବ କଲା ପାକିସ୍ତାନ, କଲା ଏମିତି ଦାବି

ନୂଆଦିଲ୍ଲୀ/ଇସଲାମାବାଦ,୨।୧: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦୀର୍ଘ ଦିନ ଧରି ଚାଲିଥିବା ଉତ୍ତେଜନା ମଧ୍ୟରେ, ଢାକାରୁ ଆସିଥିବା ଏକ ଫଟୋ ପାକିସ୍ତାନରେ ଆଲୋଚନାର ବିଷୟ ପାଲଟିଛି।...

ଶୋଇଥିଲେ ବି ବିକାଶ କଥା ଚିନ୍ତା କରେ: ଭାବବିହ୍ବଳ କଲେ ନରସିଂହ

ଲୋଇସିଂହା,୨।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଜନକଲ୍ୟାଣ ଯୁବ ସାମ୍ମୁଖ୍ୟ କ୍ଲବ ପକ୍ଷରୁ ଅଭିନନ୍ଦନ-୨୦୨୬ ଉତ୍ସବ ପାଳିତ ହୋଇଯାଇଛି। ଉତ୍ସବକୁ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର...

ନିଜ IPL ଟିମ୍‌ KKRରୁ କେତେ ରୋଜଗାର କରନ୍ତି କିଙ୍ଗ୍‌ ଖାନ? ଜାଣିଲେ…

ନୂଆଦିଲ୍ଲୀ,୨।୧: ବଲିଉଡର କିଙ୍ଗ ଖାନ ସବୁବେଳେ ଖବରର ଶିରୋନାମାରେ ରହିଥାନ୍ତି। ସେ ତାଙ୍କ ଫିଲ୍ମ ମାଧ୍ୟମରେ ପ୍ରଶଂସକମାନଙ୍କୁ ମୋହିତ କରନ୍ତି। ବର୍ତ୍ତମାନ, ପ୍ରଶଂସକମାନେ ଶାହରୁଖ ଖାନଙ୍କ...

ପ୍ରିୟଙ୍କା ଗାନ୍ଧୀଙ୍କ ଜିପ୍‌ ସାମ୍ନାକୁ ଚାଲିଆସିଲା ବାଘ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨।୧: କଂଗ୍ରେସ ମହାସଚିବ ଏବଂ ଏମପି ପ୍ରିୟଙ୍କା ଗାନ୍ଧୀ ତାଙ୍କ ପୁଅର ନିର୍ବନ୍ଧ ପାଳନ କରିବା ଏବଂ ଏକ ବ୍ୟକ୍ତିଗତ ଯାତ୍ରାରେ ନୂତନ ବର୍ଷ ଛୁଟି...

ଗଜପତି ଜିଲାର ନୂଆ ଜିଲାପାଳ ହେଲେ ଅକ୍ଷୟ ସୁନିଲ ଅଗ୍ରୱାଲ

ଗଜପତି(ଗିରିଧାରୀ ପରିଛା):୦୨/୦୧- ଗଜପତି ଜିଲ୍ଲାର ନୂଆ ଜିଲ୍ଲାପାଳ ହେଲେ ଅକ୍ଷୟ ସୁନିଲ ଅଗ୍ରୱାଲ । ନୂଆବର୍ଷରେ ନିଯୁକ୍ତି ଦେଇଛନ୍ତି ସରକାର । ଗତ କିଛି ଦିନ...

ବଡ଼ ଧରଣର ATM ଲୁଟ୍, ଟଙ୍କା ସହ ମେସିନ ତାଡ଼ି ନେଇଗଲେ ଦୁର୍ବୃତ୍ତ

ବିଞ୍ଝାରପୁର,୨।୧ (ରାମକୃଷ୍ଣ ଦାସ ): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ମଇଁନ୍ଦା ଛକରେ ଅଭାବନୀୟ ଘଟଣା । ଏଚଡିଏଫସି ବ୍ୟାଙ୍କର ଏଟିଏମ ମେସିନକୁ ଗୁରୁବାର ବିଳମ୍ବିତ ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri