Posted inଜାତୀୟ

ରାହୁଲଙ୍କ ନୂଆ ଚ୍ୟାନେଲ !

ନୂଆଦିଲ୍ଲୀ,୨୫।୬: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ପୁଣିଥରେ ଦଳର ଅଧ୍ୟକ୍ଷ ପଦରେ ବସାଇବାକୁ ନିକଟରେ ଅନୁଷ୍ଠିତ କଂଗ୍ରେସ ଓ୍ବାର୍କିଂ କମିଟିରେ କଥା ଉଠିଥିଲା। ଏହାପରେ ଏବେ ଶୁଣିବାକୁ ମିଳିଛି କି ରାହୁଲ ଏବେ ନିଜର ଏକ ଅନ୍‌ଲାଇନ୍‌ ଚ୍ୟାନେଲ ଆରମ୍ଭ କରିଛନ୍ତି। ମେସେଜିଂ ଆପ୍‌ ଟେଲିଗ୍ରାମରେ ଥିବା ତାଙ୍କର ଏହି ଚ୍ୟାନେଲ ମାଧ୍ୟମରେ ସେ ସିଧାସଳଖ ଜନତାଙ୍କ ସହ ସମ୍ପର୍କରେ ରହିପାରିବେ। ଏହି ଚ୍ୟାନେଲ ମାଧ୍ୟମରେ ସେ ତାଙ୍କ କଥା ଜନତାଙ୍କ ନିକଟରେ ପହଞ୍ଚାଇବେ। ଏହାସହ ଏହି ଚ୍ୟାନେଲର ଉଦ୍ଦେଶ୍ୟ ହେଉଛି ଲୋକଙ୍କ ସହ କଥା ହେବା। ଟେଲିଗ୍ରାମରେ ତାଙ୍କର ଏହି ଚ୍ୟାନେଲକୁ ଖୁବ୍‌ଶୀଘ୍ର ଭେରିଫାଏ କରି ଦିଆଯିବ ବୋଲି ଜଣାପଡିଛି। ତେବେ କିଛି ଗଣମାଧ୍ୟମ କଂଗ୍ରେସର କଥାକୁ ବ୍ଲାକ୍‌ ଆଉଟ୍‌ କରି ଦେବା ଓ ବିରୋଧି ରାଜନେତାକୁ କମ୍‌ ଅବା କୌଣସି ଗୁରୁତ୍ୱ ଦେଉ ନ ଥିବା କୁହାଯାଉଥିବା ବେଳେ ରାହୁଲଙ୍କର ଏହି ଚ୍ୟାନେଲ ଦଳକୁ ବେଶ୍‌ ସହାୟକ ହେବ ବୋଲି କୁହାଯାଉଛି। ରାହୁଲ ଗାନ୍ଧୀ ବହୁ ପଛରେ ସୋସିଆଲ ମିଡିଆକୁ ଆସିଥିବା ବେଳେ ଏଥିରେ ସଫଳ ହେବାକୁ ଚେଷ୍ଟା କରୁଛନ୍ତି। ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ତାଙ୍କ ଦଳ ଭାରତୀୟ ଜନତା ପାର୍ଟି(ଭାଜପା) ସୋସିଆଲ ମିଡିଆ ମାଧ୍ୟମରେ ଅନେକାଂଶରେ ସଫଳତା ପାଇଥିବା ବେଳେ ଏବେ ରାହୁଲ ଏହାକୁ ଆପଣାଇଛନ୍ତି ବୋଲି ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

ମୁଖ୍ୟମନ୍ତ୍ରୀ ହେବା ପରେ ଦିଲ୍ଲୀରେ ମୋଦିଙ୍କୁ ସାକ୍ଷାତ କଲେ ବିଜୟ, ୨୦ ମିନିଟରେ କଲେ…..

ନୂଆଦିଲ୍ଲୀ,୨୭।୫: ଜୋସେଫ ବିଜୟ ତାମିଲନାଡୁର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ପାଇଁ ଦିଲ୍ଲୀ ଗସ୍ତ କରିଥିଲେ। ଏଠାରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ଏହା ତାମିଲନାଡୁରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri