Posted inଜାତୀୟ

ରାହୁଲଙ୍କୁ ମାୟାବତୀଙ୍କ ସମାଲୋଚନା

ନୂଆଦିଲ୍ଲୀ, ୨୭ା୮: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଏସ୍‌ପି ସୁପ୍ରିମୋ ମାୟାବତୀ ସୋମବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ତାଙ୍କ ସହ ଶ୍ରୀନଗର ଗସ୍ତରେ ଯିବା ଲାଗି ପ୍ରୟାସ କରିଥିବା ଅନ୍ୟ ବିରୋଧୀ ଦଳର ନେତାଙ୍କ ଉପରେ ବର୍ଷିଛନ୍ତି। ସେଠାକୁ ଯିବା ପୂର୍ବରୁ ଅଧିକ ଚିନ୍ତା କରିବାର ଥିଲା ବୋଲି ମାୟାବତୀ ଟୁଇଟ୍‌ କରିଛନ୍ତି। ବିନା ଅନୁମତିରେ ଏମିତି ଯାଇ ସେଠାରୁ ଫେରିବା ଦ୍ୱାରା କେନ୍ଦ୍ରକୁ ରାଜନୀତି କରିବାର ସୁଯୋଗ ମିଳିଲା ବୋଲି ସେ ଅଭିଯୋଗ କରିଛନ୍ତି। ବିଏସ୍‌ପି ସୁପ୍ରିମୋ କହିଛନ୍ତି, ଆମ୍ବେଦକର ଭାରତର ଏକତା, ସମାନତାକୁ ଗୁରୁତ୍ୱ ଦେଇଆସୁଥିଲେ। ଏଥିଲାଗି ୩୭୦ ସପକ୍ଷରେ ସେ ନ ଥିଲେ। ଏଥିଲାଗି ଏହି ଧାରା ଉଚ୍ଛେଦ ଲାଗି ବିଏସ୍‌ପି ସମର୍ଥନ ଜଣାଇଥିଲା। ଏହି ଧାରା ଉଚ୍ଛେଦ ହେବା ପରେ ସ୍ଥିତି ସ୍ବାଭାବିକ ହେବା ଲାଗି ସମୟ ଲାଗିବ। ତେଣୁ ଅପେକ୍ଷା କରିବାର ଆବଶ୍ୟକତା ରହିଛି ବୋଲି ମାୟାବତୀ କହିଛନ୍ତି। ଅଦାଲତ ମଧ୍ୟ ଏଭଳି ପଦକ୍ଷେପ ନେଇଥିବା ସେ ପ୍ରକାଶ କରିଛନ୍ତି। ଶନିବାର ରାହୁଲଙ୍କ ସମେତ ଶ୍ରୀନଗର ଯାଇଥିବା ୧୦ ବିରୋଧୀ ଦଳର ନେତାଙ୍କୁ ଫେରାଇ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ ଘରୁ ଫେରୁଥିବା ବେଳେ ବନ୍ୟା ପାଣିରେ ଭାସିଗଲେ ବୃଦ୍ଧ, ସିଧା ଗଛରେ…

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାର ପଡ଼ା ବ୍ଲକ ତେଲ ନଦୀର ବଢ଼ି ପାଣିରେ ଭାସି ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ…

ପାଣିରେ ବୁଡ଼ିଗଲେ ସ୍ବପ୍ନେଶ୍ୱର ମହାଦେବ, ତଥାପି ଚାଲିଛି ପୂଜାର୍ଚ୍ଚନା

କଟକ,୭।୭: ଲଘୁଚାପ ଜନିତ ଲଗାଣ ବର୍ଷା ପ୍ରଭାବରେ ଗତ ଦିନ ହେଲା ଜିଲାର ବିଭିନ୍ନ ନଦୀରେ ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି। ଏଭଳିସ୍ଥିତିରେ କଟକ…

ସାଧୁପଡାରୁ ବିଦେଶୀ ମଦ ଦୋକାନ ଉଠାଇବା ଦାବିରେ ଅଣ୍ଟା ଭିଡିଲେ ମହିଳା, ରାସ୍ତାରୋକୋ କରି….

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ସାଧୁପଡ଼ା ଗ୍ରାମରେ ମଦ ଦୋକାନ ଉଚ୍ଛେଦକୁ ନେଇ ମହିଳାମାନେ ରାସ୍ତାରୋକୋ କରିଛନ୍ତି ।…

ମୁଖ୍ୟମନ୍ତ୍ରୀ ବିଜୟଙ୍କ ବିରୋଧରେ DMKର ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୭।୭: ତାମିଲନାଡୁର କରୁରରେ ଏକ ଦୁର୍ଘଟଣାରେ ୪୧ ଜଣ ପ୍ରାଣ ହରାଇଲେ। କ୍ଷମତାସୀନ ଟିଭିକେ (ତାମିଜାଗା ଭେଟ୍ରି କାଝାଗମ) ସରକାରଙ୍କ ବିରୁଦ୍ଧରେ DMK ଏକ ଆବେଦନ ଦାଖଲ…

ଚନ୍ଦ୍ରକାନ୍ତ ମୃତ୍ୟୁ ଘଟଣା: ନ୍ୟାୟ ଦାବିରେ ରାସ୍ତା ଅବରୋଧ

ଧୂଷୁରୀ, ୭।୭( ଦୀପ୍ତି ରଞ୍ଜନ ନାୟକ ) : ଧୂଷୁରୀ ଥାନା ଅଧୀନ ମଠଡିହ ବଜାରରେ ମଙ୍ଗଳବାର ପୂର୍ବାହ୍ନରେ ନିକଟସ୍ଥ ସାଠିବାଙ୍କୁଡା ଗ୍ରାମର ମହିଳା,ପୁରୁଷ,ଯୁବତୀ, ଯୁବକ ପ୍ଲାଏ…

ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ସିପିଆଇଏମ ନେତା, ତଟବର୍ତ୍ତୀ ଅଞ୍ଚଳବାସୀଙ୍କ ସହ କଲେ ଆଲୋଚନା

ଗଞ୍ଜାମ,୭।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି…

ହାତକୁ ଦି’ ହାତ ହେଲେ ଅଂଶୁଲା: ଝୁମିଲେ ୨ ଭଉଣୀ

ପ୍ରଯୋଜକ ବୋନି କପୁର ତଥା ବଲିଉଡ ଅଭିନେତା ଅର୍ଜୁନ କପୁରଙ୍କ ଭଉଣୀ ଅଂଶୁଲା କପୁର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ମୁମ୍ବାଇର ତାଜ ହୋଟେଲରେ ତାଙ୍କ…

ଅଙ୍ଗନବାଡ଼ି କେନ୍ଦ୍ରରୁ ଖସିଲା କଂକ୍ରିଟ,୩ ଶିଶୁ ଆହତ

କଣ୍ଟାବାଞ୍ଜି,୭।୭: ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ କୁର୍ଲ୍ଲୀ ଗାଁ ଅଙ୍ଗନବାଡ଼ି କେନ୍ଦ୍ରରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଅଙ୍ଗନବାଡ଼ି କେନ୍ଦ୍ର ଛାତରୁ କଂକ୍ରିଟ ଖସି ୩ଜଣ ଶିଶୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri