Posted inଖେଳ

ରାହୁଲଙ୍କୁ ସମସ୍ୟା କରିବନି ନୂଆ ବଲ୍‌

ମୁମ୍ବାଇ, ୨୨ା୬ (ପି.ଟି.)-ଚଳିତ ବିଶ୍ୱକପ୍‌ରେ ନୂଆ ବଲ୍‌କୁ ସାମ୍ନା କରିବା କେ.ଏଲ୍‌. ରାହୁଲଙ୍କ ପାଇଁ କୌଣସି ସମସ୍ୟା ସୃଷ୍ଟି କରିବ ନାହିଁ। ଓ୍ବେଷ୍ଟଇଣ୍ଡିଜ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ବ୍ରାଏନ ଲାରା ଏକଥା କହିଛନ୍ତି। ଜଣେ ଡାହାଣହାତୀ ବ୍ୟାଟ୍ସମ୍ୟାନ ରୂପେ ତାଙ୍କ ଟେକ୍‌ନିକ୍‌ ଠିକ୍‌ ରହିଛି। ବୃଦ୍ଧାଙ୍ଗୁଳିରେ ଆଘାତ ଯୋଗୁ ନିୟମିତ ଓପନର ଶିଖର ଧାଓ୍ବନ ଦଳରୁ ବାଦ୍‌ ପଡ଼ିବା ପରେ ଗତ ରବିବାର ପାକିସ୍ତାନ ବିପକ୍ଷ ମ୍ୟାଚରେ ରାହୁଲ ଓପନ କରିଥିଲେ। କର୍ନାଟକର ଏହି ବ୍ୟାଟ୍ସମ୍ୟାନ ମ୍ୟାଚରେ ୮୭ ବଲ୍‌ରୁ ଧୈର୍ଯ୍ୟପୂର୍ଣ୍ଣ ୫୭ ରନ କରିବା ସହ ରୋହିତ ଶର୍ମାଙ୍କ ସହ ୧୩୬ରନର ପାର୍ଟନରଶିପ୍‌ କରିଥିଲେ। ଧାଓ୍ବନ ବର୍ତ୍ତମାନ ସମ୍ପୂର୍ଣ୍ଣ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଛନ୍ତି। ତାଙ୍କ ସ୍ଥାନରେ ଯୁୁବ ଖେଳାଳି ରିଷଭ ପନ୍ତଙ୍କୁ ଦଳରେ ସ୍ଥାନ ମିଳିଛି। ଫଳରେ ଭାରତର ଅବଶିଷ୍ଟ ମ୍ୟାଚଗୁଡ଼ିକରେ ରୋହିତଙ୍କ ସହିତ ରାହୁଲ ଓପନିଂ କରିବା ପକ୍କା ହୋଇଛି। ଲାରାଙ୍କ ହିସାବରେ ବିରାଟ କୋହଲିଙ୍କ ପରେ ରାହୁଲ ହେଉଛନ୍ତି ଭାରତର ଦ୍ୱିତୀୟ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ। ତାଙ୍କୁ ମିଳିଥିବା ସୁଯୋଗର ସେ ହାତଛଡ଼ା କରିବା ଉଚିତ୍‌ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଏମିତି ଛକା ମାରିଲେ ମୁକୁଲ: ଖୁସିରେ ଡେଇଁଲେ ମାଲିକ, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୪: ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟସ ପାଇଁ ଖେଳୁଥିବା ମୁକୁଲ ଚୌଧୁରୀ KKR ବିପକ୍ଷରେ ଏମିତି ଏକ ଛକା ମାରିଥିଲେ, ଯାହା ଅତ୍ୟନ୍ତ କଷ୍ଟକର କୃତିତ୍ୱ ବୋଲି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠି, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri