ରାୟଗଡ଼ାରେ ଫସିଛନ୍ତି ୧୮ ତୀର୍ଥଯାତ୍ରୀ

ରାୟଗଡ଼ା ଅଫିସ,୨୬।୩: ଛତିଶଗଡ଼ର ୧୮ ତୀର୍ଥଯାତ୍ରୀ ଗତ ୧୨ ତାରିଖରେ ଛତିଶଗଡ଼ର ମାହାସାମୁଦ୍ର ଜିଲାର ନାନ୍ଦଗାଓଁରୁ ତୀର୍ଥ ଯାତ୍ରା ଆରମ୍ଭ କରିଥିଲେ। ୨୨ ତାରିଖରେ ସେମାନଙ୍କ ଫେରିବା ପାଇଁ ଟିକେଟ ମଧ୍ୟ ହୋଇଥିଲା। ହେଲେ ବିଶ୍ୱବ୍ୟାପୀ କାୟା ବିସ୍ତାର କରିଥିବା ମହାମାରୀ କରୋନା ମୁକାବିଲା ପାଇଁ କେନ୍ଦ୍ର ସରକାର ସମଗ୍ର ଦେଶକୁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଫଳରେ ସମସ୍ତ ବସ୍‌ ଗାଡ଼ି ଏବଂ ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ ହୋଇଥିବାରୁ ଫସି ରହିଛନ୍ତି। ୧୮ ତୀର୍ଥଯାତ୍ରୀ ଯେଉଁମାନେ ଗୁରୁବାର ଆନ୍ଧ୍ର ସୀମା ପାର ହୋଇ ଓଡ଼ିଶାର ରାୟଗଡ଼ାର ଓଭର ବ୍ରିଜ ନିକଟରେ ଥିବା ବେଳେ ପୋଲିସ ଦେଖିବା ସହ ଉପରସ୍ଥ ଅଧିକାରୀଙ୍କୁ ଖବର ଦେଇଛି। ଏମାନେ ତିରୁପତି, କନ୍ୟାକୁମାରୀ, ମଦୁରାଇ ବିଭିନ୍ନ ତୀର୍ଥ ସ୍ଥାନ ଭ୍ରମଣରେ ବାହାରିଥିଲେ। ଆନ୍ଧ୍ର ପୋଲିସ ତାଙ୍କୁ ଏକ ଗାଡ଼ି କରି ଓଡ଼ିଶା ସୀମାର ରାୟଗଡ଼ାରେ ଛାଡ଼ିଥିବା ତୀର୍ଥଯାତ୍ରୀମାନେ କହିଛନ୍ତି। ବର୍ତ୍ତମାନ ସେମାନେ କୁଆଡ଼େ ଯିବେ କେମିତି ରହିବେ ସେନେଇ ଚିନ୍ତାରେ ପଡ଼ିଛନ୍ତି। ଏନେଇ ଗଣମାଧ୍ୟମ ପ୍ରତିନିଧିମାନେ ଏସ୍‌ପି, ତହସିଲଦାର ଏବଂ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ଅବଗତ କରାଇଥିଲେ। ଦିନତମାମ ଭୋକରେ ଥିବାରୁ କିଛି ସମାଜସେବୀ ସେମାନଙ୍କ ପାଇଁ ଖାଦ୍ୟ ବ୍ୟବସ୍ଥା କରାଇଥିଲେ। ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମହାମାରୀ ବିଶେଷଜ୍ଞ ଡ. କଲ୍ଲୋଳ ଦାସ ତୀର୍ଥଯାତ୍ରୀମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଇଛନ୍ତି। ପରେ ସେମାନଙ୍କୁ ଆଇସୋଲେଶନ୍‌ରେ ରଖାଯିବ ନା ପଠାଯିବ ସେ ନେଇ ପ୍ରଶାସନ ସ୍ଥିର କରିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ନିଶାନ୍ତ ବାର ସ୍ଥାନାନ୍ତର ପାଇଁ ତେଜିଲା ଦାବି: ଆନ୍ଦୋଳନ ଚେତାବନୀ ଦେଲେ ଓ୍ବାର୍ଡବାସୀ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା -ଟିଟିଲାଗଡ ସହରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶରେ ନିଶାନ୍ତ ବାର ଖୋଲିବାକୁ ପ୍ରୟାସ ଚାଲିଛି। ୱାର୍ଡବାସୀ…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri