ରାୟଗଡାରୁ ୫ କରୋନା ପଜିଟିଭ ଚି଼ହ୍ନଟ

ରାୟଗଡା ଅଫିସ୍‌,୧୫।୬: ରାୟଗଡ଼ା ଜିଲାରୁ ସୋମବାର ୫ଜଣ ପଜିଟିଭ୍‌ ଚିହ୍ନଟ ହୋଇଛି। ଚି଼ହ୍ନଟ ହୋଇଥିବା ୫ ଜଣଙ୍କ ମଧ୍ୟରୁ ୪ ଜଣ କାଶୀପୁର ବ୍ଲକର ଡ଼ଙ୍ଗା ସିଲ ଗ୍ରାମ ପଞ୍ଚାୟତର ୪ ଜଣ ଅଛନ୍ତି। ସେମାନେ ସମସ୍ତେ ଜିଲାର ପ୍ରଥମ ପଜିଟିଭଙ୍କ ସଂସ୍ପର୍ଶରେ ଆସି ଗୃହ ସଙ୍ଗରୋଧରେ ରହୁଥିଲେ। ସେହିପରି କାଶୀପୁର ବ୍ଲକର ରେଙ୍ଗାଠାରେ ମଧ୍ୟ ଜଣେ ପଜିଟିଭ ଚି଼ହ୍ନଟ ହୋଇଛନ୍ତି। ସେ ହାଇଦ୍ରାବାଦ ଫେରନ୍ତା ଏବଂ ଗୃହରେ ସଙ୍ଗରୋଧରେ ରହୁଥିଲେ। ଚିହ୍ନଟ ବ୍ୟକ୍ତିଙ୍କ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି। ଜିଲାରେ ବର୍ତ୍ତମାନ ସୁଦ୍ଧା ୨୫୧୨ଜଣଙ୍କର ନମୁନା ପରୀକ୍ଷା ପାଇଁ ଯାଇଥିଲା। ସେମାନଙ୍କ ମଧ୍ୟରୁ୨୫୦୦ଜଣକର ରିପୋର୍ଟ ନେଗେଟିଭ୍‌ ଆସିଥିବା ବେଳେ ୧୨ଜଣକର କରୋନା ପଜିଟିଭ ଆସିଛି । ସେଥିରୁ ୨ ଜଣ ସୁସ୍ଥ ହୋଇଥିବା ବେଳେ ୧୦ ଜଣ ଏବେ ମଧ୍ୟ ସକ୍ରିୟ ଅଛନ୍ତି ବୋଲି ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ଆର୍ତ୍ତବନ୍ଧୁ ନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଡ଼ାରି ଏନ୍‌ଏସିରେ ଜାତୀୟ ପତାକାକୁ ଅବମାନନା

ଗୁଡ଼ାରି, ୩୧।୮ (ପ୍ରମୋଦ କୁମାର ପତି): ଗୁଡ଼ାରି ଏନ୍‌ଏସି ପରିସରରେ ସୋମବାର ସ୍ୱାୟତ୍ତ ଶାସନ ଦିବସ ପାଳନ ବେଳେ ଏକ ଅଭାବନୀୟ ଘଟଣା ଘଟିଥିବା ଦେଖିବାକୁ ମିଳିଛି।…

ବ୍ୟାପୁଛି ସ୍କ୍ରବ ଟାଇଫସ୍‌: ଦିନକରେ ୨୨ ପଜିଟିଭ ଚିହ୍ନଟ

ପାଳଲହଡ଼ା,୩୧।୮(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡ଼ା ସାନବାଗଦରୀ ଗାଁରେ ସ୍କ୍ରବ ଟାଇଫସ୍‌(Scrub Typhus) ବ୍ୟାପିବା ଖବର ପ୍ରସାରଣ ପରେ ସ୍ବାସ୍ଥ୍ୟ ବିଭାଗର ଏକ ଡାକ୍ତରୀ ଟିମ୍‌ ଗାଁରେ…

୬ ମାସର ପାରିଶ୍ରମିକ ଦାବିରେ ଆଶା କର୍ମୀଙ୍କ ଆନ୍ଦୋଳନ

ଖଡ଼ିଆଳ, ୩୧।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ଉପଖଣ୍ଡ ସ୍ୱାସ୍ଥ୍ୟକେନ୍ଦ୍ର ଅଧୀନରେ କାର୍ଯ୍ୟରତ ସମସ୍ତ ଆଶା କର୍ମୀଙ୍କ ୬ ମାସର ଆର୍ଥିକ ସହାୟତା ପ୍ରଦାନ…

ସଫଳତା ପାଇଁ ଗଞ୍ଜାମ ଏନ୍‌ଏସି ପୁରସ୍କୃତ: ମିଳିଲା ୨ କୋଟି ଟଙ୍କାର ଚେକ୍, ମୁଖ୍ୟମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କଲେ…

ଗଞ୍ଜାମ, ୩୧/୮ (ବିଦ୍ୟାଧର ସାହୁ): ୨୦୨୫-୨୬ ଆର୍ଥିକ ବର୍ଷରେ ରାଜସ୍ୱ ଆଦାୟ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ତଥା ଉଲ୍ଲେଖନୀୟ ସଫଳତା ପାଇଁ ଗଞ୍ଜାମ ଏନ୍‌ଏସି ପୁରସ୍କୃତ ହୋଇଛି।…

ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ପରିସରରୁ ଦିବ୍ୟାଙ୍ଗ ନାବାଳିକା ଅପହରଣ: ଯୁବକ ଗିରଫ, ବଳାତ୍କାର ମାମଲାରେ…

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ): ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟ ପରିସରରୁ ଜଣେ ୫ ବର୍ଷୀୟା ଦିବ୍ୟାଙ୍ଗ ନାବାଳିକାଙ୍କୁ ଅପହରଣ ଘଟଣାରେ ଛତ୍ରପୁର ପୋଲିସ ଜଣେ ଯୁବକଙ୍କୁ…

କଟକ ରେଳଷ୍ଟେଶନ ଅଞ୍ଚଳରୁ ନାବାଳିକାଙ୍କୁ ଅପହରଣ କରିନେଇଥିଲେ ବୃଦ୍ଧ, ଏଇଠୁ ମିଳିଲା ପତ୍ତା

କଟକ,୩୧।୮(ପ୍ରଭୁକଲ୍ୟାଣ ପାଲ୍): ଉଦ୍ଧାର ହେଲେ ୭ ବର୍ଷୀୟା ନାବାଳିକା । ଗତ ଦୁଇ ଦିନ ପୂର୍ବରୁ କଟକ ଶିଖରପୁର ନିକଟସ୍ଥ ରେଳ ଷ୍ଟେଶନ ନିକଟରୁ ଅପହରଣ ହୋଇଥିଲେ…

ସରକାରୀ ବସ୍‌ରେ ଖୋଲାମେଲାରେ ଯାତାୟାତ କରୁଛନ୍ତି ଯାତ୍ରୀ: ଅଭିଯୋଗ ଆଣିଲେ ଯୁବ ସମାଜସେବୀ

ଦାରିଙ୍ଗବାଡି, ୩୧।୮(ଅରୁଣ ସାହୁ):ଗଞ୍ଜାମର ବ୍ରହ୍ମପୁରରୁ କନ୍ଧମାଳ ଜିଲା ବାଲିଗୁଡାକୁ ଦାରିଙ୍ଗବାଡି ଦେଇ ସରକାରୀ ବସ ଚଳାଚଳ କରୁଛି। ଏହି ଯାତ୍ରୀବାହୀ ବସର ଡୋର ଗ୍ଲାସଟି ଭାଙ୍ଗି ଯାଇଥିବାରୁ…

ଟିଚ୍‌ କନ୍ଧମାଳ: ଲାଲ ବାହାଦୁର ବିଦ୍ୟାପୀଠରେ ପାଠ ପଢ଼ାଇଲେ ବିଡିଓ ପ୍ରୀତିରଞ୍ଜନ, ସିଆଙ୍ଗବାଲିରେ ଉପଜିଲାପାଳ

ଦାରିଙ୍ଗବାଡ଼ି, ୩୧/୮ (ଅରୁଣ ସାହୁ): କନ୍ଧମାଳ ଜିଲା ରେ ଶିକ୍ଷାର ବିକାଶ ଓ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଶିକ୍ଷା ପ୍ରତି ଆଗ୍ରହ ବୃଦ୍ଧି ଉଦ୍ଦେଶ୍ୟରେ ଜିଲାର ବିଭିନ୍ନ ବିଭାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri