Posted inଖେଳ

ରାୟୁଡୁ, କେଦାର, ମୁରଲୀଙ୍କୁ ଛାଡ଼ିପାରେ ସିଏସ୍‌କେ

ନୂଆଦିଲ୍ଲୀ,୧୩।୧୧- ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ର ଅନ୍ୟତମ ସଫଳ ଫ୍ରାଞ୍ଚାଇଜ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଅମ୍ବାତି ରାୟୁଡୁ, କେଦାର ଯାଦବ ଓ ମୁରଲୀ ବିଜୟଙ୍କୁ ଛାଡ଼ିବାର ବିଶେଷ ସମ୍ଭାବନା ରହିଛି। ଏ ନେଇ କିଛି କ୍ରିକେଟ ଆଧାରିତ ଓ୍ବେବସାଇଟ୍‌ରେ ଖବର ପ୍ରକାଶ ପାଇଛି। ହେଲେ ଏଥିରେ କୌଣସି ସୂତ୍ରର ନାମ ସ୍ପଷ୍ଟ କରାଯାଇ ନାହିଁ। ବିଭିନ୍ନ ସାଇଟ୍‌ରେ ପ୍ରକାଶ ପାଇଥିବା ରିପୋର୍ଟ ଅନୁଯାୟୀ, ରାୟୁଡୁ ଓ ଯାଦବଙ୍କୁ ନିଲାମ ପ୍ରକ୍ରିୟାର ସମ୍ମୁଖୀନ ହେବାକୁ ପଡ଼ିବ। କାରଣ ଉଭୟଙ୍କୁ ସିଏସ୍‌କେ କମ୍‌ ମୂଲ୍ୟରେ କିଣିବାକୁ ଚାହୁଁଛି। ଆଇପିଏଲର ଅଫ୍‌ ସିଜନ ଖେଳାଳିଙ୍କ ଅଦଳ ବଦଳ ପ୍ରକ୍ରିୟା ଆସନ୍ତା ଗୁରୁବାର ଶେଷ ହେବ। ସେହିଦିନ ପ୍ରତ୍ୟେକ ଫ୍ରାଞ୍ଚାଇଜ ତା’ର ରିଟେନ ଖେଳାଳିଙ୍କ ତାଲିକା ପ୍ରଦାନ କରିବେ। ଯେଉଁ ଖେଳାଳିମାନେ ଦଳରୁ ବାଦ୍‌ ପଡ଼ିବେ ଓ ଅନ୍ୟ ଖେଳାଳିଙ୍କୁ ନେଇ ଆସନ୍ତା ମାସ ୧୯ ତାରିଖରେ କୋଲକାତାଠାରେ ନିଲାମ ପ୍ରକ୍ରିୟା ଅନୁଷ୍ଠିତ ହେବ। ରାୟୁଡୁ ଗତ ବର୍ଷ ୧୬ ମ୍ୟାଚ୍‌ରେ ୬୦୨ ରନ୍‌ କରି ଚାମ୍ପିୟନ ସିଏସ୍‌କେ ଦଳର ସଦସ୍ୟ ଥିଲେ। ଯାଦବ ପ୍ରାୟ ସମୟ ଧରି ଫିଟ୍‌ନେସ ସମସ୍ୟା ସହ ସଂଘର୍ଷ କରି ଆସୁଥିବାରୁ ଜାତୀୟ ଦଳରୁ ବାଦ୍‌ ପଡ଼ିଛନ୍ତି। ତାଙ୍କୁ ସିଏସ୍‌କେ ୭.୮ କୋଟି ଟଙ୍କାରେ କିଣିଥିଲା। ବିଦେଶୀ ଖେଳାଳି ଶେନ ଓ୍ବାଟଶନ ଓ ଫାଫ ଡୁପ୍ଲିସିଙ୍କ ଉପସ୍ଥିତିରେ ବିଜୟଙ୍କୁ ଚୂଡ଼ାନ୍ତ ଏକାଦଶରେ ସ୍ଥାନ ମିଳୁନାହିଁ। ଏହି ୩ ଖେଳାଳିଙ୍କ ବ୍ୟତୀତ ଲେଗ୍‌ ସ୍ପିନର କର୍ନ ଶର୍ମା ଓ ପେସର ଶାର୍ଦୁଳ ଠାକୁରଙ୍କୁ ମଧ୍ୟ ଦଳ ଛାଡ଼ିବ। କର୍ନଙ୍କୁ ୫ ଓ ଶାର୍ଦୁଳଙ୍କୁ ୨ କୋଟି ଟଙ୍କାରେ ସିଏସ୍‌କେ କିଣିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri