Posted inଜାତୀୟ

‘ରିଙ୍କିଆ କେ ପାପା’ ଗୀତରେ ନାଚି ଖୁସି ମନାଇଲେ ଏଏପି କର୍ମକର୍ତ୍ତା, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ଫଳାଫଳ ଏକପ୍ରକାର ସ୍ପଷ୍ଟ ହୋଇଯାଇଛି। ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ନେତୃତ୍ୱାଧୀନ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ବହୁମତ ସହ ସରକାର ଗଠନ କରିବାକୁ ଯାଉଛି। ଗତ ୮ ତାରିଖରେ ଭୋଟଗ୍ରହଣ କରାଯାଇଥିବା ବେଳେ ମଙ୍ଗଳବାର ଭୋଟଗଣତି ହୋଇଛି। ଏହାପରେ ଏଏପି ହାତକୁ ୬୦ରୁ ଅଧିକ ସିଟ୍‌ ଆସିବା ଦେଖିବାକୁ ମିଳୁଥିବା ବେଳେ ଭାଜପା ୧୦ରୁ କମ୍‌ ସିଟ୍‌ରେ ବାଜିମାତ୍‌ କରିପାରିଛି। ମୋଟାମୋଟି ଦେଖିବାକୁ ଗଲେ ଏଏପି ୬୨ ଓ ଭାଜପା ୮ ସିଟ୍‌ରେ ଆଗୁଆ ରହିଛି। ଏଏପିର ଏଭଳି ପ୍ରଦର୍ଶନକୁ ନେଇ ଦଳର କର୍ମକର୍ତ୍ତାଙ୍କ ମଧ୍ୟରେ ଖୁସିର ମାହୋଲ ଦେଖିବାକୁ ମିଳୁଛି।

ସକାଳେ ଏଏପି ଗଣତିରେ ଆଗରେ ରହିବା ଜଣାପଡ଼ିବା ପରେ ଉତ୍ସବ ପାଳନ ଆରମ୍ଭ ହୋଇଥିଲା। ଏହି ସମୟରେ ଦଳୀୟ କର୍ମକର୍ତ୍ତା ଭାଜପା ନେତା ତଥା ଗାୟକ ମନୋଜ ତିଓ୍ବାରୀଙ୍କ ଗୀତ ‘ରିଙ୍କିଆ କେ ପାପା’ରେ ନାଚୁଥିବା ଦେଖାଯାଇଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ନିର୍ବାଚନ ପ୍ରଚାର ସମୟରେ ଭାଜପା ନେତା ମନୋଜ ଏହି ଗୀତରେ ଏଏପିର ମଜା ନେଇଥିଲେ। ଏପରିକି କେଜ୍‌ରିଓ୍ବାଲ ମଧ୍ୟ ଏଥିନେଇ ବୟାନ ଦେଇଥିଲେ। ପରେ ଏଏପି କର୍ମକର୍ତ୍ତାମାନେ ମନୋଜଙ୍କୁ ଟାର୍ଗେଟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri