Posted inଖେଳ

ରିଦ୍ଧିମାନଙ୍କ ମାଇଲଷ୍ଟୋନ

କୋଲକାତା,୨୨।୧୧(ପି.ଟି.)- ଭାରତୀୟ ଉଇକେଟକିପର ରିଦ୍ଧିମାନ ଶାହା ଶୁକ୍ରବାର କ୍ରିକେଟର ଲମ୍ବା ଫର୍ମାଟରେ କ୍ୟାଚ୍‌ ଓ ଷ୍ଟମ୍ପିଂକୁ ମିଶାଇ ୧୦୦ ଉଇକେଟ ପୂରଣ କରିଛନ୍ତି। ଏହି ସଫଳତା ପାଇବାରେ ସେ ଦେଶର ୫ମ ଉଇକେଟକିପର। ଇଡେନ ଗାର୍ଡେନ୍ସଠାରେ ବାଂଲାଦେଶ ଓ ଭାରତ ମଧ୍ୟରେ ଚାଲିଥିବା ଦିବାରାତ୍ର ଟେଷ୍ଟ ଅବସରରେ ରିଦ୍ଧିମାନ ଏହି ମାଇଲଷ୍ଟୋନ ସ୍ପର୍ଶ କରିଛନ୍ତି। ୩୫ ବର୍ଷୀୟ ଶାହା ବାଂଲାଦେଶର ପ୍ରଥମ ଇନିଂସରେ ୨ କ୍ୟାଚ୍‌ ନେଇଥିଲେ। ପ୍ରଥମଟି ଉମେଶ ଯାଦବଙ୍କ ବଲରେ ଶାଦମାନ ଇସଲାମ (୨୯)ଙ୍କ କ୍ୟାଚ୍‌ ରିଦ୍ଧିମାନଙ୍କ ପାଇଁ ୧୦୦ତମ ଶିକାର ଥିଲା। ସେ ଏପର୍ଯ୍ୟନ୍ତ ଉଇକେଟ ପଛରେ ରହି ଟେଷ୍ଟରେ ୧୦୧ ବ୍ୟାଟ୍ସମ୍ୟାନଙ୍କୁ ଆଉଟ୍‌ କରିସାରିଛନ୍ତି। ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ନାମରେ ୨୯୪ ବ୍ୟାଟ୍ସମ୍ୟାନଙ୍କ ଉଇକେଟ ରହିଛି, ଯାହାକି ଦେଶରେ ସର୍ବାଧିକ। ତାଙ୍କ ବ୍ୟତୀତ ସଇଦ କିରିମାନି, କିରନ ମୋରେ ଓ ନୟନ ମୋଙ୍ଗିଆଙ୍କ ଭଳି ଉଇକେଟକିପର ଏହି ତାଲିକାରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଛାତ୍ରରେ ଚାଲିଛି ବିଦ୍ୟାଳୟ: ସ୍କୁଲ ଜଗି ରହିଛନ୍ତି ଭାରପ୍ରାପ୍ତ ହେଡ୍‌ ପଣ୍ଡିତ

ବଲାଙ୍ଗୀର,୨ା୧୦(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ସହର ମୁଖ୍ୟରାସ୍ତା ପାର୍ଶ୍ୱରେ ଥିବା ବିଦ୍ୟାଭୂଷଣ ସଂସ୍କୃତ ପ୍ରଥମା-ମଧ୍ୟମା ବିଦ୍ୟାଳୟରେ ୬ଷ୍ଠରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି। ଏକଦା ଏହି ବିଦ୍ୟାଳୟରେ ୧୦୦ରୁ…

ମୋହନ ସରକାରଙ୍କ ବଡ଼ ଘୋଷଣା: ୫.୧୨ଲକ୍ଷ ନୂଆ ହିତାଧିକାରୀଙ୍କୁ ମିଳିବ ଭତ୍ତା

ଭୁବନେଶ୍ୱର,୨।୧୦ (ରବିନାରାୟଣ ଜେନା):ଦୀର୍ଘଦିନ ଧରି ସରକାରଙ୍କୁ ଭତ୍ତା ଗଣ୍ଡିଏ ପାଇବା ପାଇଁ ଚାହିଁ ରହିଥିବା ବୃଦ୍ଧା/ବୃଦ୍ଧ ଓ ଅନ୍ୟାନ୍ୟ ବର୍ଗଙ୍କ ଅପେକ୍ଷାର ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ମୋହନ…

ଆଜି ଇଣ୍ଡିଆ ମେଣ୍ଟର ‘ଗଣତନ୍ତ୍ର ବଞ୍ଚାଓ’ ପଦଯାତ୍ରା, ଫର୍ମ-୬ ପରିବର୍ତ୍ତନକୁ ନେଇ ରାହୁଲ କହିଲେ…

ନୂଆଦିଲ୍ଲୀ,୨।୧୦(ପି.ଟି.): ନୂତନ ଭୋଟର ପଞ୍ଜୀକରଣ ପାଇଁ ଭାରତର ନିର୍ବାଚନ ଆୟୋଗ (ଇସିଆଇ) ଦ୍ୱାରା ବ୍ୟବହୃତ ଅନ୍‌ଲାଇନ୍‌ ‘ଫର୍ମ-୬’ରେ ବେଆଇନ ଭାବେ ପରିବର୍ତ୍ତନ ପାଇଁ ଟାଟା କନ୍ସଲଟାନ୍ସି ସର୍ଭିସେସ୍‌…

ଗିଲ୍‌ଙ୍କ ଅଧିନାୟକତ୍ୱକୁ ନେଇ ଗମ୍ଭୀରଙ୍କ ବଡ଼ ବୟାନ, ବୋଲରଙ୍କ…

ନୂଆଦିଲ୍ଲୀ,୨।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦ୍ୱିତୀୟ ଦିନିକିଆରେ ୪୦୬ ରନ୍‌ର ବଡ଼ ଲକ୍ଷ୍ୟକୁ ହାସଲ କରି ଭାରତ ଚମତ୍କାର ବିଜୟ ହାସଲ କରିଛି। ଏହି ମ୍ୟାଚ୍‌ରେ ଶୁବମନ ଗିଲ୍‌ଙ୍କ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି, ଆଜିଠୁ ଆନ୍ଦୋଳନକୁ ଓହ୍ଲାଇବ CJP

ମୁମ୍ବାଇ, ୨।୧୦(ପି.ଟି.): ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟାରେ ବ୍ୟାପକ ଅନିୟମିତତା ସାମ୍ନାକୁ ଆସିବା ପରେ ମୁଖ୍ୟ ନିର୍ବାଚନ ଆୟୁକ୍ତ (ସିଇସି) ଜ୍ଞାନେଶ କୁମାରଙ୍କ ତୁରନ୍ତ ଇସ୍ତଫା…

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?