ରିଲିଜ୍‌ ଅପେକ୍ଷାରେ ଶହୀଦ ରଘୁ ସର୍ଦ୍ଦାର

ଆମ ରାଜ୍ୟର ଅନ୍ୟତମ ନାମୀ ସ୍ବାଧୀନତା ସଂଗ୍ରାମୀ ହେଉଛନ୍ତି ଶହୀଦ ରଘୁ ସର୍ଦ୍ଦାର। ତାଙ୍କ ଜୀବନର ବୀରତ୍ୱ ଗାଥାକୁ ସିନେମାରେ ସଜାଇଛନ୍ତି ନବାଗତ ପ୍ରଯୋଜକ ଡା. ବିଶ୍ୱନାଥ ପଟ୍ଟନାୟକ। ଚିତ୍ରଟିର ଟାଇଟଲ ରହିଛି ‘ଶହୀଦ ରଘୁ ସର୍ଦ୍ଦାର। ଏପରି ଏକ ଐତିହାସିକ କାହାଣୀକୁ ସଂଳାପର ରୂପ ଦେଇଛନ୍ତି ଆଗଧାଡିର ସଂଳାପକାର ଡ. ରଜନୀ ରଞ୍ଜନ। ଫିଲ୍ମର ଟାଇଟଲ ଭୂମିକାରେ ଅଭିନୟ କରିଛନ୍ତି ଦେବାଶିଷ ପାତ୍ର। ‘ଏହି ଭୂମିକା ଆକ୍ଟିଂ କ୍ୟାରିୟରରେ ମୋ ପାଇଁ ଏକ ଚ୍ୟାଲେଞ୍ଜ୍‌ ପରି ଥିଲା। ମୋତେ ଦିଆଯାଇଥିବା ଦାୟିତ୍ୱ ମୁଁ ତୁଲାଇଛି, ବାକିସବୁ ଦର୍ଶକଙ୍କ ଉପରେ ନିର୍ଭର କରେ ବୋଲି କହନ୍ତି ଦେବାଶିଷ। ଏହି ଫିଲ୍ମରେ ତାଙ୍କ ସହ ନାୟିକା ଭୂମିକାରେ ଅବତୀର୍ଣ୍ଣ ହୋଇଛନ୍ତି କାବ୍ୟା। ଏମାନଙ୍କ ବ୍ୟତୀତ ଜିନା, ଟ୍ବିଙ୍କିଲ୍‌, ରୁଦ୍ର, ସନ୍ତୋଷ, ପିଣ୍ଟୁ ନନ୍ଦ, ଅକ୍ଷୟ ବସ୍ତିଆ, ସୁଧାକର ବସନ୍ତ ଏବଂ ରାଜୀବ ମହାନ୍ତି ଅଭିନୟ କରିଛନ୍ତି। ଅରୁଣ ମନ୍ତ୍ରୀ, ବିଜୟ ମଲ୍ଲ ଏବଂ ରଞ୍ଜନ ଦାଶଙ୍କ ରଚିତ ଗୀତଗୁଡିକୁ ସ୍ବର ଦେଇଛନ୍ତି ବିକାଶ ଶୁକ୍ଳା। ଅପରପକ୍ଷରେ ଫିଲ୍ମର ସଫଳତାକୁ ନେଇ ବେଶ୍‌ ଆଶା ବାନ୍ଧିଛନ୍ତି ଏହାର ନିର୍ଦ୍ଦେଶକ ରାଜୀବ ମହାନ୍ତି। ତେବେ ଫିଲ୍ମଟି ଦର୍ଶକଙ୍କୁ କେତେ ପ୍ରଭାବିତ କରୁଛି, ତାହା ରିଲିଜ୍‌ ପରେ ହିଁ ଜଣାପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri