ସୋର, ୨୪ା୪(ଡି.ଏନ୍.ଏ.)-ସୋର ଗୋପୀନାଥପୁରସ୍ଥିତ କଳାକାର ମହାସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୧୦ ହଜାର ଟଙ୍କାର ଏକ ଡ୍ରାଫ୍ଟ ସୋର ତହସିଲଦାରଙ୍କ ଡ. ଅଶୋକ କୁମାର ଦାସଙ୍କ ଜରିଆରେ ପ୍ରଦାନ କରାଯାଇଛି। ଗୁରୁବାର ମଧ୍ୟାହ୍ନରେ ମହାସଂଘର ସଭାପତି ଉପେନ୍ଦ୍ର ଜେନା, ସମ୍ପାଦକ ଗଙ୍ଗାଧର ବେହେରା, ସହ ସମ୍ପାଦକ ମାଧବଚନ୍ଦ୍ର ମହାରଣା, କର୍ମକର୍ତ୍ତା ଶଙ୍କର୍ଷଣ ମହାନ୍ତି, ଭାଗବତ ମହାଳିକ, କୁଞ୍ଜ ବିହାରୀ ଦାସ, ପ୍ରଫୁଲ୍ଲ ବାରିକ, ଗୁରୁ ପ୍ରସାଦ ବେହେରା, ଗଙ୍ଗାଧର ଜେନା, ସୁଧାକର ପରିଡା, ରଘୁନାଥ ମହାନ୍ତି, ମନୋରମା ଦାସ, ଅନ୍ନପୂର୍ଣ୍ଣା ଦାସ, ମଞ୍ଜୁଶା ଦାସ, ସକିମଣୀ ଦାସ, ସରୋଜିନୀ ଦାସ, କାଞ୍ଚନ ବାରିକ, ପ୍ରଫୁଲ୍ଲତା ସନ୍ଦୀବଗ୍ରହ ଓ ସାଧବୀ ଜେନା ପ୍ରମୁଖ ଏହି ଦାନ ରାଶି ସଂଗ୍ରହରେ ସହଯୋଗ କରିଥିଲେ। ସେହିପରି ପ୍ରାକ୍ତନ ପ୍ରଧାନଶିକ୍ଷକ ବିଷ୍ଣୁ ଚରଣ ପଣ୍ଡା ନିଜ ପେନ୍ସନ୍ରୁ ୨୦ ହଜାର ଟଙ୍କା ବିଧାୟକ ପର୍ଶୁରାମ ଧଡାଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ କରିଛନ୍ତି। ସୋର କ୍ୟାମ୍ରିଜ୍ ବିଦ୍ୟାଳୟ ୨ଶ୍ରେଣୀର ଛାତ୍ର ପ୍ରଦୀପ କୁମାର ସାହୁଙ୍କ ପୁଅ ଜ୍ୟୋତିରାଜ ସାହୁ ୧ ହଜାର ଟଙ୍କା ତହସିଲଦାରଙ୍କ ଜରିଆରେ ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ କରିଛନ୍ତି।
Posted inଆମ ଜିଲା ଖବର, ବାଲେଶ୍ୱର View All
କାର-ବାଇକ୍ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର
ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍ରେ ଥିବା…
କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ
ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…
‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ
ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…
ଘରେ ଆଶ୍ରୟ ଦେଲେନି ପୁଅ
ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…
ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ
ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…
ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ
ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…
ଝଡତୋଫାନ, ବଜ୍ରପାତରେ ନେଲା ଜୀବନ
ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…
ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ
ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…
Archives

