Posted inଜାତୀୟ

‘ରିସାଟ୍‌-୨ବି’ ଉତ୍‌କ୍ଷେପଣ ସଫଳ

ଶ୍ରୀହରିକୋଟା(ଆନ୍ଧ୍ରପ୍ରଦେଶ),୨୩ା୫: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ପକ୍ଷରୁ ଏଠାରେ ବୁଧବାର ରିସାଟ୍‌-୨ବି ଉପଗ୍ରହର ସଫଳ ଉତ୍‌କ୍ଷେପଣ କରାଯାଇଛି। ପୃଥିବୀ ପର୍ଯ୍ୟବେକ୍ଷଣକାରୀ ଏହି ଉପଗ୍ରହ ଲଞ୍ଚ୍‌ କରିବାରେ ଇସ୍ରୋ ଇତିହାସ ସୃଷ୍ଟି କରିଛି। ପୋଲାର ସାଟେଲାଇଟ୍‌ ଲଞ୍ଚ୍‌ ଭେଇକିଲ (ପିଏସ୍‌ଏଲ୍‌ଭି-ସି୪୬) ରକେଟ୍‌ରେ ସକାଳ ୫ଟା ୩୦ରେ ଅଗ୍ନି ସଂଯୋଗ କରାଯାଇଥିଲା। ଏଥିପାଇଁ ୨୫ଘଣ୍ଟା ପୂର୍ବରୁ ମଙ୍ଗଳବାର ଅବଗଣନା ଆରମ୍ଭ ହୋଇଥିଲା। ରାଡାର ଇମେଜିଂ ଆର୍ଥ ସାଟେଲାଇଟ୍‌କୁ ସତୀଶ ଧାବନ ସ୍ପେସ୍‌ ସେଣ୍ଟରର ଲଞ୍ଚ୍‌ପ୍ୟାଡ଼ରୁ ଉତ୍‌କ୍ଷେପଣ କରାଯାଇଥିଲା। ୬୧୫ କିଲୋଗ୍ରାମ୍‌ ବିଶିଷ୍ଟ ଉକ୍ତ ସାଟେଲାଇଟ୍‌କୁ ଉତ୍‌କ୍ଷେପଣର ୧୫ ମିନିଟ୍‌ ପରେ କକ୍ଷପଥରେ ଅବସ୍ଥାପିତ କରାଯାଇଛି। ପୃଥିବୀ ପୃଷ୍ଠରୁ ୫୫୫ କିଲୋମିଟର ଉଚ୍ଚରେ ଏହା ଅବସ୍ଥାପିତ ହୋଇଛି। ରିସାଟ୍‌-୨ବି (ରାଡାର ଇମେଜିଂ ସାଟେଲାଇଟ୍‌-୨ବି) ଦେଶର ନିରାପତ୍ତା ପାଇଁ ସତର୍କ ନଜର, କୃଷି, ବନ ସୁରକ୍ଷା, ବିପର୍ଯ୍ୟୟ ପରିଚାଳନା ଭଳି ବିଭିନ୍ନ କ୍ଷେତ୍ରରେ ସହାୟକ ହୋଇପାରିବ। ଆତଙ୍କବାଦୀ କାର୍ଯ୍ୟକଳାପ ସମ୍ପର୍କରେ ଏହା ଆବଶ୍ୟକ ତଥ୍ୟ ପ୍ରଦାନ କରିବାକୁ ସକ୍ଷମ ଥିବାରୁ ସୀମାନ୍ତରେ କଡ଼ା ନଜର ରଖାଯାଇପାରିବ ବୋଲି ଇସ୍ରୋ ଅଧ୍ୟକ୍ଷ କେ. ସିବନ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri