Posted inଖେଳ

ରିୟଲ- କଶ୍ମୀର ଖେଳାଳି ପରିବାରକୁ ନେଇ ଚିନ୍ତିତ

କଲ୍ୟାଣୀ(ପଶ୍ଚିମବଙ୍ଗ),୬।୮(ପି.ଟି.)- ଧାରା ୩୭୦ ଉଚ୍ଛେଦ ହେବା ପରେ ଜମ୍ମୁ-କାଶ୍ମୀରରେ ସୃଷ୍ଟି ହୋଇଥିବା ପରିସ୍ଥିତି ନେଇ ଫୁଟବଲ କ୍ଲବ ରିୟଲ କଶ୍ମୀରର ଖେଳାଳିମାନେ ଚିନ୍ତିତ ରହିଛନ୍ତି। ଖାସ୍‌ କରି ନିଜ ପରିବାର ନେଇ ଏମାନେ ଚିନ୍ତା ପ୍ରକଟ କରିଛନ୍ତି। ଏହା ସତ୍ତ୍ୱେ ଖେଳାଳିମାନେ ଡୁରାଣ୍ଡ କପ୍‌ ନେଇ ଏଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଅଭ୍ୟାସ ଜାରି ରଖିଛନ୍ତି। ରିୟଲ କଶ୍ମୀର ତା’ର ପ୍ରଥମ ମ୍ୟାଚ୍‌ରେ ଚେନ୍ନାଇ ସିଟିକୁ ଭେଟିବ।
ସମ୍ଭାବ୍ୟ ପ୍ରତିକୂଳ ପରିସ୍ଥିତିକୁ ଦୃଷ୍ଟିରେ ରଖି ସରକାର ଟେଲିଫୋନ ନେଟଓ୍ବର୍କ ସହ ସାରା ରାଜ୍ୟରେ ଇଣ୍ଟରନେଟ୍‌ ସେବା ଅଚଳ କରିବା ସହ ୧୪୪ଧାରା ଜାରି କରିଛନ୍ତି। ସୋମବାର ରିୟଲ କଶ୍ମୀରର ଖେଳାଳିମାନେ ୩ଟି ପର୍ଯ୍ୟାୟରେ ଏଠାରେ ଆସି ପହଞ୍ଚିଥିଲେ। ପହଞ୍ଚିବା ପରେ ଖେଳାଳିମାନେ ସେମାନଙ୍କ ପରିବାର ସହ ସମ୍ପର୍କ ସ୍ଥାପନ କରିପାରି ନ ଥିଲେ। ଘର ଛାଡିବା ପରେ ପରିବାର ସଦସ୍ୟଙ୍କ ସହ କଥା ହୋଇନାହିଁ। ଯୋଗାଯୋଗ ନ ଥିତ୍ବାରୁ ପରିବାର ନେଇ ମୁଁ ଚିନ୍ତିତ ଅଛି ବୋଲି କ୍ଳବର ତାରକା ଖେଳାଳି ଡାନିଶ ଫାରୁକ୍‌ କହିଛନ୍ତି। ତେବେ ପେସାଦାର ଫୁଟବଲର ହୋଇଥିବାରୁ ମ୍ୟାଚ୍‌ ପାଇଁ ଫିଟ୍‌ ରହିବା ସହ ଅଭ୍ୟାସ କରିବା ନେଇ ଆମେ ପ୍ରସ୍ତୁତି ଚଳାଇଛୁ। ଏହି ପରିସ୍ଥିତି ଅବଶ୍ୟ ପ୍ରଦର୍ଶନ ଉପରେ ପ୍ରଭାବ ପକାଇବ ନାହିଁ। ମଙ୍ଗଳବାର ଖେଳାଯିବାକୁ ଥିବା ମ୍ୟାଚ୍‌ ପାଇଁ ଆମେ ପ୍ରସ୍ତୁତିରେ କୌଣସି ହେଳା କରୁନାହୁଁ ବୋଲି ଫାରୁକ କହିଛନ୍ତି। ଦଳରେ ସ୍ଥାନ ପାଇଥିବା ଏକମାତ୍ର ବେଙ୍ଗଲି ଖେଳାଳି ରିତ୍ତ୍ୱିକ ଦାସ ସାଥୀ ଖେଳାଳିଙ୍କ ମାନସିକ ସ୍ଥିତି ନେଇ ବ୍ୟସ୍ତ ଥିବା କଥା କହିଛନ୍ତି। ରିୟଲ କଶ୍ମୀର ଏଥର ଅଳ୍ପକେ ଆଇ- ଲିଗ୍‌ ଟାଇଟଲ ହାସଲରୁ ବଞ୍ଚିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅର୍ଚ୍ଚିତାଙ୍କ ପାଇଁ ସ୍ପେଶାଲ ମେସେଜ ଲେଖିଲେ ସବ୍ୟସାଚୀ, କହିଲେ ମୁଁ ତୁମକୁ ଇର୍ଷା କରେ…

ଭୁବନେଶ୍ୱର,୨୨।୨: ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ର ସ୍ତ୍ରୀଙ୍କ ପାଇଁ ଲେଖିଛନ୍ତି ସ୍ପେଶାଲ ମେସେଜ୍‌। ଇନଷ୍ଟାରେ ସେ ଏକ ଭାବପ୍ରବଣ ପୋଷ୍ଟ କରିଛନ୍ତି। ଯାହାକୁ ନେଇ ସୋସିଆଲ ମିଡିଆରେ…

ଚଳନ୍ତା ଟ୍ରେନ୍‌ରେ ମହିଳାଙ୍କ ପ୍ରସବ ବେଦନା, ତାପରେ ହଠାତ୍ ହେଲା…

ଭୁବନେଶ୍ୱର,୨୨।୨(ତ୍ରିନାଥ ମହାନ୍ତି): ଦୂରୋନ୍ତ ଏକ୍ସପ୍ରେସ୍‌ରେ ବେଙ୍ଗାଲୁରୁରୁ ହାଓଡ଼ା ଯାଉଥିଲେ ଜଣେ ଗର୍ଭବତୀ। ଶନିବାର ସକାଳ ୧୦ଟାରେ ଚଳନ୍ତା ଟ୍ରେନରେ ଗର୍ଭବତୀ କାତ୍ରିନା କୁଲୁ ପ୍ରସବଜନିତ ଯନ୍ତ୍ରଣା ପାଇଥିଲେ। ଚଳନ୍ତା…

ପୁଣି ନକ୍ସଲ ଖଞ୍ଜିଥିବା ଲ୍ୟାଣ୍ଡ ମାଇନ ବିସ୍ଫୋରଣ: କୋବ୍ରା ବାଟାଲିୟନର ଦୁଇ ଯବାନ ଗୁରୁତର

ବଣାଇଁ,୨୨।୨(ପ୍ରଦୀପ ତ୍ରିପାଠୀ): ଶନିବାର ଝାରଖଣ୍ଡ ପଶ୍ଚିମ ସିଂହଭୂମ ଜିଲାର ସାରାଣ୍ଡା ଜଙ୍ଗଲ ଅଞ୍ଚଳରେ ନକ୍ସଲ ବିରୋଧୀ ଅଭିଯାନ ସମୟରେ ପୁଣି ଲ୍ୟାଣ୍ଡ ମାଇନ ବିସ୍ଫୋରଣ ଘଟିଥିବା ଜଣାପଡ଼ଛି…

ଝାରସୁଗୁଡାରେ ରକ୍ତାକ୍ତ ରାଜପଥ: ଟ୍ରଲର-ବୋଲେରୋ ମୁହାଁମୁହିଁ ଧକ୍କା, ୫ ପୋଲିସ କର୍ମଚାରୀ ମୃତ

ଝାରସୁଗୁଡା,୨୨।୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ସଦର ଥାନା ସମ୍ମୁଖରେ ରବିବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରେଲର ଏବଂ ପୋଲିସ…

ସ୍ୱଂୟ ସହାୟକ ଦ୍ୱାରା କରାଯାଇଥିବା ଫୁଲ ଚାଷ ଦେଖିଲେ ଜିଲାପାଳ, ପାହାଡ଼ ଚଢ଼ି….

ପଟ୍ଟାଙ୍ଗି,୨୨।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା କୋଟିଆ ପଞ୍ଚାୟତକୁ ଜିଲାପାଳ ମନୋଜ ସତ୍ୟବାନ୍ ମହାଜନ୍ ଗସ୍ତ କରି ପଞ୍ଚାୟତର ବିଭିନ୍ନ କାର୍ଯ୍ୟକ୍ରମ…

ବଗିଚାରେ କାମ କରୁଥିବା ବେଳେ ୨ ଜଣଙ୍କୁ ଦଳିଦେଲା ଦନ୍ତା, ଜଣଙ୍କୁ ଦଳିଲା….

ଦିଗପହଣ୍ଡି,୨୨।୨(ଅଶେଷ ନାଥ ମିଶ୍ର): ଜଲମେରିପଲ୍ଲୀରେ ୨ ଜଣଙ୍କୁ ଦଳିଦେଲା ଦନ୍ତା । ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ପଞ୍ଚାୟତ ଜଲମେରିପଲ୍ଲୀ ଗ୍ରାମର ସିମାଞ୍ଚଳ ରାଉତଙ୍କ ସ୍ତ୍ରୀ…

ବିବାହ ପଞ୍ଜୀକରଣ ପୂର୍ବରୁ ମା’ବାପାଙ୍କୁ ଜଣାଇବେ ପିଲା

ଗାନ୍ଧୀନଗର,୨୨।୨: ବିବାହ ପଞ୍ଜୀକରଣ ପୂର୍ବରୁ ଦମ୍ପତି ସେମାନଙ୍କ ମା’ବାପାଙ୍କୁ ଜଣାଇବା ବାଧ୍ୟତାମୂଳକ ହେବ। ଗୁଜରାଟ ସରକାର ବିବାହ ପଞ୍ଜୀକରଣ ନିୟମାବଳୀରେ ସଂଶୋଧନ ପାଇଁ ବିଧାନସଭାରେ ଶୁକ୍ରବାର ପ୍ରସ୍ତାବ…

ବର୍ଷାରେ ଭିଜିବ ଉପକୂଳ ଓଡିଶା; ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ…

ଭୁବନେଶ୍ୱର, ୨୨।୨: ବଦଳିପାରେ ରାଜ୍ୟର ପାଣିପାଗ। ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ଆଜି ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ। ଲଘୁଚାପ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri