ରୁଟ୍‌ ବଦଳାଇ ପଶିଲା ପ୍ରବାସୀ ବସ୍‌, ଟିକ୍ରାପଡାରେ ଭୟର ବାତାବରଣ

ବଲାଙ୍ଗୀର ଅଫିସ, ୧୫ା୫- ତାମିଲନାଡୁ ଓ ଆନ୍ଧ୍ରପ୍ରଦେଶରୁ ଆସିଥିବା ଦୁଇଟି ଶ୍ରମିକ ସ୍ପେଶାଲ ଟ୍ରେନ୍‌ ଗୁରୁବାର ବଲାଙ୍ଗୀର ରେଳଷ୍ଟେଶନ୍‌ରେ ପହଞ୍ଚଥିଲା। ସେଠାରୁ ବସ୍‌ ଯୋଗେ ବଲାଙ୍ଗୀର ଓ ଅନ୍ୟ ଜିଲା ଗୁଡିକୁ ପ୍ରବାସୀଙ୍କୁ ନିଅଯିବା ବ୍ୟବସ୍ଥା କରାଯାଇଥିଲା। ପ୍ରବାସୀଙ୍କୁ ନେଇକରି ଯିବାକୁ ଥିବା ବସ୍‌ ଓ ଯାନବାହନର ସୁଗମ ଯାତ୍ରା ପାଇଁ ବଲାଙ୍ଗୀର ସହରର ବିଭିନ୍ନ ରାସ୍ତା ଓ ଅଞ୍ଚଳରେ କର୍ଫ୍ୟୁ ଲଗାଯାଇଥିଲା। ସନ୍ଧ୍ୟାରେ ଗୁଣ୍ଟୁରରୁ ଆସିଥିବା ପ୍ରବାସୀଙ୍କୁ ନେଇ ଯାଉଥିବା ଏକ ବସ୍‌ କର୍ଫ୍ୟୁ ଲଗାଯାଇଥିବା ରାସ୍ତାରେ ନ ଯାଇ ରେଲୱେ ଷ୍ଟେଶନ୍‌ରୁ ଟିକ୍ରାପଡା ରାସ୍ତାରେ ବିକ୍ରମ ଛକ ଓ ସେଠାରୁ ଡେଲିମାର୍କେଟ ପଟକୁ ଯାଇଥିବା ଲୋକେ ଅଭିଯୋଗ କରିଛନ୍ତି। ଏହି କାରଣରୁ ସେଠାରେ ଭୟ ଓ ଆତଙ୍କ ବାତାବରଣ ସୃଷ୍ଟି ହୋଇଥିବା ଜଣାଇଛନ୍ତି ା ଏହି ବସ୍‌କୁ ଏକ ପୋଲିସ ଗାଡି ଏସକର୍ଟ କରୁଥିଲା ଓ ସାଇରନ୍‌ ବଜାଯାଇଥିବା ଲୋକେ କହିଛନ୍ତି। ଲୋକଙ୍କ କହିବା ମୁତାବକ ଏହି ରାସ୍ତାରେ କର୍ଫ୍ୟୁ ଲଗାଯାଇ ନ ଥିବାରୁ ସନ୍ଧ୍ୟାବେଳେ ଲୋକମାନେ ଚଲାବୁଲା କରୁଥିଲେ। ତେବେ ହଠାତ୍‌ ପୋଲିସ ଗାଡି ସାଇରନ୍‌ ବଜାଇ ପ୍ରବାସୀଙ୍କ ବସ୍‌କୁ ନେଉଥିବା ଦେଖି ଲୋକେ ଇତସ୍ତତଃ ଦୌଡା ଦୌଡି କରିଥିଲେ। ଏହି ବସ୍‌ ଯିବା ପରେ ଟିକ୍ରପଡା ଅଞ୍ଚଳ ଶୁନ୍‌ଶାନ୍‌ ହୋଇଯାଇଛି। ଲୋକଙ୍କୁ ଆଗୁଆ ସୂଚନା ନଦେଇ ଏହି ରାସ୍ତାରେ ପ୍ରବାସୀଙ୍କ ବସ୍‌ ନିଆଯାଇଥିବାରୁ ଲୋକେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏନେଇ ଟାଉନ୍‌ ଥାନା ଅଧିକାରୀ ସଂଗ୍ରାମ କେଶରୀ ପଟ୍ଟନାୟକଙ୍କୁ ପଚରାଯିବାରୁ ଏନେଇ ସେ ପଚରାଉଚରା କରିବେ ବୋଲି କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri