Posted inଖେଳ

ରୁଟ୍‌ଙ୍କ ଶତକ: ଇଂଲଣ୍ଡର ସହଜ ବିଜୟ

ସାଉଥାମ୍ପଟନ,୧୫।୬(ପି.ଟି.)- ପ୍ରଥମେ ଦ୍ରୁତ ବୋଲରଙ୍କ ଦମ୍‌ଦାର ପ୍ରଦର୍ଶନ ଓ ପରେ ତାରକା ଓପନର ଜୋ ରୁଟ୍‌ଙ୍କ ଅପରାଜିତ ଶତକ ସହାୟତାରେ ଆୟୋଜକ ତଥା ଫେଭରାଇଟ୍‌ ଇଂଲଣ୍ଡ ଚଳିତ ବିଶ୍ୱକପ୍‌ର ୧୯ତମ ମ୍ୟାଚ୍‌ରେ େଓଷ୍ଟଇଣ୍ଡିଜକୁ ୧୦୧ଟି ବଲ ବାକି ରଖି ୮ ଉଇକେଟରେ ପରାସ୍ତ କରିଛି। ସ୍ଥାନୀୟ ରୋଜ ବାଉଲ ଗ୍ରାଉଣ୍ଡରେ ଶୁକ୍ରବାର ଅନୁଷ୍ଠିତ ଏହି ମ୍ୟାଚ୍‌ରେ ଇଂଲଣ୍ଡ ଟସ୍‌ ଜିତି ଫିଲ୍ଡିଂ କରିବାକୁ ନିଷ୍ପତି ନେଇଥିଲା। ପ୍ରଥମେ ବ୍ୟାଟିଂ କରି ଓ୍ବେଷ୍ଟଇଣ୍ଡିଜ ୪୪.୪ ଓଭରରେ ୨୧୨ ରନ କରି ଅଲଆଉଟ ହୋଇଥିଲା। ଜବାବରେ ଇଂଲଣ୍ଡ ୩୩.୧ ଓଭରରେ ୨ ଉଇକେଟ ହରାଇ ୨୧୩ ରନକରି ଅତି ସହଜରେ ବିଜୟ ଲକ୍ଷ୍ୟ ହାସଲ କରିନେଇଥିଲା। ମୂଲ୍ୟବାନ ୨ ଉଇକେଟ ଅକ୍ତିଆର କରିବା ସହ ୧୦୦ ରନ (୯୪ ବଲ, ୧୧ ଚୌକା)ର ଶତକୀୟ ପାଳି ଖେଳି ବିଜୟରେ ମୁଖ୍ୟ ଭୂମିକା ଗ୍ରହଣ କରିଥିବା ରୁଟ୍‌ ପ୍ଲେୟାର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି। ଏଥିସହିତ ଇଂଲଣ୍ଡ ୪ଟି ମ୍ୟାଚ୍‌ ଖେଳି ୩ଟି ବିଜୟ ଓ ଗୋଟିଏ ପରାଜୟ ସହ ମୋଟ ୬ ପଏଣ୍ଟ ପାଇ ତାଲିକାର ଦ୍ୱିତୀୟ ସ୍ଥାନକୁ ଉଠିଛି। ଅନ୍ୟପଟେ ୪ଟି ମ୍ୟାଚ୍‌ ଖେଳି ଗୋଟିଏ ବିଜୟ, ଦୁଇଟି ପରାଜୟ ଓ ଗୋଟିଏ ବିନା ଫଳାଫଳ ସହ ଓ୍ବେଷ୍ଟଇଣ୍ଡିଜ ପୂର୍ବପରି ଷଷ୍ଠ ସ୍ଥାନରେ ରହିଛି।
୨୧୩ ରନ ଛୋଟିଆ ବିଜୟ ଲକ୍ଷ୍ୟର ପିଛା କରି ଇଂଲଣ୍ଡ ଭଲ ଆରମ୍ଭ କରିଥିଲା। ଦୁଇ ଓପନର ରୁଟ ଓ ଜନି ବେୟାରଷ୍ଟୋ ଓପନିଂ ଯୋଡିରେ ୯୫ ରନ ସଂଗ୍ରହ କରିଥିଲେ। ବେୟାରଷ୍ଟୋ ୪୫ ଓ ପରେ କ୍ରିସ୍‌ ଓ୍ବକ୍ସ ୪୦ ରନ କରି ସାନନ ଗାବ୍ରିଏଲଙ୍କ ଦ୍ୱାର ଆଉଟ ହୋଇଥିଲେ। ତେବେ ରୁଟ୍‌ ୧୦୦ ଓ ବେନ୍‌ ଷ୍ଟୋକ୍ସ ୧୦ ରନ କରି ଅପରାଜିତ ରହିବା ସହ ଦଳକୁ ସହଜ ବିଜୟ ପ୍ରଦାନ କରିଥିଲେ।
ଇଂଲଣ୍ଡ ଦ୍ରୁତ ବୋଲରଙ୍କ ପ୍ରଭାବୀ ପ୍ରଦର୍ଶନ
ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଓ୍ବେଷ୍ଟଇଣ୍ଡିଜ ଆରମ୍ଭରୁ ଏଭିନ ଲୁଇସ୍‌ଙ୍କୁ ହରାଇ ପ୍ରାରମ୍ଭିକ ଝଟ୍‌କା ଖାଇଥିଲା। ଦଳ ଇଂଲଣ୍ଡ ଦ୍ରୁତ ବୋଲରଙ୍କ ସମ୍ମୁଖୀନ ହୋଇପାରି ନ ଥିଲା। ଫଳରେ ଦଳ ଗୋଟିଏ ପରେ ଗୋଟିଏ ଉଇକେଟ ହରାଇ ବଡ଼ ସ୍କୋର ହାସଲ କରିବାରେ ବିଫଳ ହୋଇଥିଲା। ବିସ୍ଫୋରକ ଅଭିଜ୍ଞ ଓପନର କ୍ରିସ୍‌ ଗେଲ ଏପର୍ଯ୍ୟନ୍ତ ବିଶ୍ୱକପ୍‌ରେ ନିଜର ଯାଦୁ ଦେଖାଇପାରିନାହାନ୍ତି। ସେ ଏହି ମ୍ୟାଚ୍‌ରେ ୪୧ ବଲରୁ ୫ ଚୌକା ଓ ୧ ଛକା ସହ ୩୬ ରନ କରି ପ୍ୟାଭିଲିୟନ ଫେରିଥିଲେ। ସେହିପରି ନିକୋଲାସ ପୁରାନ ୭୮ଟି ବଲର ସମ୍ମୁଖୀନ ହୋଇ ୩ ଚୌକା ଓ ୧ ଛକା ସହ ୬୩ ରନ କରି ବିଶ୍ୱକପ୍‌ରେ ନିଜର ପ୍ରଥମ ଅର୍ଦ୍ଧଶତକ ହାସଲ କରିଛନ୍ତି। ସିମରନ ହେଟମେୟର ୩୯, ଆନ୍ଦ୍ରେ ରସେଲ ୨୧, କାର୍ଲୋସ ବ୍ରାଥଓ୍ବଟ୍‌ ୧୪ ରନ କରି ଆଉଟ ହୋଇଥିବା ବେଳେ ବାକି ୬ଜଣ ବ୍ୟାଟ୍ସମ୍ୟାନ ଦୁଇଅଙ୍କ ଛୁଇଁ ପାରି ନ ଥିଲେ। ଲୋୟର ଅର୍ଡରରେ ଶେଲଡନ କଟ୍ରେଲ, ଶାନନ ଗାବ୍ରିଏଲ ଓ ଓଶେନ ଥୋମାସ ଖାତା ଖୋଲିପାରି ନ ଥିଲେ। ଅନ୍ୟମାନଙ୍କ ମଧ୍ୟରେ ଲୁଇସ୍‌ ୨, ଅଧିନାୟକ ଜାସନ ହୋଲ୍ଡର ୯ ରନ କରି ଆଉଟ ହୋଇଥିଲେ। ବୋଲିଂରେ ଇଂଲଣ୍ଡ ତରଫରୁ ଯୁବ ଦ୍ରୁତ ବୋଲର ଜୋଫ୍ରା ଆର୍ଚର ଓ ମାର୍କ ଉଡ ୩ଟି ଲେଖାଏ, ଜୋ ରୁଟ ୨, କ୍ରିସ ଓ୍ବକ୍ସ ଓ ଲିଅମ ପ୍ଲଙ୍କେଟ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଓ୍ବେଷ୍ଟଇଣ୍ଡିଜ୍‌ ୪୪.୪ ଓଭରରେ ୨୧୨ ଅଲଆଉଟ୍‌
(ପୁରାନ- ୬୩, ହେଟମେୟର- ୩୯, ଗେଲ- ୩୬, ରସେଲ- ୨୧, ବ୍ରାଥଓ୍ବେଟ- ୧୪, ଆର୍ଚର- ୩/୩୦, ଉଡ୍‌- ୩/୧୮, ରୁଟ୍‌- ୨/୨୭ )।
ଇଂଲଣ୍ଡ ୩୩.୧ ଓଭରରେ ୨୧୩/୨
(ରୁଟ୍‌-୧୦୦*, ବେୟାରଷ୍ଟୋ- ୪୫, ଓ୍ବକ୍ସ- ୪୦, ଗାବ୍ରିଏଲ- ୨/୪୯)।


Enter your email to get our daily news in your inbox.

All Right Reserved By Dharitri.Com

୧୧ବର୍ଷରେ ପ୍ରଥମ ଥର ମୋଦି ସରକାରଙ୍କୁ ଜୋରଦାର ଝଟ୍‌କା, ପାସ୍‌ ପରିପାରିଲେନି ଗୋଟିଏ ବି ବିଲ୍‌

ନୂଆଦିଲ୍ଲୀ,୧୭।୪: ସଂସଦର ତିନି ଦିନିଆ ସ୍ୱତନ୍ତ୍ର ଅଧିବେଶନର ଦ୍ୱିତୀୟ ଶୁକ୍ରବାର ସଂଧ୍ୟାରେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଭିଭାଷଣ ପରେ, ମହିଳା ସଂରକ୍ଷଣ ବିଲ (ସମ୍ୱିଧାନ ୧୩୧ତମ…

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri