Posted inଖେଳ

ରୁଥ୍‌ ଜିତିଲେ ପ୍ରଥମ ସ୍ବର୍ଣ୍ଣ

ଦୋହା, ୨୯।୯- ଦୋହାରେ ଚାଲିଥିବା ଆଇଏଏଏଫ୍‌ ବିଶ୍ୱ ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ରେ ପ୍ରଥମ ଆଥ୍‌ଲେଟ୍‌ ଭାବେ କେନିଆର ଧାବିକା ରୁଥ୍‌ ଚେପନଗେଟିଚ୍‌ ସ୍ବର୍ଣ୍ଣ ପଦକ ଜିତିବାର କୃତୀତ୍ୱ ହାସଲ କରିଛନ୍ତି। ମହିଳା ବିଭାଗ ମାରାଥନ (୪୨.୧୯୫ କି.ମି.)ରେ ୨୫ ବର୍ଷୀୟା ରୁଥ୍‌ ପ୍ରଥମ ସ୍ଥାନ ହାସଲ କରିଛନ୍ତି। ମହିଳା ମାରାଥନରେ ଶୀର୍ଷ ମାନ୍ୟତା ରୁଥ୍‌ ଟାଇଟଲ୍‌ ଫେଭରାଇଟ୍‌ ରହିଥିଲେ। ସେ ଏହି ଦୂରତାକୁ ୨ ଘଣ୍ଟା ୩୨ ମିନିଟ୍‌ ଓ ୪୩ ସେକେଣ୍ଡରେ ଫିନିଶ କରି ପ୍ରଥମ ସ୍ଥାନ ହାସଲ କରିଥିଲେ। ସ୍ଥାନୀୟ ସମୟ ଶୁକ୍ରବାର ରାତି ୧୧ଟା ୫୯ରେ ଏହି ମାରାଥନ ଆରମ୍ଭ ହୋଇଥିଲା। ରାତି ପାଖାପାଖି ୨ଟା ୩୦ରେ ରୁଥ୍‌ ଫିନିଶିଂ ଲାଇନ୍‌ ଅତିକ୍ରମ କରିଥିଲେ। ଡିଫେଣ୍ଡିଂ ଚାମ୍ପିୟନ ବାହାରିନର ଧାବିକା ରୋଜ୍‌ ଚେଲିମୋ (୨:୩୩:୪୬) ଓ ନାମ୍ବିଆର ହେଲାଲିଆ ଜୋହାନ୍ସ (୨:୩୪:୧୫) ଯଥାକ୍ରମେ ରୌପ୍ୟ ଓ ବ୍ରୋଞ୍ଜ ପଦକ ଜିତିଥିଲେ। ମୋଟ୍‌ ୬୮ ପ୍ରତିଯୋଗୀ ରନିଂ ଆରମ୍ଭ କରିଥିଲେ ମଧ୍ୟ ପ୍ରବଳ ଗରମ କାରଣରୁ ୨୩ଜଣ ଫିନିଶ୍‌ କରିବାରେ ବିଫଳ ରହିଥିଲେ। ଏହାକୁ ନେଇ ପ୍ରତିଯୋଗୀଙ୍କ ମଧ୍ୟରେ ପ୍ରବଳ ଅସନ୍ତୋଷ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri