ରୁପାଖଣ୍ଡି-ନୂଆଡିହି ଉପ୍ରା ସ୍କୁଲ ମିଶ୍ରଣକୁ ବିରୋଧ

ଏରସମା, ୨୦।୩ (ସ୍ବ.ପ୍ର.): ୨୦ରୁ କମ୍‌ ପିଲା ଥିବା ସ୍କୁଲକୁ ବନ୍ଦ କରାଯାଇ ପାଖ ସ୍କୁଲରେ ମିଶ୍ରଣ କରାଯିବାକୁ ସରକାରୀ ନିର୍ଦ୍ଦେଶ ରହିଛି। ଏହି ନିର୍ଦ୍ଦେଶକ୍ରମେ ଏରସମା ବ୍ଲକ ଅଧୀନ ନୂଆଡିହିସ୍ଥିତ ପଞ୍ଚାୟତ ରୁପାଖଣ୍ଡି ପ୍ରାଥମିକ ସ୍କୁଲକୁ ନିକଟସ୍ଥ ନୁଆଡିହି ପଞ୍ଚାୟତ ଉପ୍ରା ବିଦ୍ୟାଳୟରେ ମିଶ୍ରଣ କରାଯିବାକୁ ନିଷ୍ପତ୍ତି ହୋଇଛି। ଏହାକୁ ବିରୋଧ କରି ଗୁରୁବାର ସ୍କୁଲ ପରିଚାଳନା କମିଟି ଓ ଗ୍ରାମବାସୀ ଜିଲାପାଳ ଓ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଅଭିଯୋଗ କରିଛନ୍ତି।
ଅଭିଯୋଗ ମୁତାବକ, ରୁପାଖଣ୍ଡି ପ୍ରାଥମିକ ସ୍କୁଲରେ ୧ମରୁ ୫ମ ପର୍ଯ୍ୟନ୍ତ ୨୧ ଛାତ୍ରୀଛାତ୍ର ଅଧ୍ୟୟନ କରୁଥିଲେ। ମାତ୍ର ଜଣେ ଛାତ୍ରଙ୍କ ଅଭିଭାବକଙ୍କୁ ଉକ୍ତ ସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ଓ ସିଆର୍‌ସିସି ଟିସି ଦେଇ ସ୍କୁଲ ମିଶ୍ରଣ କରିବାକୁ ଉଦ୍ୟମ କରୁଛନ୍ତି ବୋଲି ପରିଚାଳନା କମିଟି ସଦସ୍ୟ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ସିଆର୍‌ସିସି ରାଜେନ୍ଦ୍ର କୁମାର ସାହୁଙ୍କୁ ପଚାରିବାରେ ସମ୍ପୃକ୍ତ ଅଭିଭାବକ ନିଜ ଇଚ୍ଛାରେ ସ୍କୁଲରୁ ଟିସି ନେଇଥିବା କହିଛନ୍ତି। ଦାୟିତ୍ୱରେ ଥିବା ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ଗୋଲେଖ ଚନ୍ଦ୍ର ପ୍ରଧାନଙ୍କୁ ପଚାରିବାରେ ଶୁକ୍ରବାର ଉଭୟ ପକ୍ଷଙ୍କୁ ଡକାଯାଇଛି। ଆଲୋଚନା କରାଯିବା ପରେ ବିଚାର କରାଯିବ ବୋଲି ସୂଚନା ଦେଇଛନ୍ତି। ଏସ୍‌ଏମ୍‌ସିର ଚେୟାରମ୍ୟାନ ମନୋଜ ବିଶ୍ୱାଳଙ୍କୁ ପଚାରିବାରେ ଅଭିଭାବକଙ୍କ ଅନିଚ୍ଛା ସତ୍ତ୍ୱେ ସିଆରସିସିଙ୍କ ନିର୍ଦ୍ଦେଶକ୍ରମେ ଉଦ୍ଦେଶ୍ୟମୂଳକ ଭାବେ ତାଙ୍କୁ ଟିସି ଦିଆଯାଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ବିଷୟରେ ବଡ଼ ବୟାନ ଦେଲେ କୋଚ, କହିଲେ,‘ମୁଁ ତାଙ୍କୁ ଅପେକ୍ଷା କରିଛି…’

ନୂଆଦିଲ୍ଲୀ,୨୩।୯: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତୀୟ କ୍ରିକେଟ ଟିମ ସହିତ ଜାପାନରେ ଅଛନ୍ତି। ସେ ୨୦୨୬ ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରୁଛନ୍ତି ଏବଂ ସେଠାରେ ତାଙ୍କର…

କଳାହାଣ୍ଡିରେ ପ୍ରବଳ ବର୍ଷା; ଗୁରୁବାର ସବୁ ସ୍କୁଲ ଛୁଟି, NH୨୬ରେ ଗଛ ପଡିବାରୁ ରାସ୍ତା ଜାମ୍

ଭବାନୀପାଟଣା ୨୩।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଯୋଗୁଁ ମଙ୍ଗଳବାର ଠାରୁ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି । ଏହି…

୨୦୨୭ ବିଶ୍ୱକପ ବିଷୟରେ ଉଲ୍ଲେଖ କରି ବିରାଟ-ରୋହିତଙ୍କ ସମ୍ପର୍କରେ ବଡ଼ ବୟାନ ଦେଲେ ରିଙ୍କୁ ସିଂହ, କହିଲେ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଟି-୨୦ ଦଳର ଷ୍ଟାର୍‌ ବ୍ୟାଟର ରିଙ୍କୁ ସିଂହ, ଦଳର ଦୁଇ ପ୍ରମୁଖ ଖେଳାଳି ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

‘ପରାଜୟ ପରେ ECI ଉପରେ ଆକ୍ରମଣ’ SIR-ନିର୍ବାଚନ ଆୟୋଗ ବିବାଦ ଉପରେ ଆସିଲା ଭାଜପାର ପ୍ରଥମ ପ୍ରତିକ୍ରିୟା

ନୂଆଦିଲ୍ଲୀ,୨୩।୯: ନିର୍ବାଚନ ଆୟୋଗଙ୍କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଉପରେ ଭାଜପା ନିଜର ପ୍ରଥମ ପ୍ରତିକ୍ରିୟା ରଖିଛି। ବିରୋଧୀଙ୍କ ଅଭିଯୋଗର ଜବାବ ଦେଇ ଭାଜପା ଏମପି ସମ୍ବିତ…

ଲଗାଣ ବର୍ଷା ନେଲା ଜୀବନ: ରେମୁଣାରେ ମାଟି କାନ୍ଥ ଭୁଷୁଡ଼ି ବାପା ମୃତ, ପୁଅ ଗୁରୁତର

ବାଲେଶ୍ୱର,୨୩ା୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରେମୁଣାରେ ବଡ଼ ଅଘଟଣ ଘଟିଯାଇଛି । ଖରିଦମୁଖୁରା ଗ୍ରାମରେ ମାଟି କାନ୍ଥ ଭୁଶୁଡ଼ି ପଡ଼ି ବାପାଙ୍କ ମୃତ୍ୟୁ…

କ୍ରିକେଟରେ ହଲଚଲ! ହଠାତ୍ ଇସ୍ତଫା ଦେଲେ କୋଚ୍, କାରଣ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୩ା୯: ଚାକିରି ବଦଳାଇବା ଏବେ ସାଧାରଣ କଥା। କିନ୍ତୁ କୌଣସି ଜାତୀୟ କ୍ରିକେଟ୍ ଦଳର କୋଚ୍ ଅନ୍ୟ ଏକ ଟିମ୍‌ରେ ଚାକିରି ପାଇଁ ଇସ୍ତଫା ଦେବା ନିଶ୍ଚିତ…

ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା: ଅକ୍ଟୋବରରୁ ବଦଳିଯିବ ଏସବୁ ନିୟମ, ଏବେଠୁ ଜାଣି ରଖନ୍ତୁ ସବୁକିଛି

ନୂଆଦିଲ୍ଲୀ,୨୩।୯: ପ୍ରତି ମାସର ପହିଲା ତାରିଖରେ କିଛି ନା କିଛି ନିୟମରେ ପରିବର୍ତ୍ତନ ହୋଇଥାଏ। ଏହାକୁ ନେଇ ଲୋକଙ୍କ ମଧ୍ୟରେ ମଧ୍ୟ ଉତ୍ସୁକତା ରହିଥାଏ ଯେ, ଆସନ୍ତା…

ଭାଙ୍ଗିଲା ପାଚେରି, ବିଦ୍ୟାଳୟ ଭିତରେ ପଶିଲା ଗାଁର ମଇଳା ପାଣି

ପାତ୍ରପୁର,୨୩ା୯(ଉମାଚରଣ ନେପାକ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲା ପାତ୍ରପୁର ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ତୁହାକୁ ତୁହା ବର୍ଷା ସହ ପନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?