ରୁପାଲି ରୁପ୍ରାଞ୍ଜିତା ମୃତ୍ୟୁ ରହସ୍ୟ: ହଷ୍ଟେଲରୁ ଚିଠି ଜବତ କଲା ପୋଲିସ

ଭୁବନେଶ୍ୱର,୧୦ା୧(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ସାଲିଆସାହି ନିକଟ ସରକାରୀ ପଲିଟେକ୍‌ନିକ କଲେଜ ହଷ୍ଟେଲରେ ବୁଧବାର ଛାତ୍ରୀ ରୁପାଲି ରୁପ୍ରାଞ୍ଜିତା ଦାସ(୧୮) ଆତ୍ମହତ୍ୟା କରିଥିଲେ। ପୋଲିସ ଆତ୍ମହତ୍ୟାର ରହସ୍ୟ ଖୋଜୁଥିବାବେଳେ ଗୁରୁବାର ହଷ୍ଟେଲରୁ ଏକ ହାତଲେଖା ଚିଠି ଜବତ କରିଛି। ‘ବାପା, ମାଆ ଆଇ ଆମ୍‌ ସରି। ମୁଁ ମୋ ଲାଇଫ୍‌ରେ ତୁମ ପାଇଁ କିଛି କରିପାରିଲିନି’ ବୋଲି ଉକ୍ତ ଚିଠିରେ ଉଲ୍ଲେଖ ରହିଛି। ଏଥିରୁ ଛାତ୍ରୀଜଣକ କୌଣସି କାରଣରୁ ମାନସିକ ଭାବେ ଭାଙ୍ଗି ପଡିଥିବା ପୋଲିସ ଅନୁମାନ କରି ଅଧିକ ଖୋଳତାଡ଼ ଆରମ୍ଭ କରିଛି। ଡିସେମ୍ବର ୨୨ରୁ ଜାନୁୟାରୀ ୨ ପର୍ଯ୍ୟନ୍ତ ରୁପାଲି ଯାଜପୁର କଳିଙ୍ଗନଗରସ୍ଥିତ ନିଜ ଗାଁ କୁମ୍ଭିରଗାଡିଆରେ ଥିଲେ। କିନ୍ତୁ ସେହି ସମୟରେ ରୁପାଲି କୌଣସି ପ୍ରକାର ଚାପଗ୍ରସ୍ତ ନ ଥିବା ତାଙ୍କ ମାଆ କହିଛନ୍ତି । ଝିଅ କାହିଁକି ଆତ୍ମହତ୍ୟା ଭଳି ଚରମ ନିଷ୍ପତ୍ତି ନେଲେ ତାହାର ତଦନ୍ତ କରାଯାଉ ବୋଲି ପରିବାର ଲୋକେ ଦାବି କରିଛନ୍ତି।
ଅନ୍ୟପଟେ ପୋଲିସ ତଦନ୍ତରୁ ଜାଣିବାକୁ ପାଇଛି ଯେ, ରୁପାଲି ଆତ୍ମହତ୍ୟା କରିବା ପୂର୍ବରୁ ତାଙ୍କ ମୋବାଇଲରୁ ସବୁ ନମ୍ବର ଡିଲିଟ୍‌ କରିଥିଲେ। ର ଆତ୍ମହତ୍ୟା ପଛରେ ଫୋନ୍‌ ନମ୍ବର ଡିଲିଟ କରିବାର କିଛି ଲିଙ୍କ୍‌ ରହିଛି କି ନାହିଁ ତାହାକୁ ତଦନ୍ତ ପରିସରଭୁକ୍ତ କରିଛି। ଏପରି କି ପୋଲିସ ରୁପାଲିଙ୍କ ଫୋନ୍‌ କଲର ଡିଟେଲ୍ସକୁ ଯାଞ୍ଚ କରିବ ବୋଲି ସୂଚନା ମିଳିଛି। ସେହିପରି ପୋଲିସ କ୍ୟାପିଟାଲ ହସ୍ପିଟାଲରେ ରୁପାଲିଙ୍କ ମୃତଦେହକୁ ବ୍ୟବଚ୍ଛେଦ କରାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…

ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri