ରେକର୍ଡ ବିଜୟ ପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ରୀତା, ଜିତିବାର ଶ୍ରେୟ ସଭାପତିଙ୍କୁ ଦେଲେ

ଭୁବନେଶ୍ୱର,୨୫।୧୦(ବ୍ୟୁରୋ): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନରେ ବଡ଼ ବ୍ୟବଧାନରେ ବିଜୟ ହାସଲ କରି ରାଜ୍ୟରେ ରେକର୍ଡ ସୃଷ୍ଟି କରିଛନ୍ତି ବିଜେଡି ପ୍ରାର୍ଥୀ ରୀତା ସାହୁ। ଏହି ବିଜୟ ପରେ ରୀତା ଶୁକ୍ରବାର ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ତାଙ୍କ ସହ ନିର୍ବାଚନରେ ସାମିଲ ହୋଇଥିବା ଦଳର ଶତାଧିକ ମହିଳା କର୍ମୀ ମଧ୍ୟ ନବୀନଙ୍କୁ ଭେଟିଛନ୍ତି। ଏହି ଅବସରରେ ନିଜର ବିଜୟର ଶ୍ରେୟ ଦଳର ସଭାପତିଙ୍କୁ ଦେଇଛନ୍ତି। ସେ କହିଛନ୍ତି, ବିଜେପୁରବାସୀ ମୁଖ୍ୟମନ୍ତ୍ରୀଙ୍କୁ ଭେଟ ଦେଇଛନ୍ତି। ଆଗାମୀ ଦିନରେ ସେ ବିଜେପୁରର ସର୍ବାଙ୍ଗୀନ ବିକାଶ ଉପରେ ନଜର ରଖିବେ ବୋଲି କହିଛନ୍ତି।

ସୂଚନାଯୋଗ୍ୟ, ଗୁରୁବାର ୧୪ଟି ଟେବୁଲରେ ୨୧ ରାଉଣ୍ଡ ଭୋଟ ଗଣତି ହୋଇଥିବା ବେଳେ ସବୁଥିରେ ରୀତା ଆଗରେ ରହିଥିଲେ। ଗଣତି ଶେଷ ହେବା ପରେ ତାଙ୍କ ପକ୍ଷରେ ୧ ଲକ୍ଷ ୩୫ ହଜାର ୯୫୭ ଖଣ୍ଡ ଭୋଟ ପଡ଼ିଥିଲା। ଯାହାକୁ ନେଇ ସେ ଭାଜପା ପ୍ରାର୍ଥୀ ସନତ ଗଡ଼ତିଆଙ୍କଠାରୁ ୯୭,୯୯୦ ଭୋଟରେ ଆଗୁଆ ରହି ବିଜୟ ହାସଲ କରିଥିଲେ। ତେବେ ରୀତା ପାଇଥିବା ଭୋଟ ସମୁଦାୟ ମତଦାନର ୭୩.୮୭ ପ୍ରତିଶତ ଥିଲା। ବିଜେଡି ପୂର୍ବରୁ ୨ଟି ନିର୍ବାଚନରେ ଜିତିଥିଲେ ସୁଦ୍ଧା ଏତେ ସଂଖ୍ୟକ ଭୋଟ୍‌ ହାତେଇବାରେ ସକ୍ଷମ ହୋଇ ନ ଥିଲା। ଶେଷରେ ରୀତା ବୃହତ୍‌ ବିଜୟ ସହ ଦଳ ପାଇଁ ହାଟ୍ରିକ୍‌ ବିଜୟ ଆଣିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା, ପ୍ରକଳ୍ପ ବନ୍ଦ ନିଷ୍ପତ୍ତି ନେଇ…

ଭୁବନେଶ୍ୱର,୧୦ା୪: ରାଜ୍ୟରେ ପୁଣି ଜୋର୍‌ ଧରିଛି ମେଟ୍ରୋ ପ୍ରକଳ୍ପ ରାଜନୀତି। ମେଟ୍ରୋ ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ପ୍ରକଳ୍ପ ବନ୍ଦ ନିଷ୍ପତ୍ତି…

କ୍ଷତିଗ୍ରସ୍ତ ଚାଷୀଙ୍କୁ ଠିକ୍‌ଭାବେ ପ୍ରଦାନ କରାଯାଉନାହିଁ ବୀମାରାଶି, ଜିଲାରେ ପୁଣି…

ବରଗଡ଼,୧୦।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ବାଟବଣା ହୋଇପଡ଼ିଛି। ବିଭିନ୍ନ ସମୟରେ ଚାଷୀମାନେ ଫସଲକ୍ଷତିର ସମ୍ମୁଖୀନ ହେଉଛନ୍ତି, ଅଥଚ କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ଠିକ୍‌ଭାବେ ବୀମାରାଶି…

ଅଧ୍ୟାପିକାଙ୍କୁ ନିର୍ଯାତନା ଦେଇ ଜେଲ୍‌ ଗଲେ କଲେଜ ଅଧ୍ୟକ୍ଷ

ଝାରବନ୍ଧ,୧୦ା୪(ଦେବେନ୍ଦ୍ର ସାହୁ): ଜଣେ ଅଧ୍ୟାପିକାଙ୍କୁ ମାନସିକ ନିର୍ଯାତନା ଦେବା ବରଗଡ଼ ଜିଲା ଝାରବନ୍ଧ ଜୁନିଅର ଅଧ୍ୟକ୍ଷ ପ୍ରମୋଦ କୁମାର ସାହୁଙ୍କୁ ମହଙ୍ଗା ପଡ଼ିଛି। ଶେଷରେ ତାଙ୍କୁ ଜେଲ୍‌…

ମା’ ଆଖି ସାମ୍ନାରେ ବୋରୱେଲରେ ପଡ଼ିଗଲା ଶିଶୁ, ୭୦ ଫୁଟ ଗଭୀରରେ….

ଭୋପାଳ,୧୦।୪: ଉଜ୍ଜୈନଠୁ ପ୍ରାୟ ୭୫ କିଲୋମିଟର ଦୂରରେ ଥିବା ବଡ଼ନଗର ନିକଟବର୍ତ୍ତୀ ଝଲାରିଆ ଗାଁରେ ଅଘଟଣ । ତିନି ବର୍ଷର ନିର୍ଦ୍ଦୋଷ ଶିଶୁ ଏକ ବୋରୱେଲରେ ପଡ଼ିଯାଇଛି…

ଏଇ ଭାରତରେ

ପଶ୍ଚିମବଙ୍ଗ ସୁନ୍ଦରବନର ବହୁ ଅଞ୍ଚଳର ଜମିକୁ ଲୁଣାପାଣି ଚାଷ ଅନୁପଯୋଗୀ କରିଦେଇଥିଲା। ହେଲେ ଏବେ ସେଠାରେ ୧୫୦୦ କୃଷକ ସେହି ଜମିରେ ୧୯୨ କିସମର ଧାନ ଚାଷକରି…

ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟଙ୍କ ନାଁ ଘୋଷଣା କଲା ଭାଜପା: ମୁଖ୍ୟମନ୍ତ୍ରୀଙ୍କ ସହ ଲିଷ୍ଟରେ ଅଛନ୍ତି…

ଭୁବନେଶ୍ୱର,୧୦।୪: ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ ସ୍ଥାୟୀ ନିମନ୍ତ୍ରିତ ସଦସ୍ୟଙ୍କ ନାମ ତାଲିକା ଘୋଷଣା। ୭୨ ଜଣ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ,…

ରାତ୍ରିଭୋଜନ ଓ ସଂଘର୍ଷ

ମ୍ପ୍ରତିକ ପରିସ୍ଥିତିରେ ଅନେକ ସମୟରେ ଦେଖାଯାଏ ରାତ୍ରିଭୋଜନ ଟେବୁଲଗୁଡ଼ିକ ପ୍ରାୟତଃ ଅଭିଭାବକଙ୍କ ଅପ୍ରତ୍ୟାଶିତ ଶ୍ରେଣୀଗୃହ ହୋଇଯାଏ। ପ୍ରାୟତଃ ପରିବାରରେ ଥିବା ପିଲାଟିର ଦିନସାରାର କାର୍ଯ୍ୟ ମୂଲ୍ୟାୟନ ମାତାପିତାମାନେ…

ଆଗ ଗଛ

ବର୍ତ୍ତମାନ ସମୟର ଇଏ ସବୁଠାରୁ ବଡ଼ ଆହ୍ବାନ। ଆମେ ସବୁ କାମକୁ ପଛରେ ପକାଇ ଆଗ ଗଛ ଲଗାଇବା ଉପରେ ପ୍ରାଧାନ୍ୟ ଦେବା। ଗଛ ଲଗାଇବା, ତା’ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri