ରେକର୍ଡ ଭାଙ୍ଗିଲା ଡିଜେଲ: ୧୫ ଦିନ ହେଲା ବଢୁଛି ତେଲ ଦର

ନୂଆଦିଲ୍ଲୀ,୨୧।୬: ରବିବାର ତୈଳ ଦର ପେଟ୍ରୋଲ ଲିଟର ପିଛା ୩୫ ପଇସା ଏବଂ ଡିଜେଲ ୬୦ ପଇସା ବୃଦ୍ଧି ପାଇଛି। ଫଳରେ ଗତ ୨ବର୍ଷ ମଧ୍ୟରେ ଡିଜେଲ ଦର ରେକର୍ଡ ସୃଷ୍ଟି କରିଛି। ୨୦୧୮ ଅକ୍ଟୋବର ୧୬ରେ ଦେଶର ଡିଜେଲ ଦର ପ୍ରାୟ ୭୫.୬୯ପଇସା ରହିଥିଲା। ୨୧ମାସ ପରେ ପୁଣି ଥରେ ଡିଜେଲ ଦର ଆକାଶ ଛୁଆଁ ହୋଇଛି । ସେହିଭଳି ରବିବାର ପେଟ୍ରୋଲ ଲିଟର ପିଛା ୩୫ ପଇସା ବୃଦ୍ଧି ଫଳରେ ଦର ମଧ୍ୟ ରେକର୍ଡ ପରିମାଣରେ ବୃଦ୍ଧି ପାଇଛି ବୋଲି ତୈଳ ବିପଣନ କମ୍ପାନୀ ଗୁଡିକ ସୂଚନା ଦେଇଛନ୍ତି। ଗତ ୪ ଅକ୍ଟୋବର ୨୦୧୮ ପରେ ଏହା ହେଉଛି ସର୍ବାଧିକ ତୈଳ ଦର ବୃଦ୍ଧି। ବର୍ତ୍ତମାନ ଲୋକଙ୍କର ଆର୍ଥିକ ଅବସ୍ଥା ଭଲ ନଥିବା ବେଳେ ଏହି ସମୟରେ ତେଲ ଦର ବୃଦ୍ଧି ସବୁ ବର୍ଗର ଗ୍ରାହକଙ୍କୁ ଚିନ୍ତାରେ ପକାଇଛି। ଗତ ୧୫ ଦିନ ମଧ୍ୟରେ ତେଲ ଦର ବୃଦ୍ଧି ପାଇ ଚାଲିଛି। ଆସନ୍ତା କିଛି ଦିନ ପର୍ଯ୍ୟନ୍ତ ଏଭଳି ଦର ବୃଦ୍ଧି ପାଇବ ବୋଲି କୁହାଯାଛଛି। ଅର୍ନ୍ତଜାତୀୟ ବଜାରରେ ଅଶୋଧିତ ତୈଳ ଦରରେ ହ୍ରାସ ନ ହେଲା ଯାଏ ଏଭଳି ସ୍ଥିତି ଜାରି ରହିବ ବୋଲି ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀ ପକ୍ଷରୁ କୁହାଯାଇଛି। ଚଳିତ ମାସ ଜୁନ ୭ ରୁ ଆଜି ପର୍ଯ୍ୟନ୍ତ (ରବିବାର) ଦେଶର ତେଲ ଦର ବଢି ଚାଲିଛି। ଫଳରେ ଗତ ୧୫ଦିନ ମଧ୍ୟରେ ପେଟ୍ରୋଲ ଉପରେ ୭.୯୭ ଟଙ୍କା ଏବଂ ଡିଜେଲ ୮.୮୮ଟଙ୍କା ବୃଦ୍ଧି ପାଇଛି। ସୂଚନା ଅନୁସାରେ, ୨୧ ତାରିଖ ଦିନ ପେଟ୍ରୋଲ ଲିଟର ପିଛା ୩୫ ପଇସା ଏବଂ ଡିଜେଲ ୬୦ ପଇସା ବୃଦ୍ଧି ପାଇଛି। ଫଳରେ ରବିବାର ପେଟ୍ରୋଲ ଦର ୭୮.୮୮ଟଙ୍କାରୁ ବୃଦ୍ଧି ପାଇ ୭୯.୨୩ ଟଙ୍କା ଏବଂ ଡିଜେଲ ଦର ୭୭.୬୬ ଟଙ୍କାରୁ ବୃଦ୍ଧି ପାଇଁ ୭୮.୨୬ ଟଙ୍କାରେ ପହଞ୍ଚତ୍ଛି। ଏହି ଦର ବୃଦ୍ଧି ଫଳରେ ଭୁବନେଶ୍ୱରରେ ମଧ୍ୟ ପେଟ୍ରୋଲ ଲିଟର ପିଛା ୭୯.୭୮ ଟଙ୍କା ଓ ଡିଜେଲ ଲିଟର ପିଛା ୭୬.୪୭ ଟଙ୍କା ଛୁଇଁଥିବା ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ସହରରେ ଧୂମଧାମରେ ଗଣେଶ ପୂଜା: ପୁଇଁତୋଳା ପୂଜା କମିଟି ପକ୍ଷରୁ….

ଗଞ୍ଜାମ, ୧୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ମହାବିନାୟକ, ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ଚତୁର୍ଥୀ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଛି। ଏଥିପାଇଁ ଗାଁଠାରୁ ସହର ପର୍ଯ୍ୟନ୍ତ…

ପୁଣି ମହାବୀର ପର୍ବତକୁ ଫେରିଆସିଛି ମାଈ ହାତୀ

ବଡ଼ଗାଁ,୧୩ା୯(ଅଶୋକ ଷଡ଼ଙ୍ଗୀ): ଝାଡ଼ଖଣ୍ଡ ରାଜ୍ୟ ଜଙ୍ଗଲରୁ କିଛି ମାସ ତଳେ ଆସିଥିବା ୨୬ ଟିକିଆ ହାତୀପଲ ସୁନ୍ଦରଗଡ଼ ଜିଲା ବଡ଼ଗାଁ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ମହାବୀର ପର୍ବତରେ…

ଟ୍ରକ୍‌-କାର୍‌ ମୁହାଁମୁହିଁ ଧକ୍କା: ତିରିଂ ହାଇସ୍କୁଲ ପ୍ରଧାନଶିକ୍ଷକ ଗୁରୁତର

ରାଇରଙ୍ଗପୁର, ୧୪।୯ (ମାନସ ରଞ୍ଜନ ମହାନ୍ତି): ବହଳଦା ଥାନା ଅନ୍ତର୍ଗତ ରାଇରଙ୍ଗପୁର-ଟାଟା ଜାତୀୟ ରାଜପଥ ୨୨୦ ନମ୍ବର କାଦୁଆଣି-ବାସିଙ୍ଗୀ ମଧ୍ୟରାସ୍ତା ତିତିଲି ଢାବା ନିକଟରେ ସୋମବାର ଏକ…

ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି

କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ…

କନ୍ଧମାଳ ସମସ୍ୟା ନେଇ ‘ବିଚାର ମନ୍ଥନ’, ସରକାରଙ୍କ ନିକଟରେ ଦାବି ରଖିବାକୁ ନିଷ୍ପତ୍ତି

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହନୁମାନ ମନ୍ଦିର ପ୍ରାଙ୍ଗଣସ୍ଥିତ ସଭାଗୃହରେ ସୋମବାର ‘ବିଚାର ମନ୍ଥନ’ ନାମରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଜିଲାର…

ସ୍କୁଲ ବସ୍‌ ଧକ୍କାରେ ଚାଲିଗଲା ଜୀବନ: ଜଣେ ମୃତ, ଜଣେ ଗୁରୁତର

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁତଲା ଥାନା ଅନ୍ତର୍ଗତ କୁଲୁଥିପାଲି ଗାଁ ନିକଟ ରାସ୍ତାରେ ସୋମବାର ସକାଳେ ଏକ ସଡ଼କ ଦୁର୍ଘଟଣା ଘଟିଛି।…

୧୭ରେ ମୋଦିଙ୍କ ଜନ୍ମଦିନ, ଆଶୀର୍ବାଦର ଦୀପ ଜାଳିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ଭୁବନେଶ୍ୱର,୧୪।୯: ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ‘ଆଶୀର୍ବାଦର ଦୀପ’ ଜାଳିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଭିଡିଓ ବାର୍ତ୍ତା ମାଧ୍ୟମରେ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ, ଦେବୀ ଗଙ୍ଗାଙ୍କୁ ଆବାହନ ପରେ କଳସ ଯାତ୍ରା

ଦିଗପହଣ୍ଡି,୧୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବଜାର ସାହି ପୂଜା କମିଟି ପକ୍ଷରୁ ୪୬ ତମ ଶ୍ରୀ ଗଣେଶ ପୂଜା ମହୋତ୍ସବ ସୋମବାର ଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?