ରେକର୍ଡ ଭାଙ୍ଗିଲା ପିଆଜ ଦର: ଛତ୍ରବଜାରରେ ୧୪୦ ଛୁଇଁଲା

କଟକ ଅଫିସ୍‌,୫।୧୨: ପିଆଜ ଦର ବୃଦ୍ଧି ରୋକିବାକୁ ସରକାର ଯେତେ ପଦକ୍ଷେପ ନେଉଥିଲେ ମଧ୍ୟ ତାହା କମିବାର ନାଁ ନେଉନି। ଦେଶର ଅଧିକାଂଶ ସ୍ଥାନରେ ପିଆଜ ଦର କିଲୋ ପିଛା ୧୫୦ ଟଙ୍କାରେ ପହଞ୍ଚିଛି। ଗଲା କିଛି ଦିନ ଧରି ପିଆଜର ଉତ୍କଟ ଅଭାବ ସୃଷ୍ଟି ହୋଇଥିବାବେଳେ ଗୁରୁବାର ରାଜ୍ୟରେ ପିଆଜ ଦର ରେକର୍ଡ ଭାଙ୍ଗିଛି। ସପ୍ତାହକ ତଳେ ପିଆଜ କିଲୋ ପ୍ରତି ୮୦ରୁ ୧୦୦ ଟଙ୍କାରେ ବିକ୍ରି ହେଉଥିବା ବେଳେ ଶହେ ୧୪୦ରେ ଟପିଛି। ରାଜ୍ୟର ସବୁଠୁ ବଡ଼ ପରିବା ହୋଲସେଲ ମାର୍କେଟ କଟକ ଛତ୍ର ବଜାରରେ ୧୪୦ ଟଙ୍କା ଉପରେ ରହିଛି। ୨ ଦିନ ତଳେ ଛତ୍ରବଜାରରେ ପିଆଜ ୧୦୦ ଟଙ୍କା ଥିବାବେଳେ ଗୁରୁବାର ୧୪୦ ଟଙ୍କାରେ ପହଞ୍ଚିଛି। ଆମଦାନୀ ହ୍ରାସ ଯୋଗୁ ଷ୍ଟକ୍‌ ଥିବା ପିଆଜ ଦର ବୃଦ୍ଧି ପାଇଥିବା ଜଣାପଡିଛି। ପିଆଜ ଦର ଅହେତୁକ ବୃଦ୍ଧି ଯୋଗୁ ଖାଉଟି ଅସନ୍ତୋଷ ଦେଖିବାକୁ ମିଳିଛି। ଏଣେ ବେଲଗାମ ପିଆଜ ଦରକୁ ନେଇ ଅନେକ ଲୋକ ପିଆଜ ଖାଇବା ଛାଡି ଦେଇଥିବା ବେଳେ ସ୍ଥିତି ସ୍ବାଭାବିକ ହେବାକୁ ଆହୁରି ସମୟ ଲାଗିବ ବୋଲି ବ୍ୟବସାୟୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ପହଞ୍ଚିଲେ ମୋଦି

ଭୁବନେଶ୍ୱର,୫।୫: ଅଯୋଧ୍ୟାରୁ ମେଗା ରୋଡ ଶୋ’ କାର୍ଯ୍ୟକ୍ରମ ଶେଷ କରି ରବିବାର ରାତି ପ୍ରାୟ ୧୦ଟା ୪୦ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଘରୁ ମତଦାନ ପ୍ରକ୍ରିୟା ଆରମ୍ଭ

କୋରାପୁଟ,୫।୫(ଅମିତାଭ ବେହେରା): ମେ’ ୧୩ ତାରିଖରେ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ଏନେଇ ରବିବାର ଆରମ୍ଭ ହୋଇଯାଇଛି ହୋମ୍‌ ଭୋଟିଂ ପ୍ରକ୍ରିୟା। ବରିଷ୍ଠ ନାଗରିକ, ଦିବ୍ୟାଙ୍ଗ...

ପାହାଡ଼ରୁ ଖସିଲା ପଥର: ମାଲ୍‌ବାହୀ ଟ୍ରେନ୍‌ ଲାଇନଚ୍ୟୁତ

କୋରାପୁଟ,୫ା୫(ଅମିତାଭ ବେହେରା ): ଆନ୍ଧ୍ରର ଶିବଲିଙ୍ଗପୁରମ ନିକଟସ୍ଥ ରେଳ ଧାରଣାରେ ପାହାଡ଼ରୁ ପଥର ଖସି ରବିବାର ଭୋର ସମୟରେ ଏକ ମାଲବାହୀ ଟ୍ରେନ୍‌ ଇଞ୍ଜିନ ଲାଇନଚ୍ୟୁତ...

କଂଗ୍ରେସ ପ୍ରାର୍ଥୀଙ୍କ ଉପରକୁ ଆକ୍ରମଣ: ମୁଣ୍ଡ ଫଟେଇଦେଲେ ଦୁର୍ବୃତ୍ତ

ପୁରୀ,୫।୫: ପୁରୀ କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥଙ୍କ ଉପରେ ରବିବାର ଅପରାହ୍ନରେ ଆକ୍ରମଣ ହୋଇଛି। ସେ ବସ୍‌ଷ୍ଟାଣ୍ଡରେ ବୁଲୁଥିବା ବେଳେ କିଛି ଦୁର୍ବୃତ୍ତ ତାଙ୍କୁ ଆକ୍ରମଣ...

କ୍ଷମତାକୁ ଆସିଲେ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରିବ ଭାଜପା: ଜାଣନ୍ତୁ ଏଥିରେ ମହିଳାଙ୍କୁ କ’ଣ ମିଳିବ ଲାଭ

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ରବିବାର ଉନ୍ମୋଚିତ ହୋଇଛି। ନିର୍ବାଚନୀ ଇସ୍ତାହାରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା।...

ଭାଜପା ସରକାର ଆସିଲେ ୫୭ ବର୍ଷର କାମ ୫ ବର୍ଷରେ କରିବୁ: ମନମୋହନ

ଭୁବନେଶ୍ୱର,୫।୫: ୨୦୨୪ ନିର୍ବାଚନ ପାଇଁ ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ରବିବାର ଉନ୍ମୋଚିତ ହୋଇଯାଇଛି। ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାରକୁ...

ଭାଜପାର ବଡ଼ ଘୋଷଣା: ସରକାରକୁ ଆସିଲେ ଖୋଲାଯିବ ରତ୍ନ ଭଣ୍ଡାର

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାରରେ ଏକ ବଡ଼ ପ୍ରତିଶ୍ରୁତି ଦିଆଯାଇଛି। ଭାଜପା ସରକାରକୁ ଆସିଲେ ରତ୍ନ ଭଣ୍ଡାର ଖୋଲାଯିବ ବୋଲି ଦଳର ରାଷ୍ଟ୍ରୀୟ ସଭାପତି...

ଆଜି ଓଡ଼ିଶା କେବଳ ଜଗନ୍ନାଥଙ୍କ କୃପାରୁ ଚାଲିଛି

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ ଅବସରରେ ଜେପି ନଡ୍ଡା ବିଜେଡି ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ରାଜ୍ୟରେ ବିକାଶ ବ୍ୟବସ୍ଥା ସଂପୂର୍ଣ୍ଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri