ରେଙ୍ଗାଳି ଡ୍ୟାମର ୩ଗେଟ ଖୋଲିଲା

କଣିହାଁ,୨୭।୮(ଡି.ଏନ୍‌.ଏ): ରାଜ୍ୟରେ ଗତ କିଛି ଦିନରୁ ଲଗାତର ଭାବେ ପ୍ରବଳ ବର୍ଷା ଜାରି ରହିଛି। ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ତଳିଆ ଅଞ୍ଚଳ ଏବେ ଜଳମଗ୍ନ ହୋଇପଡ଼ିଛି। ଇତିମଧ୍ୟରେ କଣିହାଁ ବ୍ଲକ ସ୍ଥିତ ବ୍ରାହ୍ମଣୀ ନଦୀର ରେଙ୍ଗାଳି ଡ୍ୟାମରୁ ବନ୍ୟାଜଳ ନିଷ୍କାସନ ପାଇଁ ଗତ ଶନିବାର ରାତିରେ ଗୋଟିଏ ଗେଟ ଖୋଲାଯାଇଥିଲା। ଡ୍ୟାମର ଜଳଧାରଣ କ୍ଷମତା ୧୨୩.୫୦ମିଟର ହୋଇଥିବାବେଳେ ବୁଧବାର ବିଳମ୍ବିତ ରାତିରେ ଜଳସ୍ତର ୧୨୩.୪୩ ମିଟରକୁ ପହଞ୍ଚିଛି। ଫଳରେ ପୁଣି ଡ୍ୟାମର ୨ଟି ଗେଟ ଖୋଲାଯାଇଥିବା ଜଣାପଡ଼ିଛି। ଗୁରୁବାର ଏନେଇ ରେଙ୍ଗାଳି ଡ୍ୟାମ ଡିଭିଜନ ନିର୍ବାହୀ ଯନ୍ତ୍ରୀ ଅଜିତ କୁମାର ଜେନା ସୂଚନା ଦେଇଛନ୍ତି। ସୂଚନା ମୁତାବକ ପୂର୍ବାହ୍ନ ୧୦ଟା ସୁଦ୍ଧା ଡ୍ୟାମ ଭିତରକୁ ପ୍ରତି ସେକେଣ୍ଡରେ ୧୦୧୩୯.୯୯ଘନମିଟର ଜଳ ପ୍ରବେଶ କରୁଥିବା ବେଳେ ଖୋଲାଯାଇଥିବା ୩ଗେଟ ଦେଇ ୫୫୭୬.୦୭ ଘନମିଟର ଜଳ ନିଷ୍କାସିତ ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ନିଜେ ସମସ୍ୟାରେ ଥିଲେ ବି ଅନ୍ୟଙ୍କ ମୁହଁରେ ଖୁସି ଦେଖି ସନ୍ତୋଷ ଲାଭ କରନ୍ତି ଗୁଜରାଟ କଚ୍ଛର ଆମ୍ମା(ଶ୍ରଦ୍ଧା ନାମ)। ସେ ପ୍ରଚଣ୍ଡ ଗ୍ରୀଷ୍ଣ ପ୍ରବାହରେ ପଥଚାରୀଙ୍କୁ…

କେରଳର ନୂଆ କାଣ୍ଡାରି

ଦଶନ୍ଧିବ୍ୟାପୀ ବାମପନ୍ଥୀ ଶାସନର ଅବସାନ ଘଟାଇ ଯିଏ କଂଗ୍ରେସ ପାଇଁ ଈଶ୍ୱରଙ୍କ ନିଜ ଦେଶ କୁହାଯାଉଥିବା କେରଳରେ ମଞ୍ଚ ତିଆରି କରାଇବାରେ ପ୍ରମୁଖ ଭୂମିକା ନିର୍ବାହ କଲେ,…

ନାଗରିକ ଚେତନା

ଅଷ୍ଟ୍ରେଲିଆର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ମାଥ୍ୟୁ ହେଡେନଙ୍କୁ ସମ୍ପ୍ରତି ଖେଳ ପଡ଼ିଆରେ ଅଳିଆ ଉଠାଇ ସଫା କରୁଥିବାର ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଦେଖିବାକୁ ମିଳିଥିଲା। ପ୍ରଥମ ଦୃଷ୍ଟିରେ…

ଚନ୍ଦ୍ରପୃଷ୍ଠକୁ ଯାତ୍ରା ପାଇଁ ନୂଆ ଶସ୍ତା ମାର୍ଗ

ନୂଆଦିଲ୍ଲୀ,୨୪।୫: ମହାକାଶ ଗବେଷଣା କ୍ଷେତ୍ରରେ ବୈଜ୍ଞାନିକମାନଙ୍କୁ ଏକ ବଡ଼ ସଫଳତା ମିଳିଛି। ପୃଥିବୀରୁ ଚନ୍ଦ୍ରପୃଷ୍ଠକୁ ଯାତ୍ରା କରିବା ପାଇଁ ଏକ ନୂତନ ଏବଂ କମ୍‌ ଇନ୍ଧନ ଖର୍ଚ୍ଚ…

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri