ରେଜିଷ୍ଟ୍ରେଶନ୍‌ ନ କରି ଫେରୁଛନ୍ତି ପ୍ରବାସୀ: ଏସ୍‌ଓପିରେ ସଂଶୋଧନ

ଭୁବନେଶ୍ୱର,୭।୫(ବ୍ୟୁରୋ): ରାଜ୍ୟ ସରକାର ବାହାର ରାଜ୍ୟରେ ଫସି ରହିଥିବା ପ୍ରବାସୀଙ୍କୁ ଫେରାଇ ଆଣିବା ଲାଗି ବିଭିନ୍ନ ବ୍ୟବସ୍ଥା କରିଛନ୍ତି। ସ୍ବତନ୍ତ୍ର ଅନ୍‌ଲାଇନ୍‌ ରେଜିଷ୍ଟ୍ରେଶନ୍‌ ସହ ବସ୍‌ ଏବଂ ଟ୍ରେନ୍‌ଯୋଗେ ସେମାନଙ୍କୁ ଅଣାଯାଉଛି। ଏସବୁ ସତ୍ତ୍ୱେ କିଛି ଶ୍ରମିକ ବିନା ରେଜିଷ୍ଟ୍ରେଶନରେ ବସ୍‌ ଯୋଗେ ଫେରିବାକୁ ଚେଷ୍ଟା କରୁଥିବା ଦେଖାଯାଉଛି। ଏହାକୁ ଦୃଷ୍ଟିରେ ରଖି ବାହାର ରାଜ୍ୟରୁ ଫେରୁଥିବା ଶ୍ରମିକଙ୍କ ଲାଗି ଏସ୍‌ଓପିରେ ସଂଶୋଧନ କରାଯାଇଛି। ଶ୍ରମିକଙ୍କୁ ନେଇ ଫେରୁଥିବା ବସ୍‌ଗୁଡ଼ିକୁ ଯାଞ୍ଚ ଲାଗି ସୀମା ଚେକ୍‌ ପଏଣ୍ଟରେ ଅପରେଶନ୍‌ ପାଇଁ ଏସ୍‌ଓପିରେ ସଂଶୋଧନ କରାଯାଇଥିବା ସୂଚନା ମିଳିଛି।

ସଂଶୋଧିତ ଏସ୍‌ଓପି ଅନୁଯାୟୀ, ରେଜିଷ୍ଟ୍ରେଶନ କରି ନ ଥିଲେ ଚେକ୍‌ ପଏଣ୍ଟରେ ଗାଡ଼ି ଡ୍ରାଇଭର ତଥ୍ୟ ଦେବେ। ଡ୍ରାଇଭରଙ୍କ ନାଁ ସହ ଲାଇସେନ୍ସ ନମ୍ବର ଦେବା ବାଧ୍ୟତାମୂଳକ କରାଯାଇଛି। ସେହିଭଳି ଯାତ୍ରୀଙ୍କ ସଂଖ୍ୟା ଓ କେଉଁ ଜିଲାକୁ ଯିବେ ସେ ନେଇ ମଧ୍ୟ ତଥ୍ୟ ଦେବେ। ଆସୁଥିବା ବ୍ୟକ୍ତିଙ୍କ ନାଁ ପଞ୍ଜୀକରଣ ଯାଞ୍ଜ କରିବାକୁ ନିର୍ଦ୍ଦେଶ। ଯଦି କେହି କରି ନ ଥିଲେ ତୁରନ୍ତ ପଞ୍ଜୀକରଣ କରିବେ। ସୀମା ଚେକ୍‌ ପଏଣ୍ଟରୁ ଗନ୍ତବ୍ୟସ୍ଥଳକୁ ସିଧା ଆସିବ ବସ୍‌। ଏନେଇ ସମସ୍ତ ଜିଲାପାଳ ଓ ମ୍ୟୁନିସିପାଲିଟି କମିଶନରଙ୍କୁ ସ୍ବତନ୍ତ୍ର ରିଲିଫ କମିଶନ ଚିଠି ଲେଖି ଅବଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ରାଜ୍ୟସ୍ତରୀୟ ଓପନ୍ ଟ୍ରାପ୍ ସୁଟିଂ ଚାମ୍ପିୟନସିପ୍-୨୦୨୬: ସ୍ୱର୍ଣ୍ଣ ପଦକ ଜିତିଲେ ଥୁଆମୂଳ ରାମପୁରର ଶୁଭମ

ଥୁଆମୂଳ ରାମପୁର,୨୨ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ୍ ପାଇଁ ଗୌରବ । ଅନୁଗୁଳ ଜିଲା ତାଳଚେରସ୍ଥିତ ‘ରାଜା ହୃଦୟ ଚନ୍ଦ୍ର ଦେବ ସୁଟିଂ କମ୍ପ୍ଲେକ୍ସ’ଠାରେ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ

ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦…

ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁଙ୍କ ଆତ୍ମସମର୍ପଣ

କୋଇଡ଼ା, ୨୨।୭: ମାଓବାଦୀ ସଂଗଠନ ପାଇଁ ଏକ ବଡ଼ ଝଟକା ସୃଷ୍ଟି କରି ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁ ଝାଡ଼ଖଣ୍ଡରେ ସୁରକ୍ଷା ବାହିନୀ ନିକଟରେ ଆତ୍ମସମର୍ପଣ…

ବିସ୍ଥାପନ ପାଇଁ ଦ୍ୱିତୀୟ ଦିନରେ କୁମିଆପାଲିରେ ପହଞ୍ଚିଲା ପ୍ରଶାସନ: ତାତିଲେ ଆଦିବାସୀ, ଧନୁତୀର ଧରି…

ବଲାଙ୍ଗୀର,୨୨ା୭(ସୁନିଲ କୁମାର ମହାନ୍ତି): ବୁଧବାର ଦ୍ୱିତୀୟ ଦିନରେ ଲୋୟର ସୁକତେଲ ଡ୍ୟାମ ପ୍ରଭାବିତ କୁମିଆପାଲି ଗାଁରେ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ କରିବାକୁ ଜିଲା ପ୍ରଶାସନର ଟିମ୍‌ ପହଞ୍ଚିଥିଲା।…

ଭିଜିଲାନ୍ସ ଜାଲରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରିନ୍ସିପାଲ, SHG ମହିଳାଙ୍କଠାରୁ…

ଭବାନୀପାଟଣା,୨୨ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଓଡିଶା ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରିନ୍ସିପାଲ ସୀତାକାନ୍ତ ରଣା ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସ୍କୁଲରେ ନିୟୋଜିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri