ରେଡ୍‌ଜୋନ୍‌ର ୫୨ ହଜାର ପରିବାରର ସ୍କ୍ରିନିଂ ସରିଲା

ଝାରସୁଗୁଡା ଅଫିସ,୧୪ା୪: ଝାରସୁଗୁଡା ଜିଲା ପ୍ରଶାସନ ପକ୍ଷରୁ ଝାରସୁଗୁଡା ବ୍ଲକ, ବ୍ରଜରାଜନଗର ମ୍ୟୁନିସିପାଲଟି ଓ ଲଇକେରା ବ୍ଲକକୁ ରେଡ୍‌ଜୋନ୍‌ ଭାବେ ଘୋଷଣା କରାଯାଇଥିଲା। ଉପରୋକ୍ତ ଅଞ୍ଚଳକୁ ରାଜ୍ୟ ତଥା ରାଜ୍ୟ ବାହାରର ବିଭିନ୍ନ ଅଞ୍ଚଳରୁ ଟ୍ରେନ୍‌ ଓ ବସ୍‌ ଯୋଗେ ଲୋକେ ଆସିଥିବା ରିପୋର୍ଟରୁ ଜଣାପଡିଥିଲା। ଏଣୁ ଉପରୋକ୍ତ ନିଷ୍ପତ୍ତି ନିଆଯାଇ ଏହି ଅଞ୍ଚଳ ଗୁଡିକରେ ଜିଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ଅଞ୍ଚଳର ସ୍ବାସ୍ଥ୍ୟକର୍ମୀ, ଅଙ୍ଗନଓ୍ବାଡି କର୍ମୀ ଓ ଆଶାକର୍ମୀମାନଙ୍କୁ ନିୟୋଜିତ କରି ଗତ ବୁଧବାରଠାରୁ ମାସ୍‌ ସ୍କ୍ରିନିଂ ପ୍ରକ୍ରିୟା ଆରମ୍ଭ କରାଯାଇଥିଲା। ମଙ୍ଗଳବାର ଜିଲା ପ୍ରଶାସନ ପକ୍ଷରୁ ମିଳିଥିବା ତଥ୍ୟ ମୁତାବକ ସୋମବାର ସୁଦ୍ଧା ବ୍ରଜରାଜନଗର ମ୍ୟୁନିସିପାଲଟି, ଲଇକେରା ବ୍ଲକ ଓ ଝାରସୁଗୁଡା ବ୍ଲକ ଅଞ୍ଚଳରେ ରହୁଥିବା ୫୨ ହଜାର ୩୯ ପରିବାରକୁ ମାସ ସ୍କ୍ରିନିଂ କରାଯାଇ ସାରିଛି। ଏହି ମାସ୍‌ ସ୍କ୍ରିନିଂ ବେଳେ ଉପରୋକ୍ତ ପରିବାରର ୧୬୫ ଜଣଙ୍କୁ ଜ୍ୱର, ୫୫୧ ଜଣଙ୍କୁ କାଶ, ୩୦୪ଙ୍କୁ ନାକରୁ ପାଣି ବେହିବା, ୪୦ ଜଣଙ୍କୁ ଗଳା ଜନିତ ସମସ୍ୟା ଓ ୨ ଜଣଙ୍କୁ ଶ୍ୱାଶକ୍ରିୟା ଜନିତ ସମସ୍ୟା ଥିବା ଜଣାପଡିଛି। ଉପରୋକ୍ତ ଲୋକଙ୍କ ସ୍ବାସ୍ଥ୍ୟାବସ୍ଥା ଉପରେ ନଜର ରଖିବାକୁ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର କର୍ତ୍ତପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏବଂ ସ୍ବାଶକ୍ରିୟା ଜନିତ ସମସ୍ୟା ଥିବା ୨ ଜଣ ବ୍ୟକ୍ତିଙ୍କ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଛି। ଏହାସହ ଉପରୋକ୍ତ ସମସ୍ତ ବ୍ୟକ୍ତିଙ୍କୁ ନିଜ ନିଜ ଘରେ ଆଇସୋଲେଶନରେ ରହିବାକୁ ପରାମର୍ଶ ଦିଆଯାଇଛି। ସେହିପରି ଝାରସୁଗୁଡା ଓ ବେଲପାହାଡ ମ୍ୟୁନିସିପାଲଟି ଅଞ୍ଚଳରେ ଆସନ୍ତା ୧୬ ତାରିଖରୁ ପ୍ରାଥମିକ ସ୍କ୍ରିନିଂ ଆରମ୍ଭ କରାଯିବା ନେଇ ଜିଲା ପ୍ରଶାସନ ନିଷ୍ପତ୍ତି ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri