ରେଢାଖୋଲରେ ନିରାଡ଼ମ୍ବରରେ ପାଳିତ ହେଲା ସନ୍ଥକବି ଭୀମ ଭୋଇଙ୍କ ଜୟନ୍ତୀ

ରେଢାଖୋଲ,୭।୫(ଡି.ଏନ.ଏ.): ସମ୍ବଲପୁର ଜିଲା ରେଢାଖୋଲରେ ସନ୍ଥକବି ଭୀମ ଭୋଇଙ୍କ ଜୟନ୍ତୀ ଗୁରୁବାର ନିରାଡ଼ମ୍ବର ଭାବେ ପାଳିତ ହୋଇଛି। ବ୍ରହ୍ମ ଅବଧୁତ ବାବା ଆନନ୍ଦ ଦାସ ଦୀପ ପ୍ରଜ୍ୱଳନ କରି ବିଶ୍ୱଶାନ୍ତି କାମନା କରିଥିଲେ। ଏହି ଅବସରରେ ବସଷ୍ଟାଣ୍ଡସ୍ଥିତ ସନ୍ଥକବି ଭୀମ ଭୋଇଙ୍କ ପ୍ରତିମୂର୍ତ୍ତି ନିକଟରେ ଏକ ପଥପ୍ରାନ୍ତ ସଭା ଆୟୋଜିତ ହୋଇଥିଲା। ଅଲେଖଧର୍ମୀ ବ୍ରହ୍ମ ଅବଧୁତ ବାବା ଆନନ୍ଦ ଦାସ, ବାବା ଗୋକୁଲାନନ୍ଦ ଓ ଏନ୍‌ଏସି ଉପାଧ୍ୟକ୍ଷ ସୁନୀଲ କୁମାର ପ୍ରଧାନ ପ୍ରମୁଖ ଅତିଥି ଭାବେ ଯୋଗଦେଇ ସନ୍ଥକବିଙ୍କ ପ୍ରତିମୂର୍ତ୍ତିର ମାଲ୍ୟାର୍ପଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅନାଦିଚରଣ ସାହୁ, ଭୀମଭୋଇ କଳାପରିଷଦର ସଭାପତି ମହାବୀର ସିଂ ଦେଓ, ଦେବାନନ୍ଦ ପ୍ରଧାନ, ରଂଜିତ ଦେହୁରୀ, ସୁଶାନ୍ତ ପ୍ରଧାନ, ଅଚ୍ୟୁତାନନ୍ଦ ପୁରୋହିତ, ଯୋଗଜନ୍ମା ଦାସଶର୍ମା, ସଂହାର କେଶରୀ ଭଞ୍ଜ, ପ୍ରଦୀପ କୁମାର ବିଶ୍ୱାଳ, ଅଧ୍ୟାପକ ଅଞ୍ଜନ କୁମାର ମିଶ୍ର, କାଉନସିଲର ଲକ୍ଷ୍ମଣ କୁମାର ପ୍ରଧାନ, ଚିତ୍ରଶିଳ୍ପୀ ସୁଧୀର ସ୍ବାଇଁ, ସୁରେଶ ପୋଢ, ଅଖୁଜ ମହାକୁଡ, ଚନ୍ଦ୍ରଶେଖର ପୁରୋହିତ ପ୍ରମୁଖ ଜୟନ୍ତୀ ସଭାରେ ଯୋଗଦେଇ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ସୂଚନାଯୋଗ୍ୟ, ଓଡିଶା ସାହିତ୍ୟ ଏକାଡେମି ଓ ଭୀମ ଭୋଇ କଳାପରିଷଦର ମିଳିତ ଆନୁକୂଲ୍ୟରେ ଏହି କାର୍ଯ୍ୟକ୍ରମ ପ୍ରତିବର୍ଷ ଆୟୋଜିତ ହୋଇ ଆସୁଛି। ହେଲେ ଏଥର ମହାମାରୀ କରୋନା ପରିସ୍ଥିତିର ମୁକାବିଲା ପାଇଁ ସମଗ୍ର ଦେଶ ଲକ୍‌ ଡାଉନ୍‌ ରହିଛି। ସଭାସମିତି ସମତେ ବିଭିନ୍ନ କାର୍ଯ୍ୟକ୍ରମ ଉପରେ କଟକଣା ଲାଗିଛି। ଏଥିଯୋଗୁ ଓଡିଶା ସାହିତ୍ୟ ଏକାଡେମିର କୌଣସି ସଦସ୍ୟ କିମ୍ବା ରେଢାଖୋଲ ଉପଖଣ୍ଡ ପ୍ରଶାସନ ପକ୍ଷରୁ କୌଣସି ଅଧିକାରୀ ଯୋଗ ଦେଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ: ଭକ୍ତଙ୍କ ଜମୁଛି ଭିଡ଼

ଜି ଉଦୟଗିରି, ୨୨।୭( ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି ଉଦୟଗିରି ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ କରାଯାଇଛି। ମହାପ୍ରଭୁଙ୍କ ପର୍ଶୁରାମ ବେଶ ଓ…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର: ହସ୍ପିଟାଲରରେ ହେଲେ ଭର୍ତ୍ତିି, ଆରୋଗ୍ୟ କାମନା କଲେ…

ପାଟଣା, ୨୨।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

ଅଙ୍ଗନଦୀରେ ଭାସିଗଲେ ଗୋପାଳକ, ଅଗ୍ନିଶମ ବିଭାଗ ପକ୍ଷରୁ ଚାଲିଛି ଖୋଜାଖୋଜି

ପଦ୍ମପୁର,୨୨।୭ (ପ୍ରଦୀପ୍ତ ଦାଶ) : ପଦ୍ମପୁର ଉପଖଣ୍ଡ ଜଗଦଳପୁର ଥାନା ଅନ୍ତର୍ଗତ ସମ୍ବଲପୁରୀ ଗ୍ରାମ ନିକଟରେ ଥିବା ଅଙ୍ଗନଦୀରେ ଭାସିଯାଇ ଜଣେ ଗୋପାଳକ ନିଖୋଜ ହୋଇଥିବା ଘଟଣା…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri