ରେତଙ୍ଗ ଷ୍ଟେଶନର ମୁଖ୍ୟ ରାସ୍ତା ଜଳମଗ୍ନ

ଯାଁଳା, ୨୫। ୯(ଡି.ଏନ.ଏ.): ଖୋର୍ଦ୍ଧା- ଭୁବନେଶ୍ୱର ଜାତୀୟ ରାଜପଥ ନଂ. ୧୬ର ଯାଁଳାଠାରୁ ରେତଙ୍ଗ ରେଳ ଷ୍ଟେଶନକୁ ଯାଇଥିବା ମୁଖ୍ୟ ରାସ୍ତାଟି ଲଗାଣ ବର୍ଷା ଯୋଗୁ ଜଳମଗ୍ନ ହୋଇଛି। ଫଳରେ ୩ଟି ପଞ୍ଚାୟତରେ ଲୋକମାନେ ଜାତୀୟ ରାଜପଥ ନଂ. ୧୬କୁ ଆସିବା ପାଇଁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।
ବର୍ଷା ଯୋଗୁ ଏହି ରାସ୍ତାର ପ୍ରାୟ ୫ ଶହ ମିଟର ଜଳମଗ୍ନ ହୋଇରହିଛି। ଏହି ରାସ୍ତାରେ ଯାଉଥିବା ପାଣି ତଳକୁ ଗଡିଯିବା ବଦଳରେ ଅଟକି ରହୁଛି। କାରଣ ଏଠାରେ ଥିବା ଏକ କଲେଜ ପାଣି ଯିବା ବାଟଟିକୁ ଆବଦ୍ଧ କରି ଦେଇଛି। ତାହା ଛଡା ଆହୁରି ମଧ୍ୟ କେତେକ ଘରୋଇ ଜାଗାର ଘର ଓ ପ୍ରାଚିର ହେବା ଫଳରେ ଏହି ସମସ୍ୟା ଦେଖାଦେଇଛି। ଏଥିଯୋଗୁ କେତେକ ଘରୋଇ ସ୍କୁଲ, କଲେଜ ଏବଂ ସରକାରୀ ସ୍କୁଲର କର୍ମଚାରୀମାନଙ୍କର ଯିବା ଆସିବା ବାଧାପ୍ରାପ୍ତ ହୋଇଛି। ପାଣି ସୁଅରେ ରାସ୍ତାଟି କ୍ଷତିଗ୍ରସ୍ତ ହୋଇଛି। ଏବେଠାରୁ ଯଦି ଏହାର ବିକଳ୍ପ ବ୍ୟବସ୍ଥା କିଛି କରା ନ ଯାଏ ତେବେ ଭବିଷ୍ୟତରେ ଏ ରାସ୍ତାଟି ଲୋକମାନଙ୍କ ପାଇଁ ମରଣଯନ୍ତା ପାଲଟିଯିବ।

 


Enter your email to get our daily news in your inbox.

All Right Reserved By Dharitri.Com

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ବଢିପାରେ ସ୍କୁଲ ଛୁଟି ଅବଧି! ରାଜ୍ୟ ସରକାର ନେବେ ବଡ଼ ନିଷ୍ପତ୍ତି…

ଭୁବନେଶ୍ୱର,୧୬।୬: ମୌସୁମୀରେ ପ୍ରତିବନ୍ଧକ ସାଜୁଛି କି ଏଲ ନି ନୋ?  କେବଳ ରାଜ୍ୟ ନୁହେଁ ସାରା ଦେଶରେ ଏଭଳି ସ୍ଥିତି ।ଏବେ ବି ଦିନରେ ଖରା ଗରମ…

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

ଥୁଆମୂଳ ରାମପୁରରେ ରଜ ଉତ୍ସବ, ଦୋଳି ଖେଳିଲେ ଲାଞ୍ଜିଗଡ଼ ବିଧାୟକ; ଦଳୀୟ ଆଭିମୁଖ୍ୟ ଭୁଲି…

ଥୁଆମୂଳ ରାମପୁର, ୧୬।୬(ଦୁର୍ଗା କୀର୍ତ୍ତି): ଓଡ଼ିଶାର ଗଣପର୍ବ ‘ରଜ’ ଏବେ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ମଧ୍ୟ ବେଶ୍ ଲୋକପ୍ରିୟତା ହାସଲ କରିଛି। କଳାହାଣ୍ଡି ଜିଲା ଥୁଆମୂଳ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରମ୍ଭାକୁ ହରାଇ ଛତ୍ରପୁର ଚମ୍ପିୟାନ

ଛତ୍ରପୁର, ୧୬।୬(ବିଦ୍ୟାଧର ସାହୁ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପବିତ୍ର ରଜ ପର୍ବ ଉପଲକ୍ଷେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଏକ ୬-ଓଭର…

ରକ୍ତଦାନରେ ଉଲ୍ଲେଖନୀୟ ଅବଦାନ: ଜାତୀୟ ସ୍ତରରେ ସମ୍ମାନିତ ହେଲା ବରଗଡ଼ର ‘ନିଷ୍ଠା ପରିବାର’

ବରଗଡ଼, ୧୬ ଜୁନ୍ (ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ନିଷ୍ଠା ପରିବାର’ ପାଇଁ ଏକ ଗର୍ବର ବିଷୟ । ମଙ୍ଗଳବାର ଦିନ ଗୁଜରାଟର ଅହମଦାବାଦଠାରେ…

ଜୁନ୍ ୧୯ରୁ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ପ୍ରସିଦ୍ଧ ଯାତ୍ରା: ଖଣି ଖନନ ବିରୋଧରେ ବଜ୍ର ଶପଥ ନେବେ ହଜାର ହଜାର…

ଥୁଆମୂଳ ରାମପୁର,  ୧୬।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ କର୍ଲାପାଟ ଅଭୟାରଣ୍ୟ ପାର୍ଶ୍ୱ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ଆସନ୍ତା ଜୁନ୍ ୧୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri