ରେଭେନ୍‌ଶା ବିଶ୍ୱବିଦ୍ୟାଳୟ: ନାମଲେଖାରେ ଅସନ୍ତୋଷ: ନିର୍ଦ୍ଧାରିତ ସିଟ୍‌ର ଦୁଇଗୁଣା ଛାତ୍ରୀଛାତ୍ରଙ୍କୁ ନିମନ୍ତ୍ରଣ

କଟକ ଅଫିସ,୨୦ା୭: ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଶୁକ୍ରବାର ଆଇଏସ୍‌ଟି ଓ ଆଇଟିଏମ୍‌ ବିଭାଗରେ ନାମଲେଖା ସମୟରେ ଅଭିଭାବକ ଏବଂ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ ଦେଖାଯାଇଛି। ନିର୍ଦ୍ଧାରିତ ସିଟ୍‌ଠାରୁ ଅଧିକ ଛାତ୍ରୀଛାତ୍ରଙ୍କୁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ନାମଲେଖା ନିମନ୍ତେ ନିମନ୍ତ୍ରଣ କରିଥିଲେ। ସିଟ୍‌ ପୂରଣ ହୋଇଯିବା ଯୋଗୁ ବହୁସଂଖ୍ୟକ ଛାତ୍ରୀଛାତ୍ର ଓ ସେମାନଙ୍କ ଅଭିଭାବକଙ୍କୁ ନିରାଶ ହେବାକୁ ପଡ଼ିଥିଲା। ଦୂରଦୂରାନ୍ତରୁ ଆସିଥିବା ଅଭିଭାବକମାନେ ନାମଲେଖା ପ୍ରକୋଷ୍ଠ ବାହାରେ ହୋହଲ୍ଲା କରିବା ଦେଖିବାକୁ ମିଳିଥିଲା।
ଶୁକ୍ରବାର ବିଶ୍ୱବିଦ୍ୟାଳୟରେ ଆଇଏସଟି ଓ ଆଇଟିଏମ୍‌ (ସେଲ୍ଫ ଫାଇନାନ୍‌ସିଂ) ବିଭାଗରେ ସାଧାରଣବର୍ଗ ଓ ସଂରକ୍ଷିତବର୍ଗଙ୍କୁ ମିଶାଇ ମୋଟ ୪୦୦ ସିଟରେ ନାମଲେଖା ଯାଇଥିଲା। ବିଶ୍ୱବିଦ୍ୟାଳୟ ପକ୍ଷରୁ ମୋଟ ୮୦୦ ଛାତ୍ରୀଛାତ୍ରଙ୍କୁ ନାମଲେଖା ପ୍ରକ୍ରିୟା ପାଇଁ ନିମନ୍ତ୍ରଣ ଦିଆଯାଇଥିଲା। କମ୍‌ ସମୟ ଭିତରେ ସାଧାରଣବର୍ଗଙ୍କ ପାଇଁ ଉଦ୍ଦିଷ୍ଟ ସମସ୍ତ ସିଟ୍‌ ପୂରଣ ହୋଇଯାଇଲା। ପରେ ସଂରକ୍ଷଣ ଭିତିରେ ଆଇଏସଟି ବିଭାଗରେ ୫୩ ଏବଂ ଆଇଟିଏମ୍‌ ବିଭାଗରେ ୮୭ଟି ସିଟ ବଳକା ରହିଥିଲା। ନାମଲେଖା ପାଇଁ ରାଜ୍ୟ ଏବଂ ରାଜ୍ୟ ବାହାରୁ ଅନେକ ଛାତ୍ରୀଛାତ୍ର ଓ ସେମାନଙ୍କ ସାଥିରେ ଅଭିଭାବକ ବିଶ୍ୱବିଦ୍ୟାଳୟ ଆସିଥିଲେ। ନାମଲେଖା ପାଇଁ ଅଳ୍ପ ସଂଖ୍ୟକ ସିଟ୍‌ ଥିବାବେଳେ ଏତେ ସଂଖ୍ୟକ ଛାତ୍ରୀଛାତ୍ରଙ୍କୁ କାହିଁକି ଡକାଯାଇଥିଲା ବୋଲି ଅଭିଭାବକ ପ୍ରଶ୍ନ କରିଛନ୍ତି। ବିଶ୍ୱବିଦ୍ୟାଳୟ ପକ୍ଷରୁ ନାମଲେଖା ଲାଗି ଆଇଏସ୍‌ଟି ଓ ଆଇଟିଏମ୍‌ ବିଷୟ ପାଇଁ ଯଥାକ୍ରମେ ୩୦ହଜାର ଓ ୩୫ହଜାର ଟଙ୍କାର ଡିମାଣ୍ଡ ଡ୍ରାଫ୍ଟ ଆଣିବା ପାଇଁ ନିର୍ଦ୍ଦେଶ ରହିଥିଲା। ତେଣୁ ନାମ ଲେଖାଇ ପାରି ନ ଥିବା ଛାତ୍ରୀଛାତ୍ରଙ୍କୁ ଏବେ ଉକ୍ତ ଡ୍ରାଫ୍ଟକୁ ବ୍ୟାଙ୍କ୍‌ରେ କ୍ୟାନ୍‌ସଲ କରିବାକୁ ପଡିବ। ନାମ ଲେଖାଇବା ପାଇଁ ଛାତ୍ରୀଛାତ୍ର ସକାଳୁ ସନ୍ଧ୍ୟାଯାଏ ଅପେକ୍ଷା କରି ନିରାଶ ହେବାକୁ ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri