ରେମୁଣା ଡାକ୍ତରଖାନାରେ ଅବ୍ୟବସ୍ଥା ନେଇ ଉତ୍ତେଜନା: ତାଲା ପକାଇଲେ, ସିସି କ୍ୟାମେରା ଭାଙ୍ଗିଲେ

ରେମୁଣା, ୫ା୧୦(ଡି.ଏନ.ଏ.): ବାଲେଶ୍ୱର ଜିଲା ରେମୁଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅବ୍ୟବସ୍ଥା ନେଇ ଶୁକ୍ରବାର ବିଳମ୍ବିତ ରାତିରେ ରୋଗୀଙ୍କ ସମ୍ପର୍କୀୟମାନେ ଡାକ୍ତରଖାନାରେ ଭଙ୍ଗାରୁଜା କରିଛନ୍ତି। ଉତ୍ତ୍ୟକ୍ତ ଲୋକେ ଡାକ୍ତରଖାନାରେ ଲାଗିଥିବା ସିସି କ୍ୟାମେରା ଭାଙ୍ଗିବା ସହ ଆଉଟଡୋରକୁ ତାଲା ପକାଇ ଦେଇଥିଲେ। ଆଇଆଇସି ଶୁଭ୍ରାଂଶୁ ଶେଖର ନାୟକ ପହଞ୍ଚି ପରିସ୍ଥିତିକୁ ଆୟତ୍ତ କରିବା ପାଇଁ ୧ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରିଛନ୍ତି। ଶନିବାର ସକାଳେ ସବ୍‌ଇନ୍ସପେକ୍ଟର ନଗରଦୀପ ସେଠୀଙ୍କ ନେତୃତ୍ୱରେ ଘଟଣାର ତଦନ୍ତ କରାଯାଇଛି। ସିଡିଏମ୍‌ଓଙ୍କ ନିର୍ଦ୍ଦେଶରେ ଡାକ୍ତର ଶାନ୍ତିଲତା ଗିଡ଼ି ଅସ୍ଥାୟୀ ଭାବେ ଷ୍ଟୋର ରୁମ୍‌ରେ ଆଉଟଡୋର ଖୋଲି ରୋଗୀଙ୍କୁ ଚିକିତ୍ସା କରିଛନ୍ତି। ମଧ୍ୟାହ୍ନରେ ପରିସ୍ଥିତି ସ୍ବାଭାବିକ ହୋଇଛି। ଏଭଳି ଅବ୍ୟବସ୍ଥା ପ୍ରତିବାଦରେ ଆସନ୍ତା ୧୬ତାରିଖରେ ରେମୁଣା ବ୍ୟବସାୟ ସଂଘ ପକ୍ଷରୁ ଆନ୍ଦୋଳନ କରାଯିବ ବୋଲି ସଂଘ ସଭାପତି ଭରତ ଚନ୍ଦ୍ର ପୋଥାଳ ଚେତାବନୀ ଦେଇଛନ୍ତି।
ରେମୁଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଘୋଷଣା ହେବା ପରେ ମଧ୍ୟ ଅବସ୍ଥାରେ ସୁଧାର ଆସିନି। ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଯେତିକି ଡାକ୍ତର ରହିବା କଥା ଏଠାରେ ରହୁନାହାନ୍ତି। ସବୁ ସମୟରେ ଜିଲା ମୁଖ୍ୟ ଡାକ୍ତରଖାନାରୁ ଡାକ୍ତର ଡେପୁଟେଶନରେ ଆସୁଛନ୍ତି। ସ୍ଥାୟୀ ଡାକ୍ତର ଭାବେ ଡା. ରାମଚନ୍ଦ୍ର କିସ୍କୁ ବର୍ଷେ ହେଲା ନିଯୁକ୍ତି ହେବା ପରେ ଜିଲାରୁ ଡେପୁଟେଶନ ବନ୍ଦ ହୋଇଯାଇଛି। ଫଳରେ ଦିନରାତି ସେ କାର୍ଯ୍ୟ କରୁଛନ୍ତି। ଏଥିପାଇଁ ଡାକ୍ତର କିସ୍କୁ ଦିନରାତି ଡ୍ୟୁଟି କରିବା ସମ୍ଭବ ନୁହେଁ ବୋଲି ୩ଦିନ ପାଇଁ ଛୁଟିରେ ଯାଇ ଛୁଟି ସମ୍ପ୍ରସାରଣ କରି କରିଚାଲିଛନ୍ତି। ଚଳିତମାସ ପହିଲାଠାରୁ ରାତିରେ କାୈଣସି ଡାକ୍ତର ଡ୍ୟୁଟି କରୁ ନ ଥିବାରୁ ଲୋକେ ନାହଁି ନ ଥିବା ଅସୁବିଧା ଭୋଗୁଛନ୍ତି। ଏପରିକି ଗତ ୨ତାରିଖ ରାତିରେ ଅଠାନ୍ତର ଗାଁର ହରିଦାସ ଉଚ୍ଚ ରକ୍ତଚାପରେ ପୀଡ଼ିତ ହୋଇ ଚିକିତ୍ସା ହେବାକୁ ଆସି ଡାକ୍ତର ନ ଥିବାରୁ ମୃତ୍ୟୁବରଣ କରିଥିଲେ। ସେହିପରି ଶୁକ୍ରବାର ରାତି ୧୧ଟା ବେଳେ ମନ୍ଦାରପୁରର ଲମ୍ବୋଦର ଦାସ ଛାତିରେ ଯନ୍ତ୍ରଣାରେ ଛଟପଟ ହେଉଥିବା ବେଳେ ଡାକ୍ତରଖାନା ଆସିଥିଲେ। ହେଲେ ଡାକ୍ତରଖାନାରେ ଡାକ୍ତର ନ ଥିବାରୁ ଉତ୍ତେଜନା ପ୍ରକାଶ ପାଇଥିଲା। ପରିସ୍ଥିତି ଅଣାୟତ୍ତ ହୋଇପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri