ରେଲୱେ ଜମିହରା ସଂଘର ଆନ୍ଦୋଳନ: କୋରାପୁଟ ରେଲୱେ ଷ୍ଟେଶନରେ ପୋଲିସ ଛାଉଣୀ

କୋରାପୁଟ,୧୦।୧୨(ସ୍ବ.ପ୍ର.): କୋରାପୁଟ ଜିଲା ରେଲୱେ ଜମି ହରା ସଂଘ ପକ୍ଷରୁ ମଙ୍ଗଳବାର ଆନ୍ଦୋଳନ ଆରମ୍ଭ ହୋଇଛି। କୋରାପୁଟ-କିରୋଣ୍ଡଲ, କୋରାପୁଟ-ରାୟଗଡ଼ା ଓ କୋରାପୁଟ- ବିଶାଖାପାଟଣା ରେଳ ଲାଇନ ଲାଗି ଜମିହରାଙ୍କୁ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ କରାଯାଇ ନ ଥିବା ପ୍ରତିବାଦରେ ଏହି ଆନ୍ଦୋଳନ ହୋଇଥିବା ଜଣାପଡ଼ିଛି। ତେବେ ସୁରକ୍ଷା ଦୃଷ୍ଟିରୁ କୋରାପୁଟ ରେଲୱେ ଷ୍ଟେଶନ ପରିସର ସମେତ ରେଲୱେ ଛକ ଅଞ୍ଚଳରେ ବ୍ୟାପକ ପୋଲିସ ମୁତୟନ କରାଯାଇଛି ।
ସୂଚନାନୁଯାୟୀ, ରେଳପଥ ନିର୍ମାଣ ଯଥା ରେଳପଥର ଦୋହରୀକରଣ ନିମନ୍ତେ ବହୁ ଲୋକଙ୍କ ଜମି ଯାଇଛି । ଜମି ବଦଳରେ ଜମିହରାଙ୍କୁ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ କରାଯାଇ ନ ଥିବା ଅଭିଯୋଗରେ ରେଲୱେ ଜମିହରା ସଂଘର ସଭାପତି ଜଳନ୍ଧର ଖିଲଙ୍କ ନେତୃତ୍ୱରେ ବହୁବାର ଜିଲାପାଳ ଓ ରେଲୱେ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲେ ମଧ୍ୟ ଏଯାବତ୍‌ କୌଣସି ସମାଧାନ ହୋଇ ନାହିଁ। ଏ ନେଇ ସକାଳୁ ଜମିହରା ସଂଘ କୋରାପୁଟ ରେଲୱେ ଛକ ଓ ରେଲୱେ ଷ୍ଟେଶନ ନିକଟରେ ଧାରଣା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ଚାଲାଣବେଳେ ମହୁଲ ବୋଝେଇ ପିକ୍‌ଅପ୍‌ ଜବତ: ଚାଳକ ଅଟକ

ଦେବଗଡ,୧୮ା୪(ଶଶାଙ୍କ ଶେଖର ଝାଙ୍କର): ଏକ ବୋଲେରୋ ପିକ୍‌ଅପ୍‌ ଯୋଗେ ବେଆଇନ ମହୁଲ ଚାଲାଣବେଳେ ଅବକାରୀ ବିଭାଗ ପକ୍ଷରୁ ଶୁକ୍ରବାର ଜବତ କରାଯିବା ସହ ଚାଳକଙ୍କୁ ଅଟକ ରଖାଯାଇଛି…

ପାନୀୟଜଳ ସମସ୍ୟା ନେଇ ବିଡିଓଙ୍କ ଦ୍ୱାରସ୍ଥ

ଲାଞ୍ଜିଗଡ଼,୧୭ା୪(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ସିନ୍ଦିଭଟା ଗ୍ରାମରେ ପିଇବା ପାଣି ସମସ୍ୟାକୁ ନେଇ ଶୁକ୍ରବାର ଗ୍ରାମବାସୀ ବିଡିଓଙ୍କ ଦ୍ୱାରସ୍ଥ ହୋଇ ଦାବିପତ୍ର…

ଆଜିଠାରୁ ୨୨ ଯାଏଁ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି

ସୋନପୁର,୧୭।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ତାତି ଅସମ୍ଭାଳ। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳି। ପରିସ୍ଥିତିକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁର…

କଳାହାଣ୍ଡିରେ ୧୮ରୁ ୨୧ ସ୍କୁଲ ଛୁଟି : ଜିଲାପାଳ କଲେ ଘୋଷଣା

ଭବାନୀପାଟଣା,୧୭।୪(ଉତ୍ତମ କୁମାର ଦାଶ)-ପ୍ରବଳ ଖରା ଓ ଅସହ୍ୟ ଗରମ କୁ ଦୃଷ୍ଟିରେ ରଖି ଶନିବାର ୧୮ ରୁ ୨୧ ତାରିଖ ପର୍ଯ୍ୟନ୍ତ ଜିଲାର ସମସ୍ତ ସରକାରୀ,ବେସରକାରୀ ସ୍କୁଲ…

ଗ୍ରୀଷ୍ମ ପ୍ରବାହ: ଶିକ୍ଷାନୁଷ୍ଠାନଗୁଡ଼ିକୁ SOP ଅନୁସରଣ କରିବାକୁ ପରାମର୍ଶ

ବଲାଙ୍ଗୀର,୧୭।୪(ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ଜିଲାର ସମସ୍ତ ଶିକ୍ଷାନୁଷ୍ଠାନର ମୁଖ୍ୟମାନଙ୍କୁ ଓଡ଼ିଶାର ସୱତନ୍ତ୍ର ରିଲିଫ କମିଶନରଙ୍କ SOP ଅନୁସରଣ କରିବାକୁ ପରାମର୍ଶ ଦିଆଯାଇଛି । ଗ୍ରୀଷ୍ମ ପ୍ରବାହ ପରିସ୍ଥିତିକୁ…

ଜନଗଣନା ବେଳେ କାମୁଡିଲା ସାପ

ଭଞ୍ଜନଗର,୧୭।୪(ବାବୁଲା ପ୍ରଧାନ): ଜନଗଣନା ସମୟରେ ଶୁକ୍ରବାର ସର୍ପ ଦଂଶନରେ ଜଣେ ଶିକ୍ଷୟିତ୍ରୀ ଗୁରୁତର ଭାବେ ଅସୁସ୍ଥ ହୋଇପଡ଼ିଛନ୍ତି। ଯାହାକୁ ନେଇ ଶିକ୍ଷକମାନେ ଚିନ୍ତିତ ହୋଇପଡିଛନ୍ତି। ଏହି ଘଟଣାଟି…

ନିଯୁକ୍ତି ଆଳରେ ନିର୍ଯ୍ୟାତନା ଅଭିଯୋଗ : ତାମିଲନାଡୁରୁ ୧୬ଯୁବତୀ…

ବରଗଡ଼,୧୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅଞ୍ଚଳରୁ ତାମିଲନାଡୁ ତିରପୁରକୁ ଏକ କମ୍ପାନୀରେ ନିଯୁକ୍ତି ଆଳରେ ଯାଇ ସେଠାରେ ବନ୍ଧା ପଡିଥିବା ୧୬ ଯୁବତୀ ଶୁକ୍ରବାର…

ପୂର୍ବ ଶତ୍ରୁତାରୁ ଗୋଷ୍ଠୀ ସଙ୍ଘର୍ଷ: ପି.ପିତାମ୍ବର ଦୋରା, ତାଙ୍କ ସହଯୋଗୀ ମାନଙ୍କୁ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଭୁଡୁକି ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୋଷ୍ଠୀ ସଙ୍ଘର୍ଷ ଘଟିଛି। ଏନେଇ ଉଭୟ ଗୋଷ୍ଠୀ ପାଟପୁର ଥାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri