ରେଲୱେ ଜାଗାରୁ ଜବରଦଖଲ ଉଚ୍ଛେଦ: ଜୀବିକା ହରାଇଲେ ୩୦ ବ୍ୟବସାୟୀ

ରୂପ୍‌ସା, ୧୪।୧୨(ଡି.ଏନ.ଏ.)-ଦକ୍ଷିଣ-ପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବାଲେଶ୍ୱର ଜିଲା ରୂପ୍‌ସା ରେଳ ଜଙ୍କଶନଠାରେ ଥିବା ରେଲୱେ ଜାଗାରୁ ଶନିବାର ଜବରଦଖଲ ଉଚ୍ଛେଦ କରାଯାଇଛି। ଷ୍ଟେଶନ ସମ୍ମୁଖ ଏବଂ ଉତ୍ତର-କେବିନଠାରେ ଥିବା ୩୦ଜଣ ବ୍ୟବସାୟୀଙ୍କ ଦୋକାନ କେବିନ ଓ ଅସ୍ଥାୟୀ ଗୃହକୁ ଜେସିବି ଯୋଗେ ଭାଙ୍ଗି ଦିଆଯାଇଛି। ଫଳରେ ଜଳଖିଆ, ଚା’, ପାନ, ତେଲଭାଜି, ଟେଲରିଂ, ସେଲୁନ, ଲଣ୍ଡ୍ରି ଓ ସାଇକେଲ ମରାମତି ଆଦି ଦୋକାନରେ ବ୍ୟବସାୟ କରି ଗୁଜୁରାଣ ମେଣ୍ଟାଉଥିବା ୩୦ଜଣ ଦୋକାନୀଙ୍କ ଜୀବିକା ଠପ୍‌ ହୋଇଯାଇଥିବା ବ୍ୟବସାୟୀ ସଂଘ ପକ୍ଷରୁ ଅଭିଯୋଗ କରାଯାଇଛି। ଦୁର୍ଦ୍ଦିନରେ ଥିବା ଏହି ବ୍ୟବସାୟୀଙ୍କ ପରିବାରର ପେଟପାଟଣା ପାଇଁ ସରକାରଙ୍କ ତରଫରୁ ବନ୍ଦୋବସ୍ତ କରାଯିବାକୁ ସାଧାରଣରେ ଦାବି ହୋଇଛି।
ଦୀର୍ଘଦିନ ଧରି ଏହି ରେଳବାଇ ଜାଗାରେ ସେମାନେ ବ୍ୟବସାୟ ଚଳାଇ ଆସୁଥିଲେ। ରେଳ ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ସୂଚନା ମୁତାବକ ଖୁବ୍‌ଶୀଘ୍ର ଷ୍ଟେଶନରେ ପୂର୍ବପଟ ଦେଇ ନୂତନ ଭାବେ ତୃତୀୟ ରେଳଧାରଣା ସମ୍ପ୍ରସାରଣ କାର୍ଯ୍ୟ ଆରମ୍ଭ ହେବ। ଏହାକୁ ଦୃଷ୍ଟିରେ ରଖି ରେଳପଥ ଜେନେରାଲ ମ୍ୟାନେଜର ସଞ୍ଜୟ ମହାନ୍ତିଙ୍କ ନିର୍ଦ୍ଦେଶକ୍ରମେ ଆରପିଏଫ ଆଇଆଇସି ଜେଏନ୍‌ ମହାପାତ୍ର, ଏସ୍‌ଆଇ ଭଗବାନ ସିଂହ, ରୂପ୍‌ସା ଥାନା ଏଏସ୍‌ଆଇ ନରହରି ମହାଳିକ, ଷ୍ଟେଶନ ମ୍ୟାନେଜର ଶ୍ରୀପତି ରାଉତଙ୍କ ସମେତ ଆରପିଏଫ ଓ ରୂପ୍‌ସା ଥାନା ପୋଲିସ ଫୋର୍ସ ଉପସ୍ଥିତିରେ ଜବରଦଖଲ ଉଚ୍ଛେଦ କରାଯାଇଥିଲା। ଏନେଇ ପୂର୍ବରୁ ବିଭାଗ ପକ୍ଷରୁ ସମସ୍ତ ବ୍ୟବସାୟୀଙ୍କୁ ନୋଟିସ୍‌ ଜାରି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri