ରେଳ ଟ୍ରାକ୍‌ରେ ଫସିଲା ଟ୍ରେଲର : ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ

ମୁଡ଼ିଗୁଡ଼ା,୧୩।୯(ଡି.ଏନ୍‌.ଏ.) : ରାୟଗଡ଼ା ଜିଲା ମୁନିଗୁଡ଼ା ରେଳ ଫାଟକ ନିକଟରେ ଶୁକ୍ରବାର ସକାଳେ ଏକ ଟ୍ରେଲରର ବ୍ରେକ୍‌ ଫେଲ ହୋଇଯିବାରୁ ରେଳ ଲାଇନ ଉପରେ ଫସିରହିଛି। ଫଳରେ ମୁନିଗୁଡା ରାୟଗଡ଼ା ମଧ୍ୟରେ ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଟ୍ରେଲରଟି ବିଶାଖାପାଟଣାରୁ ଆଲୁମିନିୟମ ପାଉଡର ବୋଝେଇ କରି ଝାରସୁଗୁଡ଼ା ଅଭିମୁଖେ ଯିବାବେଳେ ହଠାତ୍‌ ମୁନିଗୁଡ଼ା ରେଳଫାଟକ ନିକଟରେ ବ୍ରେକ୍‌ ଫେଲ ହୋଇଯାଇଥିଲା। ତେବେ ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବହୁ ଧନଜୀବନ ଅଳ୍ପକେ ରକ୍ଷା ପାଇଯାଇଛି। ବ୍ରେକ ଫେଲ ହୋଇଥିବା ଜାଣି ଡ୍ରାଇଭର ଗାଡ଼ିକୁ ବାଧ୍ୟ ହୋଇ ରେଳ ଲାଇନ ଆଡ଼କୁ ବୁଲାଇ ଦେଇଥିଲେ। ଫଳରେ ନିକଟରେ ଥିବା ବସ୍‌ଷ୍ଟାଣ୍ଡ ଓ ଉଠା ଦୋକାନୀମାନେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ତେବେ ଡ୍ରାଇଭରଙ୍କ ଏପରି ସାହସିକତା କାର୍ଯ୍ୟକୁ ଜନସାଧାରଣ ପ୍ରଶଂସା କରୁଥିବାବେଳେ ଶୀଘ୍ର ରେଳ ଲାଇନରୁ ଟ୍ରେଲରଟିକୁ ହଟାଇବାକୁ ରେଳ କର୍ମଚାରୀଙ୍କୁ ଅନୁରାଧ କରିଛନ୍ତି। ଅନ୍ୟପଟେ ଏହି ଘଟଣାରେ ଡ୍ରାଇଭର ସମ୍ପୂର୍ଣ୍ଣ ଭାବେ ସୁରକ୍ଷିତ ଥିବାବେଳେ ମୁନିଗୁଡ଼ା ରେଳ ଷ୍ଟେଶନରେ ଗାନ୍ଧୀ ଧାମ ପୁରୀ ଏକ୍ସପ୍ରେସ ବହୁ ସମୟ ଧରି ଅଟକି ରହିଥିଲା। ଘଟଣା ପରେ ମୁନିଗୁଡ଼ା ରେଳ ବାଇ ପୋଲିସ ସହ କର୍ମଚାରୀ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ୍‌ରେ ଇତିହାସ ରଚିଲେ ଫଖର-ସାହିବଜାଦା

ପାଲିକେଲ,୨୮।୨: ଚଳିତ ଟି୨୦ ବିଶ୍ୱକପ୍‌ ସୁପର-୮ର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ ବିଜୟୀ ହୋଇଥିଲେ ମଧ୍ୟ ପାକିସ୍ତାନ ସେମିଫାଇନା ପାଇଁ ଯୋଗ୍ୟତା ଅର୍ଜନ କରିବାରେ…

ଇରାନ ଉପରେ ମହାଶକ୍ତିର ପ୍ରହାର: ଖାମେନେଇଙ୍କ ବାସଭବନ ଧ୍ୱଂସ, ଟ୍ରମ୍ପ କହିଲେ‘ ଇରାନବାସୀଙ୍କ ମୁକ୍ତି ସମୟ ଆସିଛି’ 

ଓ୍ବାଶିଂଟନ,୨୮।୨: ଇରାନ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ସାମରିକ ଆକ୍ରମଣ ପରେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଭୟଙ୍କର ରୂପ ନେଇଛି। ଏହି ଆକ୍ରମଣର କିଛି ଘଣ୍ଟା ପରେ…

ଋଣ, ଚାକିରୀ ଦେବା ନା’ରେ ବଡ଼ ଧରଣର ଠକେଇ

ହିଞ୍ଜିଳିକାଟୁ,୨୮।୨(ଦ୍ବିତୀକୃଷ୍ଣ ପଣ୍ଡା): ଋଣ ଏବଂ ଚାକିରୀ କରାଇଦେବା ନା’ରେ ଠକେଇ କରୁଥିବା ଜଣେ ଯୁବକଙ୍କୁ ହିଞ୍ଜିଳି ପୋଲିସ ଶନିବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ…

ମଧ୍ୟପ୍ରାଚ୍ୟରେ ମହାସମର: ଦୁବାଇରେ ମିସାଇଲ ମାଡ଼ କଲା ଇରାନ, ବୁର୍ଜ ଖଲିଫାକୁ କରାଗଲା ଖାଲି 

ଦୁବାଇ,୨୮।୨: ଆମେରିକା ଏବଂ ଇସ୍ରାଏଲ ପକ୍ଷରୁ ଇରାନର ୩୦ଟି ସହର ଉପରେ ମିଳିତ ଏୟାର ଷ୍ଟ୍ରାଇକ ପରେ ଇରାନ ‘ଅପରେସନ ଫତେହ-ଏ-ଜଙ୍ଗ୍‌’ ଆରମ୍ଭ କରିଛି। ଏହି ପାଲଟା…

T20 ବିଶ୍ୱକପ୍‌ରୁ ପାକିସ୍ତାନର ବିଦାୟ: ମ୍ୟାଚ୍‌ ଜିତି ମଧ୍ୟ ସେମିଫାଇନାଲରୁ ବାହାର, ଏମିତି ବିଗିଡ଼ି ଗଲା…

ନୂଆଦିଲ୍ଲୀ,୨୮।୨: ପାକିସ୍ତାନ କ୍ରିକେଟ ଦଳ ପାଇଁ ଟି-୨୦ ବିଶ୍ୱକପ ୨୦୨୬ର ଯାତ୍ରା ଶେଷ ହୋଇଛି। ସୁପର-୮ ର ନିଜର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ…

ଇସ୍ରାଏଲ ଆକ୍ରମଣରେ ଇରାନର ପ୍ରତିରକ୍ଷା ମନ୍ତ୍ରୀ-କମାଣ୍ଡର ମୃତ! ରିପୋର୍ଟରେ ବଡ଼ ଦାବି

ତେହରାନ,୨୮।୨: ଇରାନ ଓ ଇସ୍ରାଏଲ ମଧ୍ୟରେ ଜାରି ରହିଥିବା ଭୟଙ୍କର ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଖବର ସଂସ୍ଥା ରଏଟର୍ସ ପକ୍ଷରୁ ମିଳିଥିବା…

ଇମ୍ପେରିୟାଲ୍ କ୍ଲାସିକ ରାଜ୍ୟ ସୁନ୍ଦର ସ୍ୱାସ୍ଥ୍ୟ ପ୍ରତିଯୋଗିତା ଉଦ୍‌ଘାଟିତ,ଯୋଗଦେଲେ ୧୯ ଜିଲ୍ଲାରୁ ୧୨୫ ପ୍ରତିଯୋଗୀ

ବଲାଙ୍ଗୀର,୨୮।୨ (ସୁନିଲ କୁମାର ମହାନ୍ତି): ସ୍ଥାନୀୟ ପୁରୁଣା ବସଷ୍ଟାଣ୍ଡ ସ୍ଥିତ ଫଳ ବଜାର ପ୍ରାଙ୍ଗଣରେ କଳିଙ୍ଗ ବଡିବିଲଡିଂ ଆସୋସିଏଶନ ବଲାଙ୍ଗୀର ଶାଖା ତରଫରୁ ଇମ୍ପେରିୟାଲ କ୍ଲାସିକ ୨୦୨୬…

ରଣ୍‌ଜୀ ଟ୍ରଫି ଜିତିଲା ଜମ୍ମୁ କଶ୍ମୀର, ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ହୁବଲି,୨୮ା୨: ଜମ୍ମୁ କଶ୍ମୀର ଶନିବାର ପ୍ରଥମ ଥର ପାଇଁ ରଣ୍‌ଜୀ ଟ୍ରଫି ଜିତି ଭାରତୀୟ କ୍ରିକେଟରେ ନୂଆ ଇତିହାସ ସୃଷ୍ଟି କରିଛି। ସ୍ଥାନୀୟ କେଏସ୍‌ସିଏ ଷ୍ଟାଡିୟମରେ ଖେଳାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri