ରେଳଧାରଣା କଡ଼ରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ

ବନ୍ତ,୬।୧(ସ୍ବ.ପ୍ର.)- ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ବନ୍ତ ବ୍ଲକ ଅଳଉତି ଗ୍ରାମର
ଗତ ୪ ଦିନ ଧରି ନିଖୋଜ ଥିବା ଜଣେ ବୃଦ୍ଧାଙ୍କ ମୃତଦେହ ସୋମବାର କେନ୍ଦୁଆପଦା ରେଳ ଷ୍ଟେଶନଠାରୁ କିଛି ଦୂରରେ କ୍ଷତବିକ୍ଷତ ଅବସ୍ଥାରେ ଉଦ୍ଧାର କରାଯାଇଛି। ମୃତା ବୃଦ୍ଧା ହେଲେ ଉକ୍ତ ଗ୍ରାମର ପାର୍ବତୀବାଳା ଭୂୟଁା(୭୦)। ଖବର ପାଇ କେନ୍ଦୁଆପଦା ଫାଣ୍ଡି ଅଧିକାରୀ ବ୍ୟାସଦେବ ମହାପାତ୍ର ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛନ୍ତି। ଏ ନେଇ ଗ୍ରାମାଞ୍ଚଳ ଥାନାରେ ଏକ ଅପମୃତ୍ୟୁ ମାମଲା(ନଂ.୪/୨୦) ରୁଜୁ କରାଯାଇଛି।
ସୂଚନା ଅନୁସାରେ, ଏହି ଗ୍ରାମର ଜ୍ୟୋସ୍ନାରାଣୀ ଭୂୟଁା କେନ୍ଦୁଆପଦା ପଞ୍ଚାୟତ ଆମ୍ପୋର ଗ୍ରାମରେ ତାଙ୍କ ମା’ ପାର୍ବତୀବାଳାଙ୍କ ସହିତ ରହୁଥିଲେ। ଗତ ୩ ତାରିଖ ଅପରାହ୍ନ ସାଢ଼େ ୧୨ଟାରେ ସେ ଶୋଇଥିବା ସମୟରେ ତାଙ୍କ ମା’ ଘରୁ କେଉଁଆଡ଼େ ପଳାଇ ଯାଇଥିଲେ। ଜ୍ୟୋସ୍ନାରାଣୀ ତାଙ୍କ ସମ୍ପର୍କୀୟ ଘରେ, ରେଲୱେ ଷ୍ଟେଶନ ଓ ବସ୍‌ଷ୍ଟାଣ୍ଡ ସମେତ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିଥିଲେ ମଧ୍ୟ ପାର୍ବତୀବାଳାଙ୍କ କୌଣସି ସନ୍ଧାନ ପାଇ ନ ଥିଲେ। ପରେ ୫ ତାରିଖରେ କେନ୍ଦୁଆପଦା ଫାଣ୍ଡିରେ ଅଭିଯୋଗ କରିଥିଲେ। ସୋମବାର ତାଙ୍କ ମା’ଙ୍କ ମୃତଦେହ କେନ୍ଦୁଆପଦା ରେଲୱେ ଷ୍ଟେଶନଠାରୁ ୩ କି.ମି. ଦୂର ରେଳ ଲାଇନ କଡ଼ରେ ପଡ଼ିଥିବା ସେ ଖବର ପାଇଥିଲେ। ତେବେ ପାର୍ବତୀବାଳାଙ୍କ ମୃତ୍ୟୁର କାରଣ ଜଣାପଡ଼ି ନାହିଁ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri