‘ରେଳଧାରଣା ଶୌଚ ପାଇଁ ନୁହେଁ’

ଭୁବନେଶ୍ୱର, ୨୯।୯(ବ୍ୟୁରୋ): ରେଳ ଷ୍ଟେଶନ ଓ ରେଳ ପରିସର ମଧ୍ୟରେ ଖୋଲାରେ ଶୌଚ ନ କରିବା ପାଇଁ ଆର୍‌ପିଏଫ୍‌ ଥାନା ପକ୍ଷରୁ ଭୁବନେଶ୍ୱର ମୁଖ୍ୟ ରେଳ ଷ୍ଟେଶନରେ ଏକ ସଚେତନତା କାର୍ଯ୍ୟକ୍ରମ କରାଯାଇଛି। ପରିବେଶ ଦୂଷିତ ନ କରି ସ୍ବଚ୍ଛ ଭାରତ ଗଠନରେ ସାମିଲ ହେବାକୁ ଯାତ୍ରୀ ତଥା ସାଧାରଣ ଜନତାଙ୍କୁ ସଚେତନ କରାଯାଇଥିଲା। ଷ୍ଟେଶନରେ ଉପଲବ୍ଧ ଶୌଚାଳୟ ବ୍ୟବହାର କରିବାକୁ ଯାତ୍ରୀମାନଙ୍କୁ ବୁଝାଯାଇଥିଲା। ଆର୍‌ପିଏଫ୍‌ ପକ୍ଷରୁ କୁହାଯାଇଛି ଯେ, ସାଧାରଣତଃ କିଛି ଲୋକ ଷ୍ଟେଶନ ପରିସର ଓ ରେଳ ଧାରଣାରେ ଶୌଚ କରିଥାନ୍ତି। ଏଥିପାଇଁ ରେଲ୍‌ଓ୍ବେ ଧାରା ୧୪୫ ଓ ଧାରା ୧୪୭ରେ ଦଣ୍ଡବିଧାନର ବ୍ୟବସ୍ଥା ରହିଛି ବୋଲି ଯାତ୍ରୀଙ୍କୁ ଅବଗତ କରାଯାଇଥିଲା। ସୂଚନାଯୋଗ୍ୟ, ଭୁବନେଶ୍ୱର ଷ୍ଟେଶନର ଶେଷମୁଣ୍ଡକୁ ଫାଳିକିଆ ବସ୍ତି ଲୋକେ ଧାରଣା ଓ ପରିସରରେ ଶୌଚ କରିଥାନ୍ତି। ତେବେ ଏସବୁ ସ୍ଥାନରେ ଶୌଚ ବନ୍ଦ କରିବା ସକାଶେ ଆର୍‌ପିଏଫ୍‌ ଏବେ ବସ୍ତି ନିକଟରେ ଏକ ଶେଡ୍‌ ନିର୍ମାଣ କରି ଦୁଇଜଣ କର୍ମଚାରୀଙ୍କୁ ନିୟୋଜିତ କରିଛି। ଏହାସତ୍ତ୍ୱେ ଷ୍ଟେଶନ ପରିସର ଓ ଧାରଣା ଅପରିଷ୍କାର କରୁଥିବା ଯାତ୍ରୀଙ୍କଠାରୁ ଜରିମାନା ଆଦାୟ କରାଯାଉଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

ଆଉ ୨ ଦିନ ପରେ କ୍ରିସ୍‌ମାସ

ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍‌ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍‌ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ...

ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍‌ ଆମ….

ଭୁବନେଶ୍ୱର,୨୨।୧୨:  ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା...

ବ୍ୟାଙ୍କରୁ ବଡ଼ ଧରଣର ଲୁଟ୍‌

ପାଟଣାଗଡ଼,୨୨।୧୨: ବଲାଙ୍ଗୀର ଜିଲା ବେଲପଡ଼ା ଥାନା ପାର୍ଲିମାଲ ଗାଁରେ ଥିବା ଏକ ରାଷ୍ଟ୍ରାୟତ୍ତ ବ୍ୟାଙ୍କରୁ ଏକ ବଡ଼ ଧରଣର ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ଦୁର୍ୱୃତ୍ତମାନେ...

ବିନା ଅଧ୍ୟାପକରେ ଚାଲିଛି ଶିକ୍ଷାଦାନ: ଏକମାତ୍ର ସରକାରୀ ମହିଳା ମହାବିଦ୍ୟାଳୟ ଅବହେଳିତ

ଭବାନୀପାଟଣା, ୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ସର୍ବପୁରାତନ ଏକମାତ୍ର ସରକାରୀ ମହିଳା ମହାବିଦ୍ୟାଳୟ ମୁଖ୍ୟାଳୟ ଭବାନୀପାଟଣା ସହରରେ ଥାଇ ମଧ୍ୟ ଅବହେଳିତ ହୋଇପଡିଛି। ୪୫ବର୍ଷ...

ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର: ଘରେ ଲଗାଇଦେଲେ ନିଆଁ, ପରେ…

ଉଦଳା,୨୨।୧୨: ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର । ପୋଡ଼ି ମାରିବାକୁ ସ୍ବାମୀ ଘରେ ନିଆଁ ଲଗାଇ ଦେଇଥିଲେ। ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ...

ମଣ୍ଡିରେ ପଡ଼ିଛି ଧାନ: ଚାଲିଛି ନେତାଙ୍କ ଟଣା ଓଟରା

ଭୁବନେଶ୍ୱର,୨୨।୧୨: ମଣ୍ଡିରେ ଚାଷୀଙ୍କ ଧାନ କିଣା ସମସ୍ୟା ନେଇ ପ୍ରତିକ୍ରିୟା ରଖିଲା ବିଜେଡି। ସମବାୟ ମନ୍ତ୍ରୀଙ୍କୁ ବିଜେଡି ବରିଷ୍ଠ ଉପ ସଭାପତି ସଞ୍ଜୟ ଦାସବର୍ମା ଟାର୍ଗେଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri