‘ରେଳଧାରଣା ଶୌଚ ପାଇଁ ନୁହେଁ’

ଭୁବନେଶ୍ୱର, ୨୯।୯(ବ୍ୟୁରୋ): ରେଳ ଷ୍ଟେଶନ ଓ ରେଳ ପରିସର ମଧ୍ୟରେ ଖୋଲାରେ ଶୌଚ ନ କରିବା ପାଇଁ ଆର୍‌ପିଏଫ୍‌ ଥାନା ପକ୍ଷରୁ ଭୁବନେଶ୍ୱର ମୁଖ୍ୟ ରେଳ ଷ୍ଟେଶନରେ ଏକ ସଚେତନତା କାର୍ଯ୍ୟକ୍ରମ କରାଯାଇଛି। ପରିବେଶ ଦୂଷିତ ନ କରି ସ୍ବଚ୍ଛ ଭାରତ ଗଠନରେ ସାମିଲ ହେବାକୁ ଯାତ୍ରୀ ତଥା ସାଧାରଣ ଜନତାଙ୍କୁ ସଚେତନ କରାଯାଇଥିଲା। ଷ୍ଟେଶନରେ ଉପଲବ୍ଧ ଶୌଚାଳୟ ବ୍ୟବହାର କରିବାକୁ ଯାତ୍ରୀମାନଙ୍କୁ ବୁଝାଯାଇଥିଲା। ଆର୍‌ପିଏଫ୍‌ ପକ୍ଷରୁ କୁହାଯାଇଛି ଯେ, ସାଧାରଣତଃ କିଛି ଲୋକ ଷ୍ଟେଶନ ପରିସର ଓ ରେଳ ଧାରଣାରେ ଶୌଚ କରିଥାନ୍ତି। ଏଥିପାଇଁ ରେଲ୍‌ଓ୍ବେ ଧାରା ୧୪୫ ଓ ଧାରା ୧୪୭ରେ ଦଣ୍ଡବିଧାନର ବ୍ୟବସ୍ଥା ରହିଛି ବୋଲି ଯାତ୍ରୀଙ୍କୁ ଅବଗତ କରାଯାଇଥିଲା। ସୂଚନାଯୋଗ୍ୟ, ଭୁବନେଶ୍ୱର ଷ୍ଟେଶନର ଶେଷମୁଣ୍ଡକୁ ଫାଳିକିଆ ବସ୍ତି ଲୋକେ ଧାରଣା ଓ ପରିସରରେ ଶୌଚ କରିଥାନ୍ତି। ତେବେ ଏସବୁ ସ୍ଥାନରେ ଶୌଚ ବନ୍ଦ କରିବା ସକାଶେ ଆର୍‌ପିଏଫ୍‌ ଏବେ ବସ୍ତି ନିକଟରେ ଏକ ଶେଡ୍‌ ନିର୍ମାଣ କରି ଦୁଇଜଣ କର୍ମଚାରୀଙ୍କୁ ନିୟୋଜିତ କରିଛି। ଏହାସତ୍ତ୍ୱେ ଷ୍ଟେଶନ ପରିସର ଓ ଧାରଣା ଅପରିଷ୍କାର କରୁଥିବା ଯାତ୍ରୀଙ୍କଠାରୁ ଜରିମାନା ଆଦାୟ କରାଯାଉଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ନକଲି CID ଅଧିକାରୀ ଗିରଫ: ଶିକ୍ଷାନୁଷ୍ଠାନ, ବ୍ୟବସାୟୀଙ୍କୁ କରୁଥିଲେ ଟାର୍ଗେଟ

ଭୁବନେଶ୍ୱର,୩।୪: ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ପୋଲିସକୁ ଶୁକ୍ରବାର ଏକ ସଫଳତା ମିଳିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଟିମ୍‌ ୮ଜଣ ନକଲି CID ଅଧିକାରୀଙ୍କୁ ଧରି ପଚରାଉଚରା କରୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri