ରୋଗ ଚିହ୍ନଟ କରିବ ମହୁମାଛି

ମହୁମାଛି ମଧ୍ୟ ରୋଗ ଚିହ୍ନଟ କରିପାରିବ। ଏପରି କଥା କାହାକୁ ହୁଏତ ଆଶ୍ଚର୍ଯ୍ୟ ଲାଗୁଥାଇପାରେ। ହେଲେ ଏହାପଛରେ ସତ୍ୟତା ରହିଛି ବୋଲି ଦୃଢ଼ୋକ୍ତି ବ୍ୟକ୍ତ କରିଛନ୍ତି ପର୍ତ୍ତୁଗାଲର ବିଶେଷଜ୍ଞମାନେ। ମହୁମାଛିର ଘ୍ରାଣଶକ୍ତି ଭାରି ପ୍ରଖର। ଏହାଦ୍ୱାରା ସେ କେତେକ ରୋଗ ବିଷୟରେ ସୂଚନା ଦେଇପାରିବ ବୋଲି ଜଣାପଡିଛି। ଏହି ଗବେଷଣା ପୂର୍ବରୁ ବିଶେଷଜ୍ଞମାନେ ‘ସୁସୈନ ସୋରେସ୍‌’ ନାମକ ଏକ ଉଚ୍ଚ ଶକ୍ତିସମ୍ପନ୍ନ ଡିଭାଇସ୍‌ ପ୍ରସ୍ତୁତ କରିଥିିଲେ। ଏହାକୁ ମହୁମାଛି ଶରୀରରେ ସଂଯୋଗ କରାଯିବା ପରେ ମହୁମାଛିକୁ ଏକ କାଚରେ ପ୍ରସ୍ତୁତ ଦୁଇଟି ଚାମ୍ବରବିଶିଷ୍ଟ ଜାର୍‌ ଭିତରେ ରଖାଯାଇଥିତ୍ଲା। ଗୋଟିଏ ଚାମ୍ବରରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଶ୍ୱାସକ୍ରିୟା ଚାଲୁ ରଖିତ୍ବାକୁ କୁହାଯାଇଥିିଲା। ଏହି ଶ୍ୱାସକ୍ରିୟାକୁ ନିଜର ଆଘ୍ରାଣ ଶକ୍ତିଦ୍ୱାରା ଗ୍ରହଣ କରିବା ପରେ ମହୁମାଛିଠାରୁ କେତେକ ରୋଗର ଲକ୍ଷଣ ବିଷୟରେ ସୂଚନା ମିଳିପାରିଥିତ୍ଲା ବୋଲି ରିପୋର୍ଟରେ ଦର୍ଶାଯାଇଛି। ମହୁମାଛିମାନେ ବାୟୁବାହିତ ଅଣୁକୋଷଗୁଡିକୁ ସହଜରେ ବିଶ୍ଳେଷଣ କରିପାରନ୍ତି। ଏହାକୁ ଅଧାର କରି ସେମାନଙ୍କ ଦ୍ୱାରା କେତେକ ରୋଗର ଲକ୍ଷଣ ବିଷୟରେ ଜାଣିବାକୁ ପର୍ତ୍ତୁଗାଲର ବିଶେଷଜ୍ଞମାନେ ଚେଷ୍ଟା କରି ସଫଳତା ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ବିବାଦୀୟ ମନ୍ତବ୍ୟ ଦେବା ପରେ କ୍ଷମା ମାଗିଲେ ଖାର୍ଗେ, ଭାବନାକୁ ଆଘାତ ଦେବା…

ନୂଆଦିଲ୍ଲୀ,୮।୪: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁଜରାଟର ଲୋକଙ୍କ ସମ୍ପର୍କରେ ଦେଇଥିବା ବୟାନ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି । ସେ କହିଛନ୍ତି ଯେ ସେ ସବୁବେଳେ ଗୁଜରାଟର…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

କାରରେ ଗଞ୍ଜେଇ ନେଇ ଜାଉଥିଲେ: ମାଡ଼ି ବସିଲା ପୋଲିସ

ନନ୍ଦପୁର,୮।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଏକ ଓଆର୦୨ ବିଜେଡ ୬୧୭୦ ନମ୍ବ ବିଶିଷ୍ଟ କାର ସମେତ ୨୧ କିଲୋ ଗଞ୍ଜେଇ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri