ରୋଗୀ ନେଇ ଯାଉଥିବା ଗାଡ଼ିି ଦୁର୍ଘଟଣାଗ୍ରସ୍ତ

ଠାକୁରମୁଣ୍ଡା,୨୪ା୧(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ତିରିଂ ଥାନା ଅଧୀନ ଝରାଡ଼ିର ବଡ଼କଦମ ଗ୍ରାମରୁ ଜଣେ ରୋଗୀଙ୍କୁ ଚିକିତ୍ସା ପାଇଁ କଟକ ନେବା ବାଟରେ କରଞ୍ଜିଆଠାରୁ ୪ କିମି ଦୂର ମାଣ୍ଡୁଆ ନିକଟରେ ବୁଧବାର ବିଳମ୍ବିତ ରାତିିରେ ଗାଡ଼ି ଦୁର୍ଘଟଣା ହୋଇଛି। ଫଳରେ ଗାଡ଼ିରେ ଯାଉଥିବା ରୋଗୀଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଉଭୟଙ୍କୁ ଚିକିତ୍ସା ପାଇଁ କଟକ ବଡ଼ମେଡିକାଲରେ ଭର୍ତ୍ତି କରାଯାଇଛି।
ସୂଚନା ଅନୁଯାୟୀ, ଧନପତି ବେହେରା(୬୫)ଙ୍କ ଦେହ ଅସୁସ୍ଥ ଥିବାରୁ ତାଙ୍କ ଭଉଣୀ ଜ୍ୟୋତି ଓ ପୁତୁରା ଶ୍ରବଣ ଏକ ସ୍କର୍ପିଓରେ କରଞ୍ଜିଆ-ଠାକୁରମୁଣ୍ଡା ରାସ୍ତା ଦେଇ କଟକ ଯାଉଥିବାବେଳେ ରାତି ପ୍ରାୟ ୧.୩୦ମି ସମୟରେ ଗାଡ଼ିଟି ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଏକ ଗଛରେ ପିଟି ହୋଇଯାଇଥିଲା। ଦୁର୍ଘଟଣା ପରେ ସ୍ଥାନୀୟ ଗ୍ରାମବାସୀ ୧୦୮ ଆମ୍ବୁଲାନ୍ସକୁ ସୂଚନା ଦେଇଥିଲେ। ଆହତମାନଙ୍କୁ ଉଦ୍ଧାର ପରେ କରଞ୍ଜିଆ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଧନପତିଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଗୁରୁତର ଥିବା ତାଙ୍କ ପୁତୁରା ଓ ଭଉଣୀଙ୍କୁ କଟକ ପଠା ଯାଇଥିଲା। କରଞ୍ଜିଆ ଥାନା ପୋଲିସ ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ସବୁ ସମ୍ପର୍କ ଛିନ୍ନ କଲେ ପୂର୍ବତନ ବିଧାୟକ

ଠାକୁରମୁଣ୍ଡା,୩୦।୪(ତାରାକାନ୍ତ ପଟ୍ଟନାୟକ): ମୟୁରଭଞ୍ଜ ଜିଲା କରଞ୍ଜିଆ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଟିକେଟ ଆଶାୟୀ ଥିବା ପୂର୍ବତନ ବିଧାୟକ ବିଜୟ କୁମାର ନାଏକ ବିଜେଡିରୁ ଇସ୍ତଫା ଦେବା...

ଜନତାଙ୍କ ପ୍ରଶ୍ନବାଣକୁ ଭୟ କରୁଛନ୍ତି ପ୍ରାର୍ଥୀ

ମୋରଡ଼ା,୨୮।୪(ସ୍ମାରକ ମାଜୀ): ୨୦୦୯ରୁ ମୟୂରଭଞ୍ଜ ଜିଲା ମୋରଡ଼ା ବିଧାନସଭା ଆସନରୁ ବିଜୁ ଜନତା ଦଳ ଜିତି ଆସୁଥିବା ବେଳେ ବର୍ତ୍ତମାନ ରାଜ କିଶୋର ଦାସ ବିଧାୟକ...

ମୋରଡ଼ା ନିର୍ବାଚନମଣ୍ଡଳୀରେ କଂଗ୍ରେସର ଘନଘନ ବୈଠକ, ମିଶ୍ରଣ ପର୍ବ

ମୋରଡ଼ା,୨୭ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲାର ଏକମାତ୍ର ଅଣସଂରକ୍ଷିତ ନିର୍ବାଚନମଣ୍ଡଳୀ ମୋରଡ଼ା ନିର୍ବାଚନମଣ୍ଡଳୀ ଆସନ୍ତା ସାଧାରଣ ନିର୍ବାଚନ ପାଇଁ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସମସ୍ତ ରାଜନୈତିକ ଦଳ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ଅସନ୍ତୁଷ୍ଟଙ୍କ ପାଇଁ ବଢୁଛି ଅଡୁଆ

ବୈଶିଙ୍ଗା,୨୬ା୪(ରତନ ଦାଶ):ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ବଡ଼ସାହି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସବୁଦିନ କିଛି ନୂଆ କଥା ଦେଖିବାକୁ ମିଳୁଛି। ପ୍ରମୁଖ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri