ରୋଜଗାର ହରାଇ ଘରମୁହାଁ

କେନ୍ଦୁଝର, ୩୦ା୩(ସ୍ବ.ପ୍ର.)-ସମଗ୍ର ବିଶ୍ୱରେ ଏବେ କରୋନା ଭୂତାଣୁ ଆତଙ୍କ ଖେଳାଇବା ପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ୨୧ଦିନିଆ ଲକ୍‌ଡାଉନ ଘୋଷଣା କରାଯାଇଛି। ଜରୁରୀ କାମ ନ ଥିଲେ ଲୋକେ ପଦାକୁ ବାହାରି । ଏଭଳି ପରିସ୍ଥିତିରେ ବାହାରୁ ରାଜ୍ୟରୁ ଆସି ପେଟ ପୋଷୁଥିବା ଓଟ ମାଲିକମାନେ ଏବେ ରୋଜଗାର ହରାଇ ବ୍ୟତିବ୍ୟସ୍ତ ହୋଇ ଘରମୁହାଁ ହୋଇଛନ୍ତି। ଏପରିକି ଯାନବାହନ ସୁବିଧା ନ ଥିବାରୁ ସେମାନେ ଘରକୁ ଚାଲି ଚାଲି ଯାଉଥିବା ଦେଖିବାକୁ ମିଳିଛି।
କରୋନା କଟକଣା ଯୋଗୁ ଏବେ ପର୍ଯ୍ୟଟନ କେନ୍ଦ୍ରଗୁଡିକ ଖାଁ ଖାଁ ହୋଇପଡ଼ିଛିି। ପୁରୀ ବେଳାଭୂମିରେ ଉତ୍ତରପ୍ରଦେଶର ଓଟମାଲିକମାନେ ପର୍ଯ୍ୟଟକଙ୍କ ଆମୋଦପ୍ରମୋଦ କରି ପେଟ ପୋଷୁଥିଲେ। ଏବେ କିଛି ରୋଜଗାର ହେଉ ନ ଥିବାରୁ ବଞ୍ଚିବା ସେମାନଙ୍କ ପକ୍ଷେ କଷ୍ଟକର ହୋଇପଡିଛି। ସେମାନେ ଓଟ ଧରି ଚାଲି ଚାଲି ଘରକୁ ଫେରିଯିବାକୁ ଚିନ୍ତା କରି ବାହାରି ପଡିଛନ୍ତି। ୯ଜଣ ଆରୋହୀ ସେମାନଙ୍କର ଓଟ ସହିତ ୨୦ନଂ. ଜାତୀୟ ରାଜପଥ ଦେଇ ରବିବାର ସକାଳେ ଚାଲି ଚାଲି ଯାଉଥିବା ଦେଖିବାକୁ ମିଳିଥିଲା। ସେମାନଙ୍କ ଘର ସୁଦୂର ଉତ୍ତରପ୍ରଦେଶ ଓ ସେମାନେ ପୁରୀ ବେଳାଭୂମିରେ ଓଟ ଗୁଡିକୁନେଇ ପରିବାର ପ୍ରତିପୋଷଣ କରିଆସୁଥିଲେ ବୋଲି କହିଛନ୍ତି। ପୁରୀରୁ ଉତ୍ତରପ୍ରଦେଶର ଦୂରତ୍ୱ ପ୍ରାୟ ୧୦୦୦କି.ମି। କରୋନାକୁ ନେଇ ଲକ୍‌ଡାଉନ ପରେ ସେମାନେ ଜୀବନ ବିକଳରେ ଗତ ୨୩ ତାରିଖଠାରୁ ଘରମୁହାଁ ହୋଇଥିବା କହିଛନ୍ତି। ଭୋକ ଓପାସରେ ଜୀବନ ବଞ୍ଚାଇବା ପାଇଁ ସେମାନେ ପଳାଇଯାଉଥିବା ବେଳେ ସ୍ଥାନୀୟ ଲୋକେ ସେମାନଙ୍କୁ ସହାନୁଭୂତି ପ୍ରଦର୍ଶନ କରୁଛନ୍ତି। ଯିବା ରାସ୍ତାରେ ସେମାନେ ନିଜର ତଥା ଓଟମାନଙ୍କ ଭୋକିଲା ପେଟ ପାଇଁ ହାତ ପାତୁଥିବା ମଧ୍ୟ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

ଧରିତ୍ରୀର ବଡ଼ ପ୍ରଭାବ: ୭୭ ବର୍ଷର ଅନ୍ଧାର ଚିରି ପହଞ୍ଚିଲା ପ୍ରଶାସନ, ବିକାଶ ଆଶାରେ କେନ୍ଦୁଗୁଡ଼ା-କନ୍ଦାଗୁଡ଼ା

ଥୁଆମୁଳ ରାମପୁର,୫।୪(ଦୁର୍ଗା କୀର୍ତ୍ତି): ସାମ୍ବାଦିକତା ଯେତେବେଳେ ସମାଜର ଅନ୍ତିମ ପାହାଚରେ ଥିବା ମଣିଷର ସ୍ୱର ସାଜେ, ସେତେବେଳେ ପ୍ରଶାସନ ମୁଣ୍ଡ ନୁଆଁଇବାକୁ ବାଧ୍ୟ ହୁଏ। ଏହାର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri