Posted inବରଗଡ଼

ରୋଜଗାର ହରାଇଛନ୍ତି ଉଠା ଦୋକାନୀ, ସହାୟତା ପାଇଁ ଜିଲାପାଳଙ୍କୁ ଫେରାଦ

ବରଗଡ଼ ଅଫିସ୍‌,୧୯।୬-
କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଦେଶବ୍ୟାପୀ ଲକ୍‌ଡାଉନ୍‌ ହୋଇଛି । ଏଥିରେ ଉଠା ଦୋକାନୀମାନେ ନିଜର ରୋଜଗାର ହରାଇଛନ୍ତି । ମାତ୍ର ପ୍ରଶାସନିକ ଅବହେଳା ଯୋଗୁ ସେମାନେ ସରକାରୀ ସହାୟତାରୁ ବଞ୍ଚିତ ହୋଇଛନ୍ତି। ଏଭଳି ଅଭିଯୋଗ ନେଇ ଆମ୍‌ ଆଦମୀ ପାର୍ଟି ବରଗଡ଼ ଜିଲାର ଏକ ପ୍ରତିନିଧି ଦଳ ଜିଲାପାଳଙ୍କୁ ଫେରାଦ ହୋଇଥିଲେ । ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କ ଅନୁପସ୍ଥିତିରେ ସେମାନେ ଅତିରିକ୍ତ ଜିଲାପାଳ ମିର୍ଦ୍ଧା ଟପ୍ପୋଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି । ସ୍ମାରକପତ୍ରରେ ଉଲ୍ଲେଖ ଅଛି, ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ଉଠା ଦୋକାନୀଙ୍କ ପାଇ ବିଭିନ୍ନ ଯୋଜନା ଘୋଷଣା କରିଛନ୍ତି । ମାତ୍ର ପ୍ରଶାସନିକ ଅବହେଳାରୁ ଉଠା ଦୋକାନୀମାନେ ଚିହ୍ନଟ ହୋଇପାରି ନଥିବା ଯୋଗୁ ସେମାନଙ୍କ ପାଖକୁ ସେହି ଯୋଜନା ଅପହଞ୍ଚ ହୋଇ ପଡୁଛି । ସହରାଞ୍ଚଳର ପ୍ରାୟ ୮୦ପ୍ରତିଶତ ଉଠା ଦୋକାନୀଙ୍କ ନାମ ଏପର୍ଯ୍ୟନ୍ତ ତାଳିକାଭୁକ୍ତ ହୋଇପାରି ନାହିଁ । ଫଳରେ ସେମାନେ ସରକାରୀ ସହାୟତା ପାଇବାରୁ ବଞ୍ଚିତ ରହିଥିବା ଅଭିଯୋଗ ହୋଇଛି । ୨୦୧୭ ପର୍ଯ୍ୟନ୍ତ ପ୍ରାୟ ଏକ ହଜାର ଉଠା ଦୋକାନୀଙ୍କୁ ପ୍ରଶାସନ ଚିହ୍ନଟ କରିଥିଲା। ମାତ୍ର ସେତେବେଳେ ସହରରେ ପ୍ରାୟ ୩ହଜାର ଉଠା ଦୋକାନୀ ରହିଥିଲେ । ଏବେ ଉଠା ଦୋକାନୀଙ୍କ ସଂଖ୍ୟା ଆହୁରି ବଢ଼ିଛି । ମାତ୍ର ଉଠା ଦୋକାନୀଙ୍କ ଚିହ୍ନଟ ପ୍ରକ୍ରିୟା ଅସମ୍ପୁର୍ଣ୍ଣ ତଥା ଠିକ୍‌ଭାବେ ହୋଇ ନଥିବା ଯୋଗୁ ସେମାନେ ସହାୟତା ପାଇ ପାରୁନାହାନ୍ତି। ଫଳରେ ଚିହ୍ନଟ ପ୍ରକ୍ରିୟାକୁ ଠିକ୍‌ଭାବେ ତୁରନ୍ତ ସମାପନ କରିବା ସହିତ କେନ୍ଦ୍ର ସରକାରଙ୍କ ଘୋଷଣା ଅନୁଯାୟୀ ଉଠା ଦୋକାନୀମାନଙ୍କୁ ୧୦ହଜାର ଟଙ୍କା ପର୍ଯ୍ୟନ୍ତ ଦୀର୍ଘ ମିଆଦି ଋଣ ପ୍ରଦାନ, ସମସ୍ତ ଉଠା ଦୋକାନୀଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ୩ହଜାର ଟଙ୍କା ଲେଖାଏ ସହାୟତା ପ୍ରଦାନ କରିବାକୁ ଦଳ ଦାବି କରିଛି। ଦଳର ଜିଲା ଆବାହକ ଭବାନୀ ପ୍ରସାଦ ସାହୁ, ଜିଲା ଉଠା ଦୋକାନୀ ସଂଘର ଆବାହକ ଅମିତାଭ ପାତ୍ର ପ୍ରମୁଖ ସ୍ମାରକପତ୍ର ପ୍ରଦାନବେଳେ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

ବଡ଼ଭାଇଙ୍କୁ ଲୁହା ପାଇପରେ ହତ୍ୟା: ସାନ ଭାଇ ଗିରଫ

ଭେଡେନ, ୧୨/୯ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଲୁଇସିରା-ଖଲିଆପାଲି କୁଚିଆ ମଦଭାଟି ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ଭାଇଙ୍କୁ…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ସୁଧୁରୁନି ରାସ୍ତାର ଅବସ୍ଥା, ଏନ୍‌ଏସିକୁ ଦାବିପତ୍ର ପ୍ରଦାନ କରି…

ପଦ୍ମପୁର,୧୦ା୯(ପ୍ରଦୀପ୍ତ ଦାଶ): ପଦ୍ମପୁର ଏନ୍‌ଏସି ଅନ୍ତର୍ଗତ ଥାନା ସମ୍ମୁଖରୁ ଡା. ବି.ଆର୍‌. ଆମ୍ବେଦକର ଛକ ପର୍ଯ୍ୟନ୍ତ ରାସ୍ତାର ଦୁରବସ୍ଥା ଦୂର କରି ତୁରନ୍ତ ରାସ୍ତା ନିର୍ମାଣ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?