ରୋଟାରୀ କ୍ଲବ ଅନୁଗୋଳ ରୟାଲର ଅଧିଷ୍ଠାନ ଉତ୍ସବ:ସମାଜ ସେବା ବିସ୍ତାରିତ କରିବାକୁ ଆହ୍ବାନ

ଅନୁଗୋଳ ଅଫିସ, ୩୦।୭ଅନୁଗୋଳ ରୋଟାରୀ କ୍ଲବ ରୟାଲର ଅଧିଷ୍ଠାନ ଉତ୍ସବ ସ୍ଥାନୀୟ ହୋଟେଲ କମଲେଶ କଣ୍ଟିନେଣ୍ଟାଲ ପରିସରରେ ଅନୁଷ୍ଠିତ ହୋଇଯାଇଛି। ପୂର୍ବତନ ସଭାପତି ପ୍ରଭାତ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ପୂର୍ବତନ ଜିଲା ଗଭର୍ନର ରବି ନାରାୟଣ ନନ୍ଦ, ସମ୍ମାନିତ ଅତିଥି ଭାବେ ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ଅତୁଲ୍ୟ କୁମାର ଚମ୍ପତିରାୟ, କ୍ଲବ ଉପଦେଷ୍ଟା ନିରୋଦ ନନ୍ଦ ପ୍ରମୁଖ ଯୋଗ ଦେଇ ଅନୁଷ୍ଠାନର ସମାଜସେବା କ୍ଷେତ୍ରକୁ ଅଧିକ ବିସ୍ତାରିତ କରିବାକୁ ଆହ୍ବାନ ଦେଇଥିଲେ। ସମ୍ପାଦକ ହରଗୋବିନ୍ଦ ମହାପାତ୍ର ବିଗତ ବର୍ଷର ଉନ୍ନୟନମୂଳକ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇଥିଲେ। ଏହି ଅବସରରେ ୨୦୧୯-୨୦ ବର୍ଷ ପାଇଁ ସଭାପତି ଭାବେ ବିଶ୍ୱଜିତ ପଟ୍ଟନାୟକ ଓ ସମ୍ପାଦକ ଭାବେ ରାଜେଶ ସରଲିଆ ଦାୟିତ୍ୱ ଗ୍ରହଣ କରିଥିଲେ। ଅନ୍ୟତମ ସମ୍ମାନିତ ଅତିଥି ଭାବେ ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ଅମୂଲ୍ୟ କୁମାର ଚମ୍ପତିରାୟ ସମାଜରେ ଉନ୍ନୟନ ମୂଳକ କାର୍ଯ୍ୟ ପାଇଁ ପ୍ରଶାସନ ପକ୍ଷରୁ ସଙ୍ଗଠନକୁ ସବୁ ପ୍ରକାର ସହାୟତା ଯୋଗାଇଦେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। ସାମାଜିକ ଓ ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଶ୍ରୀକାନ୍ତ ମିଶ୍ର ଓ ପ୍ରଫେସର ଶାନ୍ତନୁ କୁମାର ସରଙ୍କୁ ସମ୍ମାନିତ କରାଯାଇଥିଲା। ଗତ ଦଶମ ପରୀକ୍ଷାରେ ସର୍ବୋଚ୍ଚ ନମ୍ବର ରଖିଥିବା ଶାଶ୍ୱତି ପ୍ରୀତିପର୍ଣ୍ଣା ଓ ସୁମିତ କୁମାରଙ୍କୁ ରକ୍ତଦାନ ଶିବିରରେ ଉଲ୍ଳେଖନୀୟ ଅବଦାନ ପାଇଁ କ୍ଲବ ପକ୍ଷରୁ ସମ୍ମାନିତ କରାଯାଇଥିଲା। ନାଲ୍‌କୋର ଲୋପାମୁଦ୍ରା କଅଁର, ଉର୍ମିଳା ଅଗ୍ରୱାଲ, ମମତା ଚୌଧୁରୀ, ଶିତଲ ଅଗ୍ରୱାଲଙ୍କୁ ନୂତନ ସଦସ୍ୟ ରୂପେ ଗ୍ରହଣ କରାଯାଇଥିଲା। ବାଣୀ ଦେବଙ୍କ ସମ୍ପାଦନାରେ ମୁଖପତ୍ର ଦି ରୟାଲ ଭିଜନ ଉନ୍ମୋଚିତ ହୋଇଥିଲା। ପ୍ରଭାତ କୁମାର ପଣ୍ଡା ସ୍ବାଗତ ଭାଷଣ ଓ ଉପସଭାପତି ଅଶୋକ ମାଣ୍ଡଠିଆ ଧନ୍ୟବାଦ ଦେଇଥିଲେ। ମଧୁ ଗୁପ୍ତା ଓ ଅମ୍ବିକା ପ୍ରସାଦ ସାହୁ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ବିଚ୍ଛନ୍ଦ ଚରଣ ପ୍ରଧାନ, ବିଶ୍ୱଜିତ ସାମଲ, ମାଇକେଲ ଜନ, ସୌମ୍ୟକାନ୍ତ ବିଶୋଇ, ଶଶାଙ୍କ ଶେଖର ସାହୁ, ମୁରାଲୀଲାଲ ଅଗ୍ରୱାଲ, ନାରାୟଣ ରଥ ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

 ବିରି ମାଡ଼ଦେଖି କୋଳଥ ଚେପା : ଗୋରୁ ମାଫିଆଙ୍କୁ ଗୋଡ଼ାଇଲା ବେଳେ, ସ୍କୁଟିରୁ ପଡ଼ିଲେ ଗଞ୍ଜେଇ ବେପାରୀ  

ଭଞ୍ଜନଗର,୧।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଡହ ଅଞ୍ଚଳରେ କିଛି ଗୋରୁ ମାଫିଆ ଗୋରୁ ଧରି ଯାଉଥିଲେ। ସମ୍ପୃକ୍ତ ଅଞ୍ଚଳବାସୀ ସେମାନଙ୍କୁ ଗୋଡାଇ ଧରିଥିଲେ। ପରେ…

ନନ୍ଦନକାନନରେ ୫ ବଉଳା କୁମ୍ଭୀରଙ୍କ ମୃତ୍ୟୁ: ଜଣାପଡୁନି କାରଣ ଚିନ୍ତାରେ…

ଭୁବନେଶ୍ୱର,୧।୨: ଜାତୀୟ ପ୍ରାଣୀଉଦ୍ୟାନ ନନ୍ଦନକାନନରେ ୫ ବଉଳା କୁମ୍ଭୀରଙ୍କ ମୃତ୍ୟୁ ଘଟିଛି। ଜାନୁଆରୀ ୨୩ରୁ ୩୦ ମଧ୍ୟରେ ମୋଟ ୫ କୁମ୍ଭୀରଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି।…

ଜଙ୍ଗଲରେ ଲୁଚିଥିଲେ ସିପୁ: ଏନକାଉଣ୍ଟର କଲା ପୋଲିସ

ଭୁବନେଶ୍ୱର,୧।୨: କେନ୍ଦୁଝର ବଡ଼ବିଲରେ ଏନକାଉଣ୍ଟର। ଦୁର୍ଦ୍ଦାନ୍ତ ଡକାୟତ ସିପୁ କୁମାରଙ୍କୁ ଏନକାଉଣ୍ଟର କଲା ବଡ଼ବିଲ ପୋଲିସ। ଓଡ଼ିଶା-ଝାଡ଼ଖଣ୍ଡ ସିମା ଟାଙ୍କୁରା ଜଙ୍ଗଳରେ ଏନକାଉଣ୍ଟର କରାଯାଇଥିବା ସୂଚନା ମିଳିଛି।…

ଦାଦନ ସାଜିଲା କାଳ: କେରଳରୁ ଫେରିବା ବେଳେ ଯୁବକ ନିଖୋଜ, ମୁକ୍ତି ପାଇଁ ମଗାଯାଉଛି ଟଙ୍କା,ଶୁଖୁ ନାହିଁ…

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଆଉ ପରିବାର ପ୍ରତିପୋଷଣର ଚିନ୍ତା ଜଣେ ଗରିବ ଯୁବକଙ୍କୁ ସୁଦୂର କେରଳକୁ ଟାଣି ନେଇଥିଲା। କିନ୍ତୁ ସେହି…

କାଉନ୍‌ସିଲରଙ୍କ ଘରୁ ଲୁଟ୍‌: ବର୍ଷକର ଝିଅ ବେକରେ ଛୁରୀ ଲଗାଇ ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ, ଭୟରେ…

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ବର୍ଷକର ଝିଅ ବେକରେ ଛୁରୀ ଲଗାଇଲେ। ପରେ ମା’ଙ୍କୁ କାବୁ କରି ଘରୁ ସୁନା ଲୁଟିନେଲେ ଦୁଇ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି…

ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ୍‌ କୋର୍ଟ ପ୍ରତିଷ୍ଠା ଦାବି: ହାଇକୋର୍ଟ ଜଷ୍ଟିସଙ୍କ ସହ ଆଲୋଚନା

ଦିଗପହଣ୍ଡି, ୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ କୋର୍ଟ ପ୍ରତିଷ୍ଠା ପାଇଁସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ଦାବି କରାଯାଇଛି। ଶନିବାର…

୧୧୨କୁ ଫୋନ କରନ୍ତୁ: ଅଗ୍ନିଶମ ଡିଜି

ଭୁବନେଶ୍ୱର,୩୧।୧: ଓଡ଼ିଶା ଅଗ୍ନିଶମ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସଚେତନତା କରିବା ପାଇ ଶନିବାର ଏକ ନିଆରା ପ୍ରୟାସ ଆରମ୍ଭ କରାଯାଇଛି। ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ…

ହୁକ ପକାଇ ଅବାଧରେ ବିଦ୍ୟୁତ୍‌ ଚୋରି, ବିଭାଗ ଜାଣି ଅଜଣା

ଗଞ୍ଜାମ,୩୧ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଅବାଧରେ ବିଦ୍ୟୁତ୍‌ ଚୋରି ହେଉଥିଲେ ମଧ୍ୟ ଜାଣି ଅଜଣା ରହୁଛି ବିଦ୍ୟୁତ୍‌ ବିଭାଗ। ଗଞ୍ଜାମ ସହର ସାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri