ରୋଡ୍‌ ରୋମିଓଙ୍କ ଦୌରାତ୍ମ୍ୟରେ ଛାତ୍ରୀ ଅତିଷ୍ଠ: ଉପଜିଲାପାଳ, ଥାନାଧିକାରୀଙ୍କୁ ଦାବିପତ୍ର

ଭଞ୍ଜନଗର,୨।୧୧(ଡି.ଏନ.ଏ.)-ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟ ସମ୍ମୁଖରେ ଷ୍ଟ୍ରିଟ ରୋମିଓମାନେ ଘୂରି ବୁଲୁଛନ୍ତି। ଛାତ୍ରୀମାନଙ୍କୁ ଯିବାଆସିବାବେଳେ କମେଣ୍ଟ ମାରୁଛନ୍ତି, ଯାହାକୁ ନେଇ ଛାତ୍ରୀମାନଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। କଲେଜ ସମ୍ମୁଖ ରାସ୍ତାଟି ସହରର ଏକ ଗୁରୁତ୍ୱପୂର୍ଣ୍ଣ ରାସ୍ତା ହୋଇଥିବାବେଳେ ଉକ୍ତ ରାସ୍ତାରେ ଗାଡିଗୁଡିକ ଦ୍ରୁତ ଗତିରେ ଯାତାୟାତ କରୁଛି। ଛାତ୍ରୀମାନେ କଲେଜକୁ ଭୟଭୀତ ଅବସ୍ଥାରେ ଯାତାୟାତ କରୁଛନ୍ତି। ଗତ ବୁଧବାର ଗାଡି ଧକ୍କାରେ ଜଣେ ଛାତ୍ରୀ ଆହତ ହୋଇଛନ୍ତି। ତେଣୁ ଗାଡିଗୁଡିକର ବେଗ ନିୟନ୍ତ୍ରଣ ପାଇଁ କଲେଜ ସମ୍ମୁଖରେ ସ୍ପିଡ୍‌ ବ୍ରେକର ବ୍ୟବସ୍ଥା କରାଯାଉ। କଲେଜ ନିକଟରେ ଲୋକେ ଘରୁ ଓ ଦୋକାନରୁ ବାହାରୁଥିବା ମଇଳା ଆଣି ପକାଉଛନ୍ତି। ଏହାଦ୍ୱାରା କଲେଜ ପରିବେଶ ଦୂଷିତ ହେଉଛି। ଏନ୍‌ଏସି ପକ୍ଷରୁ ନିୟମିତ ସଫେଇ ହେଉନାହିଁ। ଉଠା ଦୋକାନୀ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ଯାହାକୁ ନେଇ ବିଭିନ୍ନ ସମସ୍ୟା ଉପୁଜିଛି। ଏହିସବୁ ସମସ୍ୟା ସମାଧାନ ପାଇଁ ଛାତ୍ରୀମାନେ ଶୁକ୍ରବାର ଏକାଠି ହୋଇଛନ୍ତି। ଉପ ଜିଲାପାଳଙ୍କ ଅନୁପସ୍ଥିତିରେ ଅତିରିକ୍ତ ଭଞ୍ଜନଗର ଜିଲାପାଳଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଏହାପରେ ସୁରକ୍ଷା ପାଇଁ ଥାନା ଅଧିକାରୀଙ୍କୁ ମଧ୍ୟ ଭେଟି ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଏନେଇ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ପୋଲିସ ଓ ପ୍ରଶାସନ ପକ୍ଷରୁ ଛାତ୍ରୀମାନଙ୍କୁ ଆଶ୍ୱାସନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇବାକୁ ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ବାଇକ୍, ତାପରେ…

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ପଞ୍ଚାୟତ ଗୁଣସାଗର ଗ୍ରାମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଚାହା ପିଇବାକୁ ଘର ନିକଟ ଦୋକାନକୁ…

କାର୍ ଭିତରୁ ୮.୪୭ଲକ୍ଷର ଜାଲ ନୋଟ ଜବତ, ବରଗଡ-ଛତିଶଗଡକୁ ଲମ୍ବିଛି ଚେର

ସୋନପୁର,୧୫।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହର ସ୍ଥିତ ଏସ୍‌ବିଆଇ ମୁଖ୍ୟ ଶାଖା ସମ୍ମୁଖରେ ପୋଲିସ ଚଢାଉ କରି ବିପୁଳ ପରିମାଣର ଜାଲ ନୋଟ ଜବତ କରିଛି । ଏଥିରେ…

ଟ୍ରେନ୍‌ରେ ଯାତ୍ରା କରିବା ହେଲା ଶସ୍ତା! ଟିକେଟ ବୁକ୍‌ କଲେ ମିଳିବ ରିହାତି, ଏମିତି ଉଠାନ୍ତୁ… 

ନୂଆଦିଲ୍ଲୀ,୧୫।୪: ଭାରତୀୟ ରେଳବାଇ ଯାତ୍ରୀମାନଙ୍କ ପାଇଁ ଏକ ଖୁସି ଖବର ଆଣିଛି। ଏବେ ଟ୍ରେନ ଟିକେଟ ବୁକ୍‌ କଲେ ଆପଣଙ୍କୁ ମିଳିବ ସ୍ବତନ୍ତ୍ର ରିହାତି। ରେଳବାଇର ନୂଆ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ସ୍ବତନ୍ତ୍ର ଅଧିବେଶନ ଡାକିବାକୁ କଲେ ଦାବି

ଭୁବନେଶ୍ବର,୧୫।୪: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଡିଲିମିଟେସନ ପ୍ରସଙ୍ଗ ଉଠାଇ ବିଧାନସଭା ସ୍ବତନ୍ତ୍ର ଅଧିବେଶନ ଡାକିବାକୁ ଚିଠିରେ…

ସାମ୍ବାଦିକତା କ୍ଷେତ୍ରରେ ବଢୁଛି ନିଯୁକ୍ତି ସୁଯୋଗ, ଜଣେ ଭଲ ସାମ୍ବାଦିକ….

ଭଞ୍ଜନଗର,୧୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ଶେଷ ବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟ ସମ୍ବର୍ଦ୍ଧନା…

କ୍ଳଚ ତାରରେ ସ୍ତ୍ରୀର ତଣ୍ଟି ଚିପି ହତ୍ୟା ମାମଲା, ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ

ପାରଳାଖେମୁଣ୍ଡି,୧୫।୪(ଗିରିଧାରୀ ପରିଛା): ବିବାହର ମାତ୍ର ବର୍ଷେ ପରେ ଅଧିକ ଯୌତୁକ ଦାବି କରି ଥରକୁ ଥର ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଇ ଶେଷରେ କ୍ଳଚ ତାରରେ…

ଅଭିଷେକ ଶର୍ମା- ଅକ୍ଷର ପଟେଲଙ୍କର ହେବ ଡୋପ୍‌ ଟେଷ୍ଟ, RTP ତାଲିକାରେ ସାମିଲ କଲା… 

ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷର ଦ୍ୱିତୀୟ ତ୍ରୈମାସିକ ପାଇଁ ଜାତୀୟ ଡୋପିଂ ବିରୋଧୀ ସଂସ୍ଥା (NADA) ପକ୍ଷରୁ ପଞ୍ଜିକୃତ ପରୀକ୍ଷଣ ପୁଲ (RTP)ର ନୂଆ ତାଲିକା ଜାରି କରାଯାଇଛି।…

ଟ୍ରମ୍ପ ଖେଳିଲେ ବଡ଼ ଗେମ୍! ୪୮ ଘଣ୍ଟା ପରେ ଖୋଲିଲା ହର୍ମୁଜ୍ ପ୍ରଣାଳୀ

ଓ୍ବାଶିଂଟନ୍‌,୧୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ୍ ପ୍ରଣାଳୀରେ ଅବରୋଧ ହଟାଇବା ନେଇ ଘୋଷଣା କରିଛନ୍ତି। ଏକ ବିବୃତ୍ତିରେ ଟ୍ରମ୍ପ କହିଛନ୍ତି, “ଆମେ ଏବେ ଏହାକୁ ସମ୍ପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri