ରୋମାନ୍ସ, ସସ୍‌ପେନ୍ସରେ ଭରପୂର ରହିବ ଭାଲେଣ୍ଟାଇନ୍‌ ସପ୍ତାହ: ପରଦାକୁ ଆସୁଛି ଏସବୁ ଫିଲ୍ମ

ବମ୍ବେ: ଆଗକୁ ଆସୁଛି ଭାଲେଣ୍ଟାଇନ୍‌ ଡେ। ଚଳଚ୍ଚିତ୍ର ନିର୍ମାତାମାନେ ଏହାକୁ ଦୃଷ୍ଟିରେ ରଖି ରୋମାନ୍ସ ଏବଂ ସସ୍‌ପେନ୍ସ ଉପରେ ଆଧାରିତ ଏକାଧିକ ଫିଲ୍ମ ଭେଟିଦେବାକୁ ଯାଉଛନ୍ତି।

ଭାଲେଣ୍ଟାଇନ୍‌ ସପ୍ତାହରେ ଦୁଇଟି ଶୁକ୍ରବାର ପଡ଼ୁଥିବାବେଳେ ଫେବୃୟାରୀ ୭ ତାରିଖରେ ରିଲିଜ ହେବ ହିନା ଖାଁ ଅଭିନୀତ ‘ହ୍ୟାକ୍ଡ’। ଏହା ହିନାଙ୍କ ଡେବ୍ୟୁ ଫିଲ୍ମ। ନିକଟରେ ଏହାର ଟ୍ରେଲର୍‌ ରିଲିଜ ହେବା ପରେ ଦର୍ଶକଙ୍କ ମଧ୍ୟରେ ଫିଲ୍ମକୁ ନେଇ ଉତ୍କଣ୍ଠା ବଢ଼ିଯାଇଛି। ଜଣେ ସାଇକୋ ଲଭର୍‌ଙ୍କ ଗତିବିଧି ଯୋଗୁ କିଭଳି ଜଣେ ଝିଅଙ୍କ ଜୀବନରେ ପରିବର୍ତ୍ତନ ଆସୁଛି ତାହା ଫିଲ୍ମର କାହାଣୀ।

ସେହିଭଳି ଏହି ଦିନ ଆଉ ଏକ ଫିଲ୍ମ ମଧ୍ୟ ରିଲିଜ ହେଉଛି। କଶ୍ମୀର ପଣ୍ଡିତଙ୍କ ମାଇଗ୍ରେଶନ ଉପରେ ଆଧାରିତ ଫିଲ୍ମ ‘ଶିକାରା’ ଦୀର୍ଘଦିନ ଧରି ବିବାଦରେ ରହି ଆସୁଛି। ବିଧୁ ବିନୋଦ ଚୋପ୍ରାଙ୍କ ନିର୍ଦ୍ଦେଶନାରେ ଫିଲ୍ମର ନିର୍ମାଣ ହୋଇଛି। ଏଥିରେ ଥିବା ପ୍ରେମକାହାଣୀ ଦର୍ଶକଙ୍କୁ ଆକୃଷ୍ଟ କରିବ ବୋଲି ଚର୍ଚ୍ଚା ହେଉଛି।

ଅନିଲ କପୁର, ଆଦିତ୍ୟ ରୟ କପୁର, ଦିଶା ପଟାନୀ ପ୍ରମୁଖ ଅଭିନୀତ ଫିଲ୍ମ ‘ମଲଙ୍ଗ’ ମଧ୍ୟ ଭାଲେଣ୍ଟାଇନ୍‌ ସପ୍ତାହରେ ରିଲିଜ ହେବ। ଏହାର ଟ୍ରେଲର ଏବେ ଦର୍ଶକଙ୍କ ମନ କିଣିଛି। ଫିଲ୍ମରେ କୁନାଲ ଖେମୁ ମଧ୍ୟ ନଜର ଆସିବେ।

ଭ୍ୟାଲେଣ୍ଟାଇନ୍‌ ଡେ’ ଅର୍ଥାତ ୧୪ ଫେବୃୟାରୀରେ ରିଲିଜ ହେବ କାର୍ତ୍ତିକ ଆର୍ୟନ-ସାରା ଅଭିନୀତ ‘ଲଭ ଆଜ୍‌ କଲ-୨’। ଉଭୟଙ୍କ କେମିଷ୍ଟ୍ରି ଦର୍ଶକଙ୍କୁ ପସନ୍ଦ ଆସିବ ବୋଲି ନିର୍ମାତା ଆଶା ରଖିଛନ୍ତି। ଏହି ଦିନ ‘ହମ୍‌ ଭି ଅକେଲେ ତୁମ୍‌ ଭି ଅକେଲେ’ ରିଲିଜ ହେବାକୁ ଯାଉଛି। ହେଲେ ଫିଲ୍ମକୁ ନେଇ କୌଣସି ବଜ୍‌ ଶୁଣିବାକୁ ମିଳୁନାହିଁ। ଏହାଛଡ଼ା ଫିଲ୍ମ ‘ହବାଏଁ’ ମଧ୍ୟ ଉକ୍ତ ଦିନ ପରଦାକୁ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri