‘ରୋମିଓ ରଜା’ରେ ଅମ୍ଳାନଙ୍କ ସହ ସ୍କ୍ରିନ୍‌ ସେୟାର କରୁଛନ୍ତି ତମନ୍ନା

କଲେଜରେ ପ୍ରଥମ ଥର ପାଇଁ ପାଦ ଦେବା ସମୟରେ ପିଲାମାନଙ୍କର ମନ ସତେଯେମିତି ଆକାଶରେ ଉଡୁଥାଏ। ନୂଆ ଦୁନିଆ ଆଉ ରଙ୍ଗିନ୍‌ ପରିବେଶରେ ସେମାନଙ୍କ ମଧ୍ୟରୁ କେତେକ ପ୍ରେମ ମାୟାରେ ପଡିଯାଇଥାଆନ୍ତି। ବାସ୍‌, ଠିକ୍‌ ସେମିତି ପ୍ରଥମ ଦେଖାରେ ଜଣେ କଲେଜ ଛାତ୍ର ଜଣେ କଲେଜ ଛାତ୍ରୀଙ୍କୁ ପ୍ରେମ କରି ବସୁଛି। ସେମାନେ ପ୍ରେମ ଦୁନିଆରେ ଉଡି ବୁଲିବା ସମୟରେ ହଠାତ୍‌ ଆଉ ଜଣେ ଏହି ପ୍ରେମରେ ଏଣ୍ଟ୍ରି କରୁଛନ୍ତି। ତା’ପରେ ତ ନିଶ୍ଚୟ ପ୍ରେମର ପାଣିପାଗ ବଦଳି ଯାଉଥିବ। ତେବେ ତା’ପରେ କ’ଣ ହେଉଛି ଏବଂ ଦୁହିଁଙ୍କ ପ୍ରେମର ଦି ଏଣ୍ଡ କିପରି ହେଉଛି ସେପରି ଏକ ଭିନ୍ନ ଧରଣର ଲଭ ଷ୍ଟୋରିକୁ ନେଇ ନିର୍ମିତ ହେଉଛି ଓଡିଆ ଫିଲ୍ମ ‘ରୋମିଓ ରାଜା’। ଏହାର ଟାଇଟଲ ଭୂମିକାରେ ଅଭିନୟ କରୁଛନ୍ତି ଅମ୍ଳାନ କୁମାର ଏବଂ ତାଙ୍କ ସହ ସ୍କ୍ରିନ୍‌ ସେୟାର କରୁଛନ୍ତି ତମନ୍ନା। ଏନ. ବି. ଏଣ୍ଟରଟେନମେଣ୍ଟ ବ୍ୟାନରରେ ଏହି ଫିଲ୍ମର ଶୁଟିଂ ବର୍ତ୍ତମାନ ଚାଲୁ ରହିଛି। ସୁଶାନ୍ତ କୁମାର ପଣ୍ଡାଙ୍କ ପ୍ରଯୋଜନାରେ ଏହାର କାହାଣୀ, ଚିତ୍ରନାଟ୍ୟ ରଚନା କରିବା ସହ ନିର୍ଦ୍ଦେଶନା ଦାୟିତ୍ୱ ତୁଲାଉଛନ୍ତି ନବାଗତ ନିର୍ଦ୍ଦେଶକ ରାକେଶ ସାମଲ। ଜମେଶ ଶୁକ୍ଳା ସଂଳାପ ରଚନା କରିଛନ୍ତି ଏବଂ ପଞ୍ଚାନନ ନାୟକ, ଅରୁଣ ମନ୍ତ୍ରୀ, ସୁବ୍ରତ ସ୍ବାଇଁ, ଡ. ସୁବୋଧ ଦାସଙ୍କ ରଚିତ ଗୀତଗୁଡିକୁ ସ୍ବର ଦେଇଛନ୍ତି ବୈଦନାଥ ଦାଶ। କଣ୍ଠଦାନ କରିଛନ୍ତି ହ୍ୟୁମାନ ସାଗର, ଅସୀମା ପଣ୍ଡା ଏବଂ ଗୀତିଶ୍ରୀ ସରୋଜ। ଅମ୍ଳାନ-ତମନ୍ନାଙ୍କ ବ୍ୟତୀତ ହରିହର ମହାପାତ୍ର, ବାବୁ ପ୍ରଧାନ, ଦୀପକ ମହାରଣା, ଜ୍ଞାନ ପଲେଇ, ତପନ, ରାଜଲକ୍ଷ୍ମୀ ବିଭିନ୍ନ ଭୂମିକାରେ ଅଭିନୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

ଭାରତକୁ ବଡ଼ ଝଟ୍‌କା: ଏସିଆନ୍‌ ଗେମ୍ସରେ ଖେଳିବେନି ହର୍ଡଲ୍ସ ଷ୍ଟାର ଶୀର୍ସେ, ଜାଣନ୍ତୁ…

ନୂଆଦିଲ୍ଲୀ,୪ା୮: ଆସନ୍ତା ମାସରେ ଜାପାନରେ ହେବାକୁ ଥିବା ଏସିଆନ ଗେମ୍ସରେ ଭାରତର ୧୧୦ ମି. ହର୍ଡଲ୍ସ ଷ୍ଟାର ତେଜସ ଶୀର୍ସେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ଏ ନେଇ…

ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହେଲା ପାକିସ୍ତାନ, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

କରାଚି,୪ା୮: ପୁଣି ଥରେ ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହୋଇଛି ପାକିସ୍ତାନ। ନିକଟରେ ଶେଷ ହୋଇଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାଗ ନେଇଥିବା ପାକିସ୍ତାନୀ ବକ୍ସର କୁଦ୍ରାତୁଲା ଦଳୀୟ…

କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କଲେ ଶରଣକୁଳ ନିଲମ୍ବିତ IIC

ଭୁବନେଶ୍ୱର,୪।୮: ଶରଣକୁଳ ନିଲମ୍ବିତ IIC ସୁଜିତ ଦାସ ମଙ୍ଗଳବାର କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କରିଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ସୁଜିତ କ୍ରାଇମବ୍ରାଞ୍ଚରେ ହାଜର ହୋଇ ଆତ୍ମସମର୍ପଣ କରିଥିବା…

ବ୍ଲକ ଅଫିସରେ ପିସି କାରବାର, ଭିଡିଓ ଭାଇରାଲ

ଖଡ଼ିଆଳ,୪ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

ପାକିସ୍ତାନରେ ପୁଣି ପଲଟିବ ସତ୍ତା! ସିଲ୍‌ ହେଲା ଇସଲାମାବାଦ, ସେନାବେସ୍‌ରେ ବଡ଼ ହଲଚଲ

ଇସଲାମାବାଦ,୪।୮: ପାକିସ୍ତାନରେ ପୁଣି ଥରେ ବଡ଼ ରାଜନୈତିକ ଓଲଟପାଲଟ ଏବଂ ସାମରିକ ବିପ୍ଳବ (ସାମରିକ କୁ) ଆଶଙ୍କାରେ ହଲଚଲ ବୃଦ୍ଧି ପାଇଛି। ରାଜଧାନୀ ଇସ୍‌ଲାମାବାଦକୁ ବିଭିନ୍ନ ସ୍ଥାନରେ…

ବଢିଲା ଅଭିଜିତ ଦୀପକେଙ୍କ ଅଡୁଆ: ରୁଜୁ ହେଲା ମାମଲା, ଜାଣନ୍ତୁ କାହିଁକିି…

ନୂଆଦିଲ୍ଲୀ,୪।୮: କକରୋଚ ଜନତା ପାର୍ଟି (CJP)ର ସଂସ୍ଥାପକ ଅଭିଜିତ ଦୀପକେଙ୍କ ଅଡୁଆ ବଢ଼ୁଥିବା ନଜର ଆସୁଛି। ପଶ୍ଚିମବଙ୍ଗରେ ଆଇନଜୀବୀ ରିଙ୍କି ଚଟାର୍ଜୀ ସିଂହ ସିଲିଗୁଡ଼ି ସାଇବର କ୍ରାଇମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri