ରୋହିଙ୍ଗ୍ୟାଙ୍କ ପାଇଁ ଘର ତିଆରି କଲା ଭାରତ

ମ୍ୟାନମାର,୧୪।୭: ରୋହିଙ୍ଗ୍ୟା ଶରଣାର୍ଥୀଙ୍କ ଦୁର୍ଦ୍ଦଶାକୁ ଦେଖି ଏବେ ଭାରତ ମ୍ୟାନମାରରେ ୨୫୦ ଘର ତିଆରି କରି ସେଠାକାର ସରକାରଙ୍କୁ ହସ୍ତାନ୍ତର କରିଛି। ଏହାପରେ ମ୍ୟାନମାରର ବୈଦେଶିକ ସଚିବ ବାଂଲାଦେଶ ଗସ୍ତ କରି ସେଠାରେ ଥିବା ରୋହିଙ୍ଗ୍ୟା ଶରଣାର୍ଥୀଙ୍କୁ ଫେରାଇ ନେବାର ପ୍ରକ୍ରିୟା ଆରମ୍ଭ ହେବ। ମ୍ୟାନମାରରେ ସାମାଜିକ, ଧାର୍ମିକ ଓ ଜାତୀୟ ଉତ୍ପୀଡନକୁ ସହ୍ୟ କରି ନ ପାରି ଅଧିକାଂଶ ରୋହିଙ୍ଗ୍ୟା ବାଂଲାଦେଶ ପଳାୟନ କରିଛନ୍ତି। ମ୍ୟାନମାରର ବୈଦେଶିକ ସଚିବ ଚଳିତ ମାସ ଶେଷ ସୁଦ୍ଧା ବାଂଲାଦେଶ ଆସି ପାରନ୍ତି ବୋଲି କୁହାଯାଉଛି। ତାଙ୍କର ଏହି ଗସ୍ତ ପରେ ରୋହିଙ୍ଗ୍ୟାମାନେ ମ୍ୟାନମାନ ଫେରିଯିବାକୁ ସୁରକ୍ଷିତ ମଣିବେ ବୋଲି ଆଶା କରାଯାଉଛି। ସୂଚନାଯୋଗ୍ୟ, ମ୍ୟାନମାରରେ ଥିବା ଭାରତୀୟ ରାଷ୍ଟ୍ରଦୂତ ଜୁଲାଇ ୯ରେ ରୋହିଙ୍ଗ୍ୟାଙ୍କ ପାଇଁ ତିଆରି ହୋଇଥିବା ୨୫୦ ଘରକୁ ହସ୍ତାନ୍ତର କରିଥିଲେ। ୨୦୧୭ରେ ଭାରତ ଓ ମ୍ୟାନମାର ସରକାରଙ୍କ ଦ୍ୱାରା ଏହି ପ୍ରୋଜେକ୍ଟ ସାଇନ୍‌ କରାଯାଇଥିଲା। ଏହି ସବୁ ଘର ଭୂକମ୍ପ ଓ ବାତ୍ୟା ନିରୋଧକ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri