Posted inଖେଳ

ରୋହିତ ଶର୍ମାଙ୍କ ୨୯ତମ ଶତକ: ଜୟସୁରିୟାଙ୍କୁ ପଛରେ ପକାଇଲେ

ବେଙ୍ଗାଲୁରୁ,୧୯।୧: ବେଙ୍ଗାଲୁରୁର ଏମ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଅନ୍ତିମ ଦିନିକିଆ ମ୍ୟାଚ୍‌ ଚାଲିଛି। ଏହି ମ୍ୟାଚ୍‌ରେ ହିଟ୍‌ମ୍ୟାନ୍‌ ରୋହିତ ଶର୍ମା ଅନ୍ତର୍ଜାତୀୟ ଏକଦିବସୀୟ ମ୍ୟାଚରେ ୨୯ତମ ଶତକ ହାସଲ କରି ଶ୍ରୀଲଙ୍କାର ପୂର୍ବତନ ଓପନର୍‌ ସନତ ଜୟସୁରିୟାଙ୍କୁ ପଛରେ ପକାଇଛନ୍ତି। ଜୟସୁରିୟା ଏକଦିବସୀୟରେ ୨୮ଟି ଶତକ ହାସଲ କରିଥିଲେ। ଏହି ମ୍ୟାଚ୍‌ରେ ରୋହିତ ୧୦୯ଟି ବଲରୁ ଶତକ ଅର୍ଜନ କରିଥିଲେ। ବିଜୟଲକ୍ଷ୍ୟ ୨୮୭ ରନ୍‌ର ପିଛା କରି ଭାରତୀୟ ଦଳ ପ୍ରାରମ୍ଭରୁ ଭଲ ଖେଳ ପ୍ରଦର୍ଶନ କରିଥିଲା। ଦୁଇ ଓପନର୍‌ ରୋହିତ ଶର୍ମା ଏବଂ ଲୋକେଶ ରାହୁଲ ଅର୍ଦ୍ଧଶତକୀୟ ଭାଗିଦାରୀ କରିଥିଲେ। ରାହୁଲ ୧୯ ରନ କରି ଆଉଟ ହୋଇଥିବାବେଳେ ରୋହିତ ୧୧୯ ରନ୍‌ କରିଥିଲେ। ଏହାପରେ ଅଧିନାୟକ ବିରାଟ କୋହଲି ମଧ୍ୟ ଅର୍ଦ୍ଧଶତକ ହାସଲ କରି ଖେଲୁଛନ୍ତି। ଏହା ପୂର୍ବରୁ ଅଷ୍ଟ୍ରେଲିଆ ଷ୍ଟିଭ ସ୍ମିଥଙ୍କ ଶତକ ବଳରେ ନିର୍ଦ୍ଧାରିତ ୫୦ ଓଭରରେ ୯ ୱିକେଟ ହରାଇ ୨୮୬ ରନ କରିଥିଲା। ଭାରତ ପ୍ରଥମ ଦିନିକିଆ ହାରିଥିବା ବେଳେ ଦ୍ୱିତୀୟ ଦିନିକିଆରେ ବିଜୟ ସହ ସିରିଜକୁ କମବ୍ୟାକ୍‌ କରିଥିଲା। ତେଣୁ ଆଜିର ମ୍ୟାଚ୍‌ ଯିଏ ଜିତିବ ସିରିଜ୍‌ ସେ ହାସଲ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

ମହାତ୍ମା ଜ୍ୟୋତିରାଓ ଫୁଲେ: ଭାରତର ମାର୍ଗଦର୍ଶନ କରୁଥିବା ଏକ ଆଲୋକବର୍ତ୍ତିକା

ଆଜି ୧୧ ଏପ୍ରିଲ। ଆମ ସମସ୍ତଙ୍କ ପାଇଁ ଅତି ସ୍ବତନ୍ତ୍ର ଦିନ। ଆଜି ହେଉଛି ଭାରତର ମହାନ୍‌ ସମାଜ ସଂସ୍କାରକ ତଥା ଅନେକ ପିଢ଼ି ପାଇଁ ମାର୍ଗଦର୍ଶକ…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri